ଦାଦନଙ୍କୁ ସ୍ମୃତି ଇରାନୀଙ୍କ ସହାୟତା ଖବର ଗୁଜବ: ପି. ବିଜୟନ୍‌

ନୂଆଦିଲ୍ଲୀ,୧୦।୪: କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ ନିଜ ସଂସଦୀୟ କ୍ଷେତ୍ର ଅମେଠିର ଦାଦନ ଶ୍ରମିକମାନଙ୍କୁ କେରଳର ଓ୍ବାୟନାଡ୍‌ରେ ସହଯୋଗର ହାତ ବଢ଼ାଇଥିବା ନେଇ କେତେକ ରିପୋର୍ଟ ବିଭିନ୍ନ ଗଣମାଧ୍ୟମରେ ପ୍ରକାଶ ପାଇଥିଲା। ତେବେ ଏହା ଏକ ମିଛ ଖବର ଓ ଗୁଜବ ବୋଲି କେରଳ ମୁଖ୍ୟମନ୍ତ୍ରୀ ପିନାରାୟି ବିଜୟନ୍‌ ଖଣ୍ଡନ କରିଛନ୍ତି।
୨୦୧୯ ସାଧାରଣ ନିର୍ବାଚନରେ ତତ୍କାଳୀନ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ ଉତ୍ତରପ୍ରଦେଶର ଅମେଠି ଲୋକ ସଭା ଆସନରେ ସ୍ମୃତି ଜୁବିନ ଇରାନୀ ହରାଇଥିଲେ। ହେଲେ ରାହୁଲ ଓ୍ବାୟନାଡ୍‌ ଆସନରେ ବିଜୟୀ ହୋଇଥିଲେ। ସମ୍ପ୍ରତି କରୋନା ଭାଇରସ୍‌ ସଂକ୍ରମଣର ମୁକାବିଲା ପାଇଁ ଦେଶବ୍ୟାପୀ ଲକ୍‌ଡାଉନ୍‌ ଘୋଷଣା କରାଯାଇଥିବାରୁ ଓ୍ବାୟନାଡ୍‌ରେ ଅମେଠିର କେତେଜଣ ଦାଦନ ଶ୍ରମିକ ଓ ସେମାନଙ୍କ ପରିବାର ଫସିରହିଥିଲେ। ସେମାନଙ୍କୁ ଇରାନୀ ସହାୟତା ଦେଇ ଉଦ୍ଧାର କରିଥିବା ନେଇ ଏପ୍ରିଲ ୬ରେ ଆର୍‌ଏସ୍‌ଏସ୍‌ ମୁଖପତ୍ର ‘ଅର୍ଗାନାଇଜର୍‌’ରେ ଏକ ରିପୋର୍ଟ ପ୍ରକାଶିତ ହୋଇଥିଲା। ବିଜୟନ୍‌ କହିଛନ୍ତି, ଇରାନୀ କାହାକୁ ସହଯୋଗ କରି ନ ଥିବାରୁ ଏପରି ଦାବି କରିବା ଭୁଲ୍‌। ଫସିଥିବା ଦାଦନ ପରିବାରଙ୍କୁ ପ୍ରକୃତରେ ରାଜ୍ୟ ସରକାରଙ୍କ ଅଧିକାରୀମାନେ ସାହାଯ୍ୟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri