ଦଶରଥପୁର ବ୍ଲକସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଉଦ୍‌ଘାଟିତ

ଦଶରଥପୁର,୧୧-୯(ଡି.ଏନ୍‌.ଏ.)- ଦଶରଥପୁର ବ୍ଲକ ଦଶରଥପୁର ସରକାରୀ ଉଚ୍ଚ ବିଦ୍ୟାଳୟଠାରେ ଦୁଇଦିନିଆ ବ୍ଲକସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ମଙ୍ଗଳବାର ଉଦ୍‌ଘାଟିତ ହୋଇଯାଇଛି। ଦଶରଥପୁର ବ୍ଲକ ଅଧ୍ୟକ୍ଷା ସୁଜାତା ସାହୁ ପ୍ରଦୀପ ପ୍ରଜ୍ଜଳନ କରି ଆନୁଷ୍ଠାନିକ ଭାବେ ପ୍ରତିଯୋଗିତାକୁ ଉଦ୍‌ଘାାଟନ କରିଥିଲେ। ଏହି ପରିପ୍ରେକ୍ଷୀରେ ବିଦ୍ୟାଳୟ ଠାରେ ସମ୍ପୃକ୍ତ ବିଦ୍ୟାଳୟର ପ୍ରଧାନଶିକ୍ଷକ ଶଶିକାନ୍ତ ଦାଶଙ୍କ ସଭାପତିତ୍ୱରେ ଏକ ସଭା ଅନୁଷ୍ଠିତ ହୋଇଥିଲା। ଏଥିରେ ସମ୍ମାନିତ ଅତିଥିଭାବେ ଏବିଇଓ ରବିନାରାୟଣ ତ୍ରିପାଠୀ, ଦଶରଥପୁର ସରପଞ୍ଚ ଇନ୍ଦ୍ରଜିତ୍‌ ଦାସ, ସମିତିସଭ୍ୟ ମହେଶ୍ୱର ସାହୁ ପ୍ରମୁଖ ଯୋଗଦେଇ କ୍ରୀଡ଼ାର ତାତ୍ପର୍ଯ୍ୟ ସମ୍ପର୍କରେ ଆଲୋକପାତ କରିଥିଲେ। କ୍ରୀଡ଼ା ଶିକ୍ଷକ କମଳ ଲୋଚନ ବେହୁରିଆ ଅତିଥିମାନଙ୍କ ପରିଚୟ ପ୍ରଦାନ କରିଥିଲେ। ଆୟୋଜିତ କ୍ରୀଡ଼ା ପ୍ରତିଯୋଗିତାରେ ବ୍ଲକର ଚାରୋଟି ଜୋନ୍‌ ଯଥା ଦଶରଥପୁର, ମଙ୍ଗଳପୁର, ଅହିୟାସ ଓ ରାମବାଗରୁ ୨୮୦ଜଣ ପ୍ରତିଯୋଗୀ ଯୋଗଦେଇଛନ୍ତି। ୧୪ବର୍ଷରୁ କମ୍‌ ବାଳିକାବାଳକ ଓ ୧୭ବର୍ଷରୁ କମ୍‌ ବାଳିକାବାଳକ ଜୁନିୟର ଓ ସିନିୟରଭାବେ ଭାଗନେବେ। ଉକ୍ତ ପ୍ରତିଯୋଗିତାରେ କବାଡ଼ି, ବ୍ୟାଡ଼ ମିଣ୍ଟନ୍‌ ଖୋ ଖୋ ପ୍ରତିଯୋଗିତା କରାଯିବ। ଖେଳ ଶିକ୍ଷକ ସର୍ବେଶ୍ୱର ରାଉତ, ଖଗେଶ୍ୱର ରାଉତ, ବିନୟ ବେହେରା, ହୃଷୀକେଶ ମୁଦୁଲି, ଜ୍ୟୋତିରଞ୍ଜନ ସାମଲ, ହରିହର ଜେନା, ଦୀନବନ୍ଧୁ ବେହେରା, ବିନୟ ବେହେରା, ଖେଳ ଶିକ୍ଷୟିତ୍ରୀ ସଞ୍ଜୁକ୍ତା ମହାନ୍ତି, ପ୍ରତିମା ପଣ୍ଡା, ସୁନୀତା ବେହେରା ପ୍ରମୁଖ କ୍ରୀଡ଼ା ପରିଚାଳନା କରିଥିଲେ। ପ୍ରତି ପ୍ରତିଯୋଗିତାର କୃତୀ ପ୍ରତିଯୋଗୀମାନେ ଆସନ୍ତା ୧୪, ୧୫ ଓ ୧୬ତାରିଖ ତିନିଦିନ ଧରି ସୁକିନ୍ଦାଠାରେ ହେବାକୁଥିବା ଜିଲାସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଭାଗନେବେ। ଏଥିରେ ଉଚ୍ଚ ବିଦ୍ୟାଳୟର ସମସ୍ତ ଶିକ୍ଷୟିତ୍ରୀଶିକ୍ଷକ ଓ କର୍ମଚାରୀ ସହଯୋଗ କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ରାଜପଥରୁ ବନ୍ଧୁକ ଦେଖାଇ ଲୁଟ ଉଦ୍ୟମ:ମାଡ଼ିବସିଲା ପୋଲିସ

ଧର୍ମଶାଳା,୩୦।୫(ଶିବ ପ୍ରସାଦ ମହାନ୍ତି):ଯାଜପୁର ଜିଲା ଧର୍ମଶାଳା ଥାନା ୧୬ ନମ୍ବର ଜାତୀୟ ରାଜପଥର ସାରୋଇ ନିକଟରେ ବନ୍ଧୁକ ଦେଖାଇ ଲୁଟ ଉଦ୍ୟମ କରୁଥିବାବେଳେ ଲୋକଙ୍କ ସହଯୋଗରେ ଲୁଟେରାକୁ…

ଏହି ୨ ଗୋଟି ସ୍ଥାନରେ ରାସ୍ତାର ନବୀକରଣ, ପ୍ରଶସ୍ତିକରଣ ପାଇଁ ଶିଳାନ୍ୟାଶ କଲେ ବିଧାୟକ ହିମାଂଶୁ ଶେଖର, ୪ କୋଟି ଟଙ୍କା ବ୍ୟୟ ଅଟକଳରେ…

ଧର୍ମଶାଳା,୨୬।୫(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ନିର୍ବାଚନ ମଣ୍ଡଳୀର ବିଭିନ୍ନ ସ୍ଥାନରେ ରାସ୍ତା ଉନ୍ନତିକରଣ ଓ ପ୍ରଶସ୍ତିକରଣ ପାଇଁ ଧର୍ମଶାଳା ବିଧାୟକଙ୍କ ମାରାଥନ ଶିଳାନ୍ୟାଶ ଜାରିରହିଛି ।…

ଦୁର୍ଘଟଣାକୁ ଡାକୁଛି ବେପରୁଆ ‘ୟୁ-ଟର୍ନ’

କାଏମା,୨୫ା୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ୧୬ ନମ୍ବର ଜାତୀୟ ରାଜପଥର ଚଣ୍ଡିଖୋଲ ରେଲୱେ ଓଭରବ୍ରିଜ ନିକଟରେ ଥିବା କଟ ପଏଣ୍ଟରେ ଗାଡ଼ିଗୁଡ଼ିକ ନେଉଥିବା ବେପରୁଆ ‘ୟୁ-ଟର୍ନ’…

ଜିଲାପାଳଙ୍କ ନିର୍ଦ୍ଦେଶକୁ ଅଣଦେଖା, ଦିନରାତି ଜଳୁଛି ଇଟାଭାଟି

ରସୁଲପୁର,୨୫ା୫(ରଞ୍ଜିତ ରାଉତ): ରସୁଲପୁର ବ୍ଲକ ଅଞ୍ଚଳର ବିଭିନ୍ନ ସ୍ଥାନରେ ବେଆଇନ ଇଟାଭାଟି ଜଳୁଛି। ବାୟୁମଣ୍ଡଳ ତାପମାତ୍ରା ୪୨ଂ ଉପରେ ରହୁଥିବାବେଳେ ଅସାଧୁ ଇଟା ବ୍ୟବସାୟୀ ବେଧଡ଼କ ଇଟାଭାଟିରେ…

ମାଟି ଉଠାଣକୁ ନେଇ ତୁମୁଳକାଣ୍ଡ: ଥାନାରେ ପହଞ୍ଚିଲା ମାମଲ…

ଧର୍ମଶାଳା,୨୪।୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାର ଧର୍ମଶାଳା ଥାନା ଅନ୍ତର୍ଗତ ପାଟପୁର ପଞ୍ଚାୟତର ଶୁନାରି ମୌଜାରୁ ଅବୈଧ ଭାବେ ମାଟି ଉଠାଣ ହେଉଥିବା ବେଳେ ଏହାକୁ ବିରୋଧ…

୩ ବର୍ଷ ପୂର୍ବେ ବିବାହ କରିଥିଲେ ପୁଅ ଅକାଳରେ ଚାଲିଗଲା ଜୀବନ: ଶେଷକୁ ବାପା କରିଦେଲେ ଏମିତି କାମ …

ଦଶରଥପୁର,୨୪।୫(ସୁଶାନ୍ତ କୁମାର ବେହୁରିଆ): ରୋଜଗାରିଆ ପୁଅର ଅକାଳ ମୃତ୍ୟୁକୁ ସହ୍ୟ କରିପାରିଲେନି ବାପା। ବେକରେ ଗାମୁଛା ଭିଡ଼ି ଆତ୍ମହତ୍ୟା କରିଦେଲେ। ଏଭଳି ଦୁଃଖଦ ଘଟଣା ଯାଜପୁର ଜିଲା…

ନିଲାମ ଆରମ୍ଭ ହେବା ପୂର୍ବରୁ ନିଲାମ ବାତିଲ:ଲୋକଙ୍କ ମଧ୍ୟରେ ଅସନ୍ତୋଷ ସହ ବଢିଲା ସନ୍ଦେହ

ଧର୍ମଶାଳା,୨୨।୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଅଧୀନ ବଡ଼ କାଏମା ପଞ୍ଚାୟତରେ ଶୁକ୍ରବାର ହେବାକୁ ଥିବା ନିଲାମ ପ୍ରକ୍ରିୟା ଆରମ୍ଭ ହେବା କିଛି ସମୟ…

ଛିଡା ହୋଇଥିବା ଟ୍ରକ୍‌ ପଛରେ ପିଟିଲା ଟ୍ରାଭେଲର: ୧୦ରୁ ଅଧିକ ଯାତ୍ରୀ ଆହତ

କଳିଙ୍ଗନଗର ୨୨।୫(ଶୁଭାଶିଷ ରାଉତ ): ମା’ ତାରିଣୀଙ୍କ ଦର୍ଶନ ପାଇଁ ଘଟଗାଁ ଯିବା ସମୟରେ ଅଘଟଣ। ଟ୍ରକ ପଛପଟୁ ପିଟିଲା ଟ୍ରାଭେଲର। ୧୦ରୁ ଅଧିକ ଯାତ୍ରୀ ଆହତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri