ଦାଦନଙ୍କ ସମସ୍ୟା ସମାଧାନ କର

ନୂଆଦିଲ୍ଲୀ,୩ା୪(ଆଇଏଏନ୍‌ଏସ୍‌): ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ଦାଦନ ଶ୍ରମିକମାନଙ୍କର ଆପତ୍ତି ଅଭିଯୋଗର ସମାଧାନ ଦିଗରେ ଉପଯୁକ୍ତ ପଦକ୍ଷେପ ଗ୍ରହଣ କରିବା ଲାଗି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳକୁ ନିର୍ଦ୍ଦେଶ ଦିଆଯାଇଛି। କେନ୍ଦ୍ର ସ୍ବାସ୍ଥ୍ୟ ସଚିବ ପ୍ରୀତି ସୁଦନ ସବୁ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ମୁଖ୍ୟ ଶାସନ ସଚିବଙ୍କୁ ପତ୍ର ଲେଖି ଦାଦନ ସମସ୍ୟାର ସମାଧାନ କରିବାକୁ କହିଛନ୍ତି। ଲକ୍‌ଡାଉନ ଯୋଗୁ ଦାଦନ ଶ୍ରମିକମାନେ ବିଭିନ୍ନ ସହରରେ ଅଟକି ରହି ନାହିଁ ନ ଥିବା ସମସ୍ୟାର ସମ୍ମୁଖୀନ ହୋଇଛନ୍ତି। ସେମାନଙ୍କ ପାଇଁ ରିଲିଫ କ୍ୟାମ୍ପ, ଆଶ୍ରୟ ସ୍ଥଳ ସ୍ଥାପନ କରିବା ସହ ପର୍ଯ୍ୟାପ୍ତ ଚିକିତ୍ସା ସୁବିଧା ଓ ଖାଦ୍ୟ ପାନୀୟ ବ୍ୟବସ୍ଥା କରିବା ଲାଗି ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଏଥିସହିତ ଦାଦନମାନେ ଫେରି ନ ଯିବା ପାଇଁ ବୁଝାସୁଝା କରିବାକୁ ପ୍ରଶିକ୍ଷଣପ୍ରାପ୍ତ ପରାମର୍ଶଦାତା ଓ ବିଭିନ୍ନ ଧର୍ମ ସମ୍ପ୍ରଦାୟର ନେତାଙ୍କୁ ନିୟୋଜିତ କରିବାକୁ ମଧ୍ୟ ସର୍ବୋଚ୍ଚ ଅଦାଲତ ନିର୍ଦ୍ଦେଶ ଦେଇଥିଲେ।
ସେହିପରି ମିଛ ଖବର ପ୍ରସାରଣ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଲାଗି ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକୁ ନିର୍ଦ୍ଦେଶ ଦିଆଯାଇଛି। ଜନସାଧାରଣ ଖବର ପଛର ସତ୍ୟତା ଯାଞ୍ଚ କରିବା ପାଇଁ କେନ୍ଦ୍ର ସରକାର ଏକ ଓ୍ବେବ୍‌-ପୋର୍ଟାଲ ସ୍ଥାପନ କରିଛନ୍ତି। ରାଜ୍ୟଗୁଡ଼ିକ ଅନୁରୂପ ବ୍ୟବସ୍ଥା ଗ୍ରହଣ କରିବାକୁ କେନ୍ଦ୍ର ପକ୍ଷରୁ ଅନୁରୋଧ କରାଯାଇଛି। ଭୁଲ୍‌ ଖବର ପ୍ରସାରଣ ଯୋଗୁ ଦାଦନ ଶ୍ରମିକଙ୍କ ମଧ୍ୟରେ ଭୟ ସୃଷ୍ଟି ହୋଇଥିଲା ଓ ସେମାନେ ଗଣପଳାୟନ ଲାଗି ବାହାରିଥିଲେ। ଏହାକୁ ସୁପ୍ରିମକୋର୍ଟ ଗୁରୁତ୍ୱର ସହ ନେଇଛନ୍ତି। ଏଭଳି ଖବର ପ୍ରସାରଣ ଦ୍ୱାରା ଦାଦନମାନଙ୍କୁ ଅକଥନୀୟ ଦୁର୍ଦ୍ଦଶାର ସାମ୍ନା କରିବାକୁ ପଡିଥିବା ସର୍ବୋଚ୍ଚ ଅଦାଲତ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri