ଭବାନୀପାଟଣା,୧୭।୫(ଡି.ଏନ୍.ଏ.): କଳାହାଣ୍ଡିରେ ଥମୁନି ଦାଦନ ଯନ୍ତ୍ରଣା। ଦାଦନ ଖଟିବାକୁ ଯିବାବେଳେ ଜଣେ ଶ୍ରମିକ ନିଖୋଜ ହୋଇଥିବା ଶୁକ୍ରବାର ଅଭିଯୋଗ ହୋଇଛି। ନିଖୋଜ ଶ୍ରମିକ ହେଲେ ଜୟପାଟଣା ବ୍ଲକ ରଣମାଲ ପଞ୍ଚାୟତ ଭୂର୍ଷିଗୁଡା ଗାଁର ଭରତ ଗହୀର (୪୨)। ଦାଦନ ଖଟିବାକୁ ଯାଉଥିବାବେଳେ ହାଇଦ୍ରାବାଦ ରେଳ ଷ୍ଟେଶନରେ ସେ ନିଖୋଜ ହୋଇ ଯାଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତିି।
ସୂଚନାଯୋଗ୍ୟ, ଭରତ ଗାଁର ଅନ୍ୟ ୭ ଜଣ ସାଙ୍ଗଙ୍କ ସହ ଆନ୍ଧ୍ରପ୍ରଦେଶରେ ଦାଦନ ଖଟିବାକୁ ଗତ ୧୧ ତାରିଖରୁ ଘରୁ ବାହାରିଥିଲେ। ମାତ୍ର ହାଇଦ୍ରାବାଦ ରେଳ ଷ୍ଟେଶନରେ ପହଞ୍ଚତ୍ବା ପରେ ଭରତ ନିଖୋଜ ହୋଇଯାଇଥିଲେ। ସାଙ୍ଗମାନେ ବହୁ ଖୋଜାଖୋଜି କରିବା ପରେ ମଧ୍ୟ ତାଙ୍କୁ ପାଇ ନ ଥିଲେ। ଏ ସମ୍ପର୍କରେ ଭରତଙ୍କ ସାଙ୍ଗମାନେ ତାଙ୍କ ପରିବାର ଲୋକଙ୍କୁ ଖବର ଦେଇଥିଲେ। ତେବେ ଭରତଙ୍କ ନିଖୋଜ ଖବର ଶୁଣି ପରିବାର ଲୋକଙ୍କ ମଧ୍ୟରେ ନାନା ଆଶଙ୍କା ପ୍ରକାଶ ପାଇଛି। ଘରେ ସ୍ତ୍ରୀ ଶତନମୀ, ଝିଅ ଶିବାନୀ ଓ ବୃଦ୍ଧା ମା’ କୟା ଥିବା ବେଳେ ଭରତଙ୍କ ପୁଅ ବିଷ୍ଣୁ (୧୮) ମଧ୍ୟ ଦାଦନ ଖଟିବାକୁ ବିଜୟୱାଡା ଯାଇଛନ୍ତି। ଏଯାବତ୍ ନିଖୋଜ ଭରତଙ୍କ ସହ କୌଣସି ସମ୍ପର୍କ ହୋଇପାରିନାହିଁ। ଏପଟେ ନିଖୋଜ ଭରତଙ୍କୁ ଫେରାଇ ଆଣିବା ପାଇଁ ଅସହାୟ ପରିବାର ପ୍ରଶାସନ ପାଖରେ ଗୁହାରି କରିଛନ୍ତି।
ପରିବେଶ ନିୟମ ଉଲ୍ଲଂଘନ, ସିପିସିବି ନିର୍ଦ୍ଦେଶରେ ରେଙ୍ଗାଲି ଶ୍ୟାମ ମେଟାଲିକ୍ସ ସିଲ୍
ସମ୍ବଲପୁର/ରେଙ୍ଗାଲି,୬୲୪(ପ୍ରମୋଦ ବହିଦାର/ଦେବବ୍ରତ ପଣ୍ଡା): ସମ୍ବଲପୁର ଜିଲା ରେଙ୍ଗାଲି ବ୍ଲକ ପାଣ୍ଡଲୋଇ ସ୍ଥିତ ଶ୍ୟାମ ମେଟାଲିକ୍ସ ଏଣ୍ଡ ଏନର୍ଜି ଲିମିଟେଡ ବିରୋଧରେ କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ସିପିସିବି)…
ସମ୍ବଲପୁରର ଗୌରବକୁ ଲୋକଲୋଚନକୁ ଆଣିବା ପାଇଁ ପ୍ରୟାସ
ସମ୍ବଲପୁର,୫।୪(ପ୍ରମୋଦ ବହିଦାର): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତିର ପ୍ରଚାର ପ୍ରସାର ପାଇଁ ଚାଲିଥିବା ‘ଓଡ଼ିଆ ପକ୍ଷ’ ପାଳନ ଅବସରରେ ସମ୍ବଲପୁର ମହାନଗର ନିଗମ ଅଞ୍ଚଳରେ ଏକ…
ଅବକାରୀ ବିଭାଗରେ ମହାଘୋଟାଲା: ଏତିକି କୋଟି ଟଙ୍କା ଚଳୁ କରି ୨ ଗିରଫ
ସମ୍ବଲପୁର,୩ା୪(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଅବକାରୀ ବିଭାଗରେ ଏକ ବଡ଼ ଧରଣର ଆର୍ଥିକ ଅନିୟମିତତା ଘଟଣା ସାମ୍ନାକୁ ଆସିଛି। ଜାଲିଆତି କରି ବିଭାଗରୁ ପ୍ରାୟ ୩.୬୭ କୋଟି…
ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ
ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…
ପାଇଖାନା ସେଣ୍ଟ୍ରିଂ ଖୋଲିବା ହେଲା କାଳ, ଶ୍ୱାସରୁଦ୍ଧ ହୋଇ ଚାଲିଗଲା ୨ ଜୀବନ
କୁଚିଣ୍ଡା,୩୧।୩(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ଵ୍ଲକ ମହୁଲପାଲି ଥାନା ଅନ୍ତର୍ଗତ କେଶାଇବାହାଲରେ ଅଭାବନୀୟ ଘଟଣା । ପାଇଖାନା ଟାଙ୍କି ସେଣ୍ଟ୍ରିଙ୍ଗ ଖୋଲିବା ସମୟରେ ଶ୍ୱାସରୁଦ୍ଧ ହୋଇ…
ଦ୍ରୁତଗାମୀ ଟ୍ରକ୍ ଧକ୍କାରେ ଓଲଟି ପଡ଼ିଲା ଅଟୋ, ଚାଲିଗଲା ମହିଳାଙ୍କ ଜୀବନ
ସମ୍ବଲପୁର,୩୦ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୁମୁରା ଥାନା ଅନ୍ତର୍ଗତ ୫୫ ନମ୍ବର ଜାତୀୟ ରାଜପଥର ଫୁଲଝରଣ ନିକଟରେ ସୋମବାର ସକାଳୁ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଯାଇଛି।…
ଭିମ୍ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା
ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…
ମନ୍ କି ବାତ୍ରେ ସମ୍ବଲପୁରର ସୁଜାତା, ପ୍ରଶଂସା କରି ପ୍ରଧାନମନ୍ତ୍ରୀ କହିଲେ…
ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁ ର ଜିଲାର ଜଣେ ସାଧାରଣ ଗୃହିଣୀରୁ ସଫଳ ମାଛ ଚାଷୀ ସାଜିଥିବା ସୁଜାତା ଭୂୟାଁଙ୍କ ସଫଳତା ଆଜି ସାରା ଦେଶ ପାଇଁ ଏକ…
Archives

