ଦଶହରା ଲଢ଼େଇ

ଏଥର ଦଶହରା ବଜାରରେ ଦୁଇଟି ସିନେମା-‘ମିଷ୍ଟର ମଜ୍‌ନୁ’ ଏବଂ ‘ଦିସ୍‌ ଇଜ୍‌ ମାୟାରେ ବାୟା’ ରିଲିଜ୍‌ ହେବାକୁ ଯାଉଛି। ଅର୍ଥାତ୍‌ ଚଳିତବର୍ଷ ଏହି ଦୁଇ ସିନେମା ଦଶହରା ଲଢ଼େଇରେ ସାମିଲ ହୋଇଛନ୍ତି। ତରଙ୍ଗ ସିନେ ପ୍ରଡକ୍ସନ ବ୍ୟାନର ତଥା ଜାଗୀ ମଙ୍ଗତ ପଣ୍ଡାଙ୍କ ପ୍ରଯୋଜନାରେ ପ୍ରସ୍ତୁତ ହୋଇଛି ‘ମିଷ୍ଟର ମଜ୍‌ନୁ’। ଫିଲ୍ମଟି ଚଳିତ ମାସ ୪ରେ ପରଦା ଉପରକୁ ଆସୁଛି। ଫିଲ୍ମର ନିର୍ଦ୍ଦେଶନା ଭାର ଅଶୋକ ପତି ସମ୍ଭାଳିଥିବା ବେଳେ ଟାଇଟଲ ଭୂମିକାରେ ଅଭିନୟ କରିଛନ୍ତି ବାବୁସାନ୍‌। ଏହା ପୂର୍ବରୁ ଅବଶ୍ୟ ଅଶୋକ-ବାବୁସାନ୍‌ ଯୋଡ଼ିକୁ ନେଇ ନିର୍ମିତ କେତେକ ଫିଲ୍ମ ଦର୍ଶକଙ୍କ ମନ ଜିଣିବାରେ ସକ୍ଷମ ହୋଇଛି। ତାଙ୍କ ଅପୋଜିଟ୍‌ରେ ଅଛନ୍ତି ତିନିଜଣ ନାୟିକା-ଶୀତଲ, ଦିବ୍ୟା ଏବଂ ସୂର୍ଯ୍ୟମୟୀ। ଅଭିଜିତ୍‌ ମଜୁମ୍‌ଦାରଙ୍କ ସ୍ବର ସଂଯୋଜନାରେ ସଂଯୋଜିତ ଗୀତଗୁଡ଼ିକ ମଧ୍ୟରୁ ‘ଉଠିଗଲା ଧାରା ୩୭୦’ ଭାଇରାଲ ହୋଇସାରିଲାଣି। ଅନ୍ୟପକ୍ଷରେ ସିଦ୍ଧାର୍ଥ ମ୍ୟୁଜିକ୍‌ ବ୍ୟାନରରେ ପ୍ରସ୍ତୁତ ହୋଇଛି ‘ଦିସ୍‌ ଇଜ୍‌ ମାୟାରେ ବାୟା’। ସୀତାରାମ ଅଗ୍ରଓ୍ବାଲଙ୍କ ପ୍ରଯୋଜିତ ଏହି ଫିଲ୍ମଟିର ନିର୍ଦ୍ଦେଶନା ଦେଇଛନ୍ତି ସୁଶାନ୍ତ ମଣି। ଡ. ନିର୍ମଳ ନାୟକ ଗୀତ ଏବଂ ସଂଳାପ ରଚନା କରିଥିବା ବେଳେ ଗୀତଗୁଡ଼ିକୁ ସ୍ବର ଦେଇଛନ୍ତି ବୈଦ୍ୟନାଥ ଦାଶ। ଏହି ଚିତ୍ରର ‘ଆଜିଠାରୁ ତୁ ମୋର, ତୁ ହୋଇଯା ଗୋଟେ ସ୍ମାର୍ଟ ଫୋନ୍‌ ଏବଂ ଫାଷ୍ଟ ଟାଇମ୍‌ କାହିଁ ଫିଲ୍‌ ହେଲା’ ଗୀତ ଚର୍ଚ୍ଚାରେ ରହିଛି। ଏହାର ମେଲ୍‌ ଲିଡ୍‌ରେ ସ୍ବରାଜ ଅଭିନୟ କରିଥିବା ବେଳେ ତାଙ୍କ ସହ ପ୍ରଥମ ଥର ପାଇଁ ସ୍କ୍ରିନ୍‌ ଶେୟାର କରିଛନ୍ତି ଏଲିନା ସାମନ୍ତରାୟ। ଅନ୍ୟପକ୍ଷରେ ସିଦ୍ଧାନ୍ତ ମହାପାତ୍ର ଏବଂ ଝିଲିକଙ୍କୁ ଗୁରୁତ୍ୱପୂର୍ଣ୍ଣ ଭୂମିକାରେ ଦେଖିବାକୁ ମିଳିବ। ତେବେ ଏଥର ଦଶହରା ବଜାରରେ କେଉଁ ଫିଲ୍ମ ବାଜି ମାରୁଛି, ତାହା ରିଲିଜ୍‌ ପରେ ହିଁ ଜଣାପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

କ୍ୟାନ୍‌ସରରେ ଆଖି ବୁଜିଲେ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନ

ନୂଆଦିଲ୍ଲୀ,୨୧ା୪: ଲୋକପ୍ରିୟ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନଙ୍କର ୩୦ ବର୍ଷ ବୟସରେ ମୃତ୍ୟୁ ଘଟିଛି। ସେ ଦୀର୍ଘଦିନ ହେଲା କ୍ୟାନ୍‌ସରରେ ପୀଡ଼ିତ ଥିଲେ। ଇନ୍‌ଷ୍ଟାଗ୍ରାମରେ ତାଙ୍କର...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

ରଜନୀକାନ୍ତ, ଧନୁଷ, କମଲ ହାସନ ଚେନ୍ନାଇରେ ଦେଲେ ଭୋଟ, ସର୍ବପ୍ରଥମେ ପହଞ୍ଚିଲେ ଏହି ସୁପରଷ୍ଟାର

ଚେନ୍ନାଇ,୧୯।୪: ଶୁକ୍ରବାର ସକାଳୁ ଲୋକ ସଭା ନିର୍ବାଚନ ପାଇଁ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ସମସ୍ତ ରାଜନୈତିକ ଦଳ ଭାଗ୍ୟ ପରୀକ୍ଷା କରିବାକୁ ରାଜନୈତିକ ମଞ୍ଚରେ...

ଖୁବ ଶୀଘ୍ର ଆଈ ହେବାକୁ ଯାଉଛନ୍ତି ନୀନା ଗୁପ୍ତା

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ନୀନା ଗୁପ୍ତାଙ୍କ ଘରକୁ କୁନି ଅତିଥି ଆସିବାକୁ ଆଉ ବେଶୀ ସମୟ ବାକି ନାହିଁ। ଅଭିନେତ୍ରୀଙ୍କ ଝିଅ ମାସାବା ଖୁବଶୀଘ୍ର ମା’...

ଶଳା ସଲମାନ୍‌ ନୁହେଁ, ବରଂ ଫିଲ୍ମ କରିବା ପୂର୍ବରୁ ପୋଷାକୁକୁର ସହ କଥା ହୁଅନ୍ତି ଆୟୁଷ  

ବମ୍ବେ: ବଲିଉଡର ଦବଙ୍ଗ ଖାନ୍‌ଙ୍କ ସାନ ଉଭଣୀ ଅର୍ପିତା ଖାନ୍‌ଙ୍କ ସ୍ବାମୀ ହେଉଛନ୍ତି ଆୟୁଷ ଶର୍ମା। ଖ୍ୟାତନାମା ଫିଲ୍ମନିର୍ମାତା ସଲୀମ ଖାନ୍‌ଙ୍କ ସେ ଜ୍ୱାଇଁ ହୋଇଥିବାରୁ...

ନୂଆ ରେକର୍ଡ କଲା ଅଲୁ ଅର୍ଜୁନଙ୍କ ପୁଷ୍ପା ୨, ଏହି ପ୍ଲାଟଫର୍ମକୁ ୨୭୫ କୋଟି ଟଙ୍କାରେ ବିକ୍ରୀ କଲା ଡିଜିଟାଲ୍ ରାଇଟ୍

ମୁମ୍ବାଇ: ଅଲୁ ଅର୍ଜୁନଙ୍କ ପୁଷ୍ପା ୨ ଟିଜର ଆସିବା ପରଠାରୁ ଏହା ହେଡଲାଇନରେ ରହିଛି। ଏବେ ଖବର ଆସିଛି ଯେ, ବହୁ ପ୍ରତୀକ୍ଷିତ ସୁକୁମାରଙ୍କ ନିର୍ଦ୍ଦେଶିତ...

ରାଜ କୁନ୍ଦ୍ରାଙ୍କ ୯୭.୭୯ କୋଟିର ସମ୍ପତ୍ତି ଜବତ କଲା ଇଡି, ଶିଳ୍ପାଙ୍କ ବଙ୍ଗଳା ବି ହେଲା ସିଜ୍‌

ମୁମ୍ବାଇ,୧୮।୪: ବଲିଉଡ୍‌ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ସ୍ବାମୀ ରାଜ କୁନ୍ଦ୍ରା ପୁଣି ଏକ ବଡ଼ ଅଡ଼ୁଆରେ ଫସିଛନ୍ତି। ଇଡି ତାଙ୍କର ୯୭.୭୯ କୋଟି ଟଙ୍କାର ସମ୍ପତ୍ତିକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri