ଦାଦାପୁଅ ଭାଇଙ୍କ ଗଳା କାଟି ହତ୍ୟା: ଅଭିଯୁକ୍ତ ଥାନାରେ ଅଟକ

ବୁଗୁଡ଼ା,୨୭ା୧୦(ଡି.ଏନ.ଏ.)-ଗଞ୍ଜାମ ଜିଲା ବୁଗୁଡ଼ା ସହର ଉପକଣ୍ଠ ବେତାରସିଙ୍ଗରେ ଶୁକ୍ରବାର ବିଳମ୍ବିତ ରାତିରେ ଦାଦାପୁଅ ଭାଇଙ୍କ ଗଳା ଓ ପେଟରେ ଛୁରି ଭୁସି ବଡ଼ବାପା ପୁଅ ହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତକ ହେଲେ ନିଲୁ ପାତ୍ର (୧୫)। ଅନ୍ୟ ଜଣେ ଭାଇଙ୍କ ଏତଲା କ୍ରମେ ସ୍ଥାନୀୟ ପୋଲିସ ନଂ.୨୩୫/୧୯ରେ ମାମଲା ରୁଜୁ କରି ଅଭିଯୁକ୍ତ ବିନୋଦ ପାତ୍ର (୨୪)ଙ୍କୁ ଥାନାରେ ଅଟକ ରଖିଛି।
ପ୍ରକାଶ ଯେ, ରାମ ପାତ୍ର ଓ ତାଙ୍କ ଭାଇ କାହ୍ନୁଙ୍କ ପରିବାର ୧୫ବର୍ଷ ତଳେ ବୁଗୁଡ଼ା ଥାନା ବିରଞ୍ଚତ୍ପୁରରେ ରହୁଥିଲା। ରାମଙ୍କର ୪ ପୁଅଙ୍କ ମଧ୍ୟରୁ ଜଣଙ୍କ ମୃତ୍ୟୁ ହୋଇଛି। କାହ୍ନୁଙ୍କର ନିଲୁ ବୋଲି ଜଣେ ପୁଅ ଥିଲେ। ନିଲୁ ୩ ମାସର ହୋଇଥିବାବେଳେ ତାଙ୍କ ମା’ଙ୍କର ମୃତ୍ୟୁ ହୋଇଯିବାରୁ ତାଙ୍କୁ ତାଙ୍କ ବଡ଼ବାପା ରାମ ଆଣି ରଖିଥିଲେ। ପରେ ରାମ ପରିବାର ସହ ନିଲୁଙ୍କୁ ଧରି ବୁଗୁଡ଼ା ସହର ମାଳିଝୋଳା ମନ୍ଦିର ନିକଟରେ ରହୁଥିଲେ। ରାମଙ୍କ ପରିବାର ଘୁଷୁରି ପାଳନ କରି ଚଳୁଥିଲେ। ରାମଙ୍କର ଦୁଇ ପୁଅ ଅନ୍ୟତ୍ର ଯାଇ କାମ କରୁଥିବାବେଳେ ତାଙ୍କ ପାଖରେ ଅନ୍ୟ ଜଣେ ପୁଅ ବିନୋଦ (ମଙ୍ଗୁଳୁ) ଏବଂ ନିଲୁ ରହୁଥିଲେ। ତେବେ ବିନୋଦ ଓ ନିଲୁଙ୍କ ମଧ୍ୟରେ ସବୁବେଳେ ଝଗଡ଼ା ଲାଗି ରହୁଥିଲା। ଶୁକ୍ରବାର ବିଳମ୍ବିତ ରାତିରେ କୌଣସି କାରଣରୁ ବିନୋଦ ଛୁରିରେ ନିଲୁଙ୍କ ଗଳା କାଟିବା ସହ ପେଟକୁ ଭୁସି ଦେଇଥିଲେ। ଫଳରେ ତାଙ୍କର ମୃତ୍ୟୁ ଘଟିଥିଲା। ପରେ ସେ ନିଲୁଙ୍କ ମୃତଦେହ ନେଇ ମନ୍ଦିର ପଛପଟ ଏକ ବୁଦାରେ ପକାଇ ଦେଇଥିଲେ। ଖବର ପାଇ ବୁଗୁଡ଼ା ଥାନାଧିକାରୀ ସୀତାଂଶୁ ଶେଖର ମାନ୍ଧାତା ସଦଳବଳ ଘଟଣାସ୍ଥଳରେ ପହଞ୍ଚତ୍ ମୃତଦେହ ଉଦ୍ଧାର କରିବା ସହ ବିନୋଦଙ୍କୁ ଥାନାରେ ଅଟକ ରଖିଛନ୍ତି। ଏଥିସହ ତାଙ୍କ ମା’ ବାପାଙ୍କୁ ମଧ୍ୟ ପଚରାଉଚରା ଜାରି ରହିଛି। ହତ୍ୟାର ପ୍ରକୃତ କାରଣ ଜଣାପଡ଼ି ନ ଥିବା ବେଳେ ଛତ୍ରପୁରରୁ ସାଇଣ୍ଟିଫିକ୍‌ ଟିମ୍‌ ଏବଂ ସନ୍ଧାନୀ କୁକୁର ଘଟଣାସ୍ଥଳରେ ପହଞ୍ଚତ୍ ଅନୁସନ୍ଧାନ ଆରମ୍ଭ କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ...

ନିଜ ନିର୍ବାଚନ ମଣ୍ଡଳୀରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ହିଞ୍ଜିଳିକାଟୁ,୨୪ା୪(ଦ୍ୱିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାରଠାରୁ ନିଜ ନିଜାଚନ ମଣ୍ଡଳୀ ହିଞ୍ଜିଳିରୁ ୨୦୨୪ ନିର୍ବାଚନ ପ୍ରଚାରର ଶୁଭାରମ୍ଭ କରିଛନ୍ତି। ହିଞ୍ଜିଳିକାଟୁ...

ବିରୋଧୀ କେବେ ସଫଳ ହେବେନି, ବିଜେଡି ବିପୁଳ ବିଜୟ ହାସଲ କରିବ: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଜନସଭାରେ ବିରୋଧୀଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିରୋଧୀ ଅପପ୍ରଚାର କରିବା ସହ ବିକାଶ କାମରେ ବାଧା...

ଓଡ଼ିଶାର ସାଢ଼େ ୪ କୋଟି ମୋର ପରିବାର: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ଆଜିଠୁ ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏହି ସମୟରେ ନିଜ ନିର୍ବାଚନ ମଣ୍ଡଳୀର ହିଞ୍ଜିଳିକାଟୁରେ...

ହିଞ୍ଜିଳିକାଟୁରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ବିଜେଡିର ଷ୍ଟାର ପ୍ରଚାରକ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ପାରମ୍ପରିକ ଆସନରୁ ହିଞ୍ଜିଳିରୁ ପ୍ରଚାର ଆରମ୍ଭ କରିଛନ୍ତି। ତାଙ୍କ ସହ ଫାଇଭ-ଟି...

କାଲିଠୁ ପ୍ରଚାର ଆରମ୍ଭ କରିବେ ନବୀନ

ହିଞ୍ଜିଳିକାଟୁ,୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ନିର୍ବାଚନ ପ୍ରଚାର ଆରମ୍ଭ କରିବେ। ମୁଖ୍ୟମନ୍ତ୍ରୀ ଏହି...

ଆଦିଶକ୍ତି ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୨୩/୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦ୍‌ଯାପନ ହୋଇଛି। ମଙ୍ଗଳବାର ସାଙ୍ଗକୁ ପୂର୍ଣ୍ଣିମା ପଡିଥିବାରୁୁ ମା’ଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri