ଦଶମ ଶ୍ରେଣୀ ପରୀକ୍ଷାର୍ଥୀଙ୍କ ମୃତ୍ୟୁ

ଓଡ଼ଗାଁ,୨୧ା୨(ସ୍ବ.ପ୍ର.): ନୟାଗଡ ଜିଲା ଓଡ଼ଗାଁ ରାଧାକାନ୍ତ ବାଳିକା ହାଇସ୍କୁଲ ଦ୍ୱାରା ପରିଚାଳିତ ୧୧୦ ଶଯ୍ୟା ବିଶିଷ୍ଟ ଏସ୍‌ସି/ଏସ୍‌ଟି ଛାତ୍ରୀ ନିବାସରେ ରହୁଥିବା ଦଶମ ଶ୍ରେଣୀ ପରୀକ୍ଷାର୍ଥୀ (ଛାତ୍ରୀ)ଙ୍କ ଗୁରୁବାର ମୃତ୍ୟୁ ଘଟିଛି। ଏ ନେଇ ଓଡଗାଁ ଥାନାରେ ଏକ ଅପମୃତ୍ୟୁ (୩/୨୦) ମାମଲା ରୁଜୁ ହେବା ପରେ ପୋଲିସ ମୃତଦେହ ବ୍ୟବଚ୍ଛେଦ କରାଇ ପରିବାରକୁ ହସ୍ତାନ୍ତର କରିଛି। ମୃତ ଛାତ୍ରୀ ହେଲେ ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ପୁରୁଣାପାଣି ଗ୍ରାମର ଭାସ୍କର ଜାନିଙ୍କ ଝିଅ ଜ୍ୟୋତିର୍ମୟୀ ଜାନି (୧୪)। ସେ ଉକ୍ତ ସ୍କୁଲରେ ଏସ୍‌ସି/ଏସ୍‌ଟି ଛାତ୍ରୀଙ୍କ ପାଇଁ ଉଦ୍ଦିଷ୍ଟ ଛାତ୍ରୀନିବାସରେ ରହି ପଢୁଥିବା ବେଳେ ଚଳିତବର୍ଷ ମାଟ୍ରିକ ପରୀକ୍ଷା ଦେଉଥିଲେ। ସ୍କୁଲ ପ୍ରଧାନ ଶିକ୍ଷୟିତ୍ରୀଙ୍କଠାରୁ ପ୍ରାପ୍ତ ସୂଚନା ଅନୁସାରେ ଜ୍ୟୋତିର୍ମୟୀଙ୍କ ଅବସ୍ଥା ସ୍ବାଭାବିକ ଥିଲା। ସେ ସକାଳେ ସାମାନ୍ୟ ଭାତ ଖାଇବା ପରେ ପରୀକ୍ଷା ନିମନ୍ତେ ପ୍ରସ୍ତୁତି କରୁଥିଲେ। ସାଢେ ୮ଟାରେ ସେ ସାମାନ୍ୟ ଅସୁସ୍ଥ ଅନୁଭବ କରିବାରୁ ହଷ୍ଟେଲ ମାଟ୍ରନ ଛାତ୍ରୀଙ୍କ ଗୋଡରେ ତେଲ ମାଲିସ କରିଥିଲେ ଓ ସାଢେ ୯ଟାରେ ସ୍କୁଲକୁ ଯାଇଥିଲେ। ପ୍ରଧାନ ଶିକ୍ଷୟିତ୍ରୀ ଏ ନେଇ ଛାତ୍ରୀଙ୍କ ବାପାଙ୍କୁ ଜଣାଇଥିଲେ। ସେମାନେ ପହଞ୍ଚତ୍ବା ପରେ ମାଟ୍ରନ ସହିତ ଅସୁସ୍ଥ ଛାତ୍ରୀଙ୍କୁ ଡାକ୍ତରଖାନା ନେଇଥିଲେ। ପ୍ରାଥମିକ ଚିକିତ୍ସା ପରେ ଡାକ୍ତର ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଦେଇଥିଲେ। ନୟାଗଡ ଡାକ୍ତରଖାନାରେ ପହଞ୍ଚତ୍ଲା ପରେ ଡାକ୍ତର ଛାତ୍ରୀଙ୍କୁ ମୃତ ଘୋଷଣା କରିଥିଲେ। ଏ ସମ୍ପର୍କରେ ଛାତ୍ରୀଙ୍କ ବାପାଙ୍କ ଲିଖିତ ଅଭିଯୋଗ ଅନୁସାରେ ପୋଲିସ ଅପମୃତ୍ୟୁ ମାମଲା ରୁଜୁ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମା’ ଦୁର୍ଗାଙ୍କ ନବରାତ୍ର ପୂଜା ଆରମ୍ଭ, ଉତ୍ସବ ମୁଖର ଗାଁଠୁ ସହର

ଛତ୍ରପୁର,୧୧।୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅଧୀନ ଅଗସ୍ତି ନୂଆଗାଁ ଗ୍ରାମର କଲ୍ୟାଣୀ ଯୁବକ ସଂଘ ପକ୍ଷରୁ ରବିବାର ମା’ ଦୁର୍ଗାଙ୍କ ନବରାତ୍ର ପୂଜା…

କିଶନନଗର ତହସିଲରେ ନୂଆ ନିଯୁକ୍ତିକୁ ନେଇ ବିବାଦ, କାର୍ଯ୍ୟାନୁଷ୍ଠାନ ଦାବି କଲା କଂଗ୍ରେସ

କଟକ ସଦର,୧୧।୧୦(ସୁଶାନ୍ତ କୁମାର ଜେନା): କଟକ ଜିଲା କିଶନ ନଗର ତହସିଲ କାର୍ଯ୍ୟାଳୟ ରେ ଜଣେ ଅଧିକାରିଣୀ ତହସିଲଦାର ଭାବେ ଯୋଗ ଦେଉଥିବା ଖବର ରବିବାର ଗଣମାଧ୍ୟମରେ…

ଦିଗପହଣ୍ଡିରେ ଚର୍ଚ୍ଚା; ସ୍ୱପ୍ନରେ ଆସି ଏଭଳି କହିଲେ ମା’ କାଳୀ, ପୋଖରୀ ପାଣିରୁ ମିଳିଲା….

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ବି.ଯୁଧିଷ୍ଠିର ରେଡ୍ଡୀଙ୍କ ଝିଅ କାମିନୀ ରେଡ୍ଡୀଙ୍କ ସ୍ବପ୍ନରେ ଆସିଲେ ମା’ କାଳୀ…

ଦୁଇ ରାଜନୈତିକ ଗୋଷ୍ଠୀ ମୁହାଁମୁହିଁ ଆଶଙ୍କା, ବରାଳ ବାଲୁଙ୍କେଶ୍ୱର ମନ୍ଦିର ନିକଟରେ ୧୬୩ ଧାରା ଜାରି

ସାକ୍ଷୀଗୋପାଳ,୧୧ା୧୦(କିଶୋର ମହାପାତ୍ର/ପ୍ରଶାନ୍ତ ବାରିକ): ଶାସକ ଓ ବିରୋଧୀ ଦୁଇ ରାଜନୈତିକ ଗୋଷ୍ଠୀ ମୁହାଁମୁହିଁ ଆଶଙ୍କା ଥିବାରୁ ସତ୍ୟବାଦୀ ପ୍ରଶାସନ ପକ୍ଷରୁ ବରାଳ ବାଲୁଙ୍କେଶ୍ୱର ମନ୍ଦିର ନିକଟରେ ବିଏନଏସ୍‌ର…

କୁଶପଲ୍ଲୀ ଚଳଚଞ୍ଚଳ: ମା’ ଚାମୁଣ୍ଡାଙ୍କ ପୀଠରେ ଆରମ୍ଭ ହେଲା ନବରାତ୍ର ପୂଜା

ଗଞ୍ଜାମ,୧୧ା୧୦(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ୍‌ ମଲାଡ଼ ପଞ୍ଚାୟତ ଅନ୍ତର୍ଗତ କୁଶପଲ୍ଲୀସ୍ଥିତ ମା’ ଚାମୁଣ୍ଡାଙ୍କ ପୀଠରେ ଶାରଦୀୟ ଦୁର୍ଗାପୂଜା ଅବସରରେ ୯ ଦିନବ୍ୟାପୀ ନବରାତ୍ର ପୂଜା ଓ ଅଖଣ୍ଡ…

୮ ବର୍ଷ ପରେ ବି କାର୍ଯ୍ୟକ୍ଷମ ହୋଇପାରିଲାନି ଛାତ୍ରୀନିବାସ: ଭୂତକୋଠି ପାଲଟିଛି କୋଟି ଟଙ୍କାର କୋଠା

ଗୁଡ଼ାରି, ୧୦।୧୦ (ପ୍ରମୋଦ କୁମାର ପତି): ଆଦିବାସୀ ଛାତ୍ରୀମାନଙ୍କୁ ଉଚ୍ଚଶିକ୍ଷା ପ୍ରଦାନ ଓ ସେମାନଙ୍କ ଶିକ୍ଷାକୁ ପ୍ରୋତ୍ସାହନ ଦେବା ପାଇଁ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି। ମାତ୍ର…

ଖଡ଼ିଆଳ କଲେଜ ସାଇନ୍‌ ଡାଏ: ଅଧ୍ୟକ୍ଷଙ୍କ ଇସ୍ତଫା ଦାବି ନେଇ ତେଜିଲା ଛାତ୍ର ଆନ୍ଦୋଳନ

ଖଡ଼ିଆଳ,୧୧ା୧୦(ସୁଜିତ୍‌ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ସ୍ବୟଂଶାସିତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବାତିଲ ହେବା ଘଟଣାକୁ ନେଇ କ୍ୟାମ୍ପସରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି।…

ବାଘଛାଲ କାରବାର ଘଟଣାର ୪ ଅଭିଯୁକ୍ତ ଗିରଫ, କେତେଦୂର ଲମ୍ବିଛି ଚେର, ଜାରି ରହିଛି ଖୋଳତାଡ଼

ମୋହନା,୧୧ା୧୦(ମନ୍ମଥ ମିଶ୍ର): କଲରାପତରିଆ ବାଘଛାଲ କାରବାର ଘଟଣାରେ ବନ ବିଭାଗ ୪ ଅଭିଯୁକ୍ତଙ୍କୁ ଗିରଫ କରି ରବିବାର କୋର୍ଟ ଚାଲାଣ କରିଛି। ଗଜପତି ଜିଲା ମୋହନା ବନାଞ୍ଚଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?