ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଗଣବଳାତ୍କାର ମାମଲା: ୨ ଜଣଙ୍କୁ ୨୦ ବର୍ଷ ଲେଖାଏ ସଶ୍ରମ କାରାଦଣ୍ଡ

ଫୁଲବାଣୀ ଅଫିସ, ୨୨ା୧-ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଗଣବଳାତ୍କାର ମାମଲାର ବିଚାର କରି ଫୁଲବାଣୀ ପୋକ୍‌ସୋ କୋର୍ଟ ସ୍ବତନ୍ତ୍ର ବିଚାରପତି ତଥା ଅତିରିକ୍ତ ଜିଲା ଦୌରାଜଜ୍‌ ସମର ବିଳାସ ବେହେରା ମଙ୍ଗଳବାର ୨ ଦୋଷୀଙ୍କୁ ୨୦ବର୍ଷ ଲେଖାଏ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ଉଭୟଙ୍କୁ ୫୭ ହଜାର ଲେଖାଏ ଟଙ୍କା ଜରିମାନା କରିଛନ୍ତି। ଜରିମାନା ଅନାଦାୟ ଅଧିକ ୬ ମାସ ଜେଲ ଭୋଗିବାକୁ ବିଚାରପତି ରାୟରେ ଉଲ୍ଲେଖ କରିଛନ୍ତି। ଜରିମାନା ଆଦାୟ ହେଲେ ପୀଡ଼ିତାଙ୍କୁ ଦିଆଯିବ ବୋଲି ଅଦାଲତ କହିଛନ୍ତି। ଅଭିଯୁକ୍ତଦ୍ୱୟ ହେଲେ ବାଲିଗୁଡା ଥାନା ସିନ୍ଧିରିଗାଁ ପଞ୍ଚାୟତ ପାସେରିପଡ଼ାର ଅରୁଣ ସାହୁ ଓ ଖଜୁରିନାଳ ପାଖ ଡୁମୁଡ଼ିସାହିର ରଞ୍ଜିତ ସାହୁ ା
୨୦୧୬ ଡିସେମ୍ବର ୨୨ ତାରିଖ ସନ୍ଧ୍ୟାରେ ଛାତ୍ରୀ ଜଣକ ତାଙ୍କ ଘର ପାଖରେ ବୁଲୁଥିଲେ। ଏହି ସମୟରେ ଅରୁଣ ଏବଂ ରଞ୍ଜିତ ଏକ ବାଇକରେ ଆସି ତାଙ୍କୁ ଜୋରଜବରଦସ୍ତ ଉଠାଇ ନେଇଥିଲେ ା ଛାତ୍ରୀ ଜଣକ ପାଟି କରିବାରୁ ମୁହଁରେ କପଡ଼ା ବାନ୍ଧି ଦେଇଥିଲେ। ବାଟରେ ସେମାନେ ତାଙ୍କର ଜଣାଶୁଣା ଅରୁଣ ନାୟକଙ୍କୁ ପଛରେ ଆସିବାକୁ କହିଥିଲେ। କିଛି ବାଟ ଯିବା ପରେ ଅରୁଣ ଏବଂ ରଞ୍ଜିତ ଛାତ୍ରୀଙ୍କୁ ବାଇକ୍‌ରୁ ଓହ୍ଳାଇ ଏକ କାର୍‌ରେ ଅଳ୍ପ ଦୂର ନେଇଯାଇ ଏକ ଜଙ୍ଗଲରେ ବଳାତ୍କାର କରିଥିଲେ। ଏହାପରେ ସେମାନେ ପଥରରେ ଛାତ୍ରୀଙ୍କ ମୁହଁକୁ ଛେଚି ହତ୍ୟା ଉଦ୍ୟମ କରିଥିଲେ। ଏହି ସମୟରେ ଅରୁଣ ସେଠାରେ ପହଞ୍ଚି ଯାଇ ପ୍ରତିବାଦ କରିବାରୁ ତାଙ୍କୁ ମଧ୍ୟ ମାଡ଼ ମାରିଥିଲେ। ଛାତ୍ରୀ ଜଣକ ମରି ଯାଇଥିବା ଭାବି ଦୋଷୀ ୨ ଜଣ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ ା ପରେ ସେହି ବାଟ ଦେଇ ଆସୁଥିବା କେତେଜଣ ଲୋକ ପୀଡ଼ିତା ଓ ଅରୁଣଙ୍କ ପାଟି ଶୁଣି ଗୁରୁତର ଅବସ୍ଥାରେ ସେମାନଙ୍କୁ ଉଦ୍ଧାର କରି ବାଲିଗୁଡା ମେଡିକାଲରେ ଭର୍ତ୍ତି କରିଥିଲେ। ପୀଡ଼ିତାଙ୍କ ପରିବାର ଲୋକେ ଘଟଣା ପରଦିନ ଅର୍ଥାତ ୨୩ ତାରିଖରେ ଏହି ଖବରପାଇ ମେଡିକାଲରେ ପହଞ୍ଚିଥିଲେ ା ଅବସ୍ଥା ସଙ୍କଟାପନ୍ନ ଥିବାରୁ ପୀଡ଼ିତାଙ୍କୁ ଫୁଲବାଣୀ ମେଡିକାଲକୁ ପଠାଯାଇଥିଲା ା ସେଠାରେ ତାଙ୍କର ଚେତା ଫେରିବା ପରେ ଘଟଣା ବିଷୟରେ ପରିବାର ଲୋକଙ୍କୁ କହିଥିଲେ ା ଏ ନେଇ ପୀଡ଼ିତାଙ୍କ ମା’ ୨୪ ତାରିଖରେ ବାଲିଗୁଡା ଥାନାରେ ଅଭିଯୋଗ କରିଥିଲେ। ପୋଲିସ ନଂ.୧୮୭/୧୬ରେ ମାମଲା ରୁଜୁ କରି ଅଭିଯୁକ୍ତଦ୍ୱୟଙ୍କୁ ଗିରଫ କରିଥିଲା ା ୧୩ ଜଣଙ୍କ ସାକ୍ଷ୍ୟ ପ୍ରମାଣ, ଡାକ୍ତରୀ ରିପୋର୍ଟ, ଛାତ୍ରୀଙ୍କ ବୟାନକୁ ଆଧାର କରି ବିଚାରପତି ଉପରୋକ୍ତ ଦଣ୍ଡାଦେଶ ଶୁଣାଇଛନ୍ତି। ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପିପି ଅସୀମ କୁମାର ପ୍ରହରାଜ ମାମଲା ପରିଚାଳନା କରୁଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ

ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri