ଓଡ଼ଗାଁ,୨୧ା୨(ସ୍ବ.ପ୍ର.): ନୟାଗଡ ଜିଲା ଓଡ଼ଗାଁ ରାଧାକାନ୍ତ ବାଳିକା ହାଇସ୍କୁଲ ଦ୍ୱାରା ପରିଚାଳିତ ୧୧୦ ଶଯ୍ୟା ବିଶିଷ୍ଟ ଏସ୍ସି/ଏସ୍ଟି ଛାତ୍ରୀ ନିବାସରେ ରହୁଥିବା ଦଶମ ଶ୍ରେଣୀ ପରୀକ୍ଷାର୍ଥୀ (ଛାତ୍ରୀ)ଙ୍କ ଗୁରୁବାର ମୃତ୍ୟୁ ଘଟିଛି। ଏ ନେଇ ଓଡଗାଁ ଥାନାରେ ଏକ ଅପମୃତ୍ୟୁ (୩/୨୦) ମାମଲା ରୁଜୁ ହେବା ପରେ ପୋଲିସ ମୃତଦେହ ବ୍ୟବଚ୍ଛେଦ କରାଇ ପରିବାରକୁ ହସ୍ତାନ୍ତର କରିଛି। ମୃତ ଛାତ୍ରୀ ହେଲେ ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ପୁରୁଣାପାଣି ଗ୍ରାମର ଭାସ୍କର ଜାନିଙ୍କ ଝିଅ ଜ୍ୟୋତିର୍ମୟୀ ଜାନି (୧୪)। ସେ ଉକ୍ତ ସ୍କୁଲରେ ଏସ୍ସି/ଏସ୍ଟି ଛାତ୍ରୀଙ୍କ ପାଇଁ ଉଦ୍ଦିଷ୍ଟ ଛାତ୍ରୀନିବାସରେ ରହି ପଢୁଥିବା ବେଳେ ଚଳିତବର୍ଷ ମାଟ୍ରିକ ପରୀକ୍ଷା ଦେଉଥିଲେ। ସ୍କୁଲ ପ୍ରଧାନ ଶିକ୍ଷୟିତ୍ରୀଙ୍କଠାରୁ ପ୍ରାପ୍ତ ସୂଚନା ଅନୁସାରେ ଜ୍ୟୋତିର୍ମୟୀଙ୍କ ଅବସ୍ଥା ସ୍ବାଭାବିକ ଥିଲା। ସେ ସକାଳେ ସାମାନ୍ୟ ଭାତ ଖାଇବା ପରେ ପରୀକ୍ଷା ନିମନ୍ତେ ପ୍ରସ୍ତୁତି କରୁଥିଲେ। ସାଢେ ୮ଟାରେ ସେ ସାମାନ୍ୟ ଅସୁସ୍ଥ ଅନୁଭବ କରିବାରୁ ହଷ୍ଟେଲ ମାଟ୍ରନ ଛାତ୍ରୀଙ୍କ ଗୋଡରେ ତେଲ ମାଲିସ କରିଥିଲେ ଓ ସାଢେ ୯ଟାରେ ସ୍କୁଲକୁ ଯାଇଥିଲେ। ପ୍ରଧାନ ଶିକ୍ଷୟିତ୍ରୀ ଏ ନେଇ ଛାତ୍ରୀଙ୍କ ବାପାଙ୍କୁ ଜଣାଇଥିଲେ। ସେମାନେ ପହଞ୍ଚତ୍ବା ପରେ ମାଟ୍ରନ ସହିତ ଅସୁସ୍ଥ ଛାତ୍ରୀଙ୍କୁ ଡାକ୍ତରଖାନା ନେଇଥିଲେ। ପ୍ରାଥମିକ ଚିକିତ୍ସା ପରେ ଡାକ୍ତର ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଦେଇଥିଲେ। ନୟାଗଡ ଡାକ୍ତରଖାନାରେ ପହଞ୍ଚତ୍ଲା ପରେ ଡାକ୍ତର ଛାତ୍ରୀଙ୍କୁ ମୃତ ଘୋଷଣା କରିଥିଲେ। ଏ ସମ୍ପର୍କରେ ଛାତ୍ରୀଙ୍କ ବାପାଙ୍କ ଲିଖିତ ଅଭିଯୋଗ ଅନୁସାରେ ପୋଲିସ ଅପମୃତ୍ୟୁ ମାମଲା ରୁଜୁ କରିଛି।
Posted inଆମ ଜିଲା ଖବର, ନୟାଗଡ଼ View All
ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା
ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...
ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ
ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...
ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ
ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...
କଳାହାଣ୍ଡି ଉତ୍ସବ ଲାଗି ପ୍ରସ୍ତୁତି ବୈଠକକୁ ନେଇ ପ୍ରଶ୍ନବାଚୀ: ଅନୁପସ୍ଥିତ ରହିଲେ ଉପରିସ୍ଥ ଅଧିକାରୀ, ଜାନୁଆରୀ ୯ରେ…
ଥୁଆମୂଳ ରାମପୁର,୩୦।୧୨(ଦୁର୍ଗା କୀର୍ତ୍ତି): ଆସନ୍ତା ୨୮ତମ କଳାହାଣ୍ଡି ଉତ୍ସବ ’ଘୁମୁରା-୨୦୨୬’ ଅବସରରେ ମାହୁଲପାଟଣା ସ୍ଥିତ ଇନ୍ଦ୍ରାବତୀ ଜଳଭଣ୍ଡାରର କେନ୍ଦୁଗୁଡ଼ା ଘାଟଠାରେ ଆୟୋଜିତ ହେବାକୁ ଥିବା ପାରମ୍ପରିକ...
ରାସ୍ତାକଡ଼ରେ ପଡ଼ିଛି ନବଜାତ ଶିଶୁପୁତ୍ରର ମୃତଦେହ, କିଏ-କାହିଁକି ଫିଙ୍ଗି…
ରାୟଗଡ଼ା,୩୦।୧୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହର ମହିଳା ମହାବିଦ୍ୟାଳୟ ପାର୍ଶ୍ୱ ଗଳିରେ ରିଙ୍ଗ ରୋଡକୁ ସଂଯୋଗ କରୁଥିବା ରାସ୍ତାକଡ଼ରେ ଏକ ନବଜାତ ଶିଶୁପୁତ୍ର ମୃତଦେହ ପଡ଼ିଥିବା...
ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ; ଦାରିଙ୍ଗିବାଡି ଭଲିବଲ ଟିମ୍ ବିଜୟୀ
ଦିଗପହଣ୍ଡି, ୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ର ତୃତୀୟ ଦିବସ ମଙ୍ଗଳବାର...
ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି
ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...
ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ
ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...
Archives


