ବ୍ରହ୍ମପୁର ଅଫିସ,୧୫ା୧୦-ଦାଦାବଟି ମାଗିବା ସହ ଜଣେ ଯୁବକଙ୍କୁ ରବିବାର ରାତିରେ ଝରଣାନଗରରେ ୨ ଅଭିଯୁକ୍ତ ଖଣ୍ଡାରେ ଆକ୍ରମଣ କରିଛନ୍ତି। ଆହତ ଯୁବକ ହେଲେ ରାଧାକାନ୍ତ ସାହିର ତୁଫାନ ଗୌଡ଼ ଓରଫ କାମିନୀ (୨୨)। ଅଭିଯୋଗ ପରେ ବଡବଜାର ପୋଲିସ ନଂ. ୧୭୪/୧୯ରେ ମାମଲା ରୁଜୁ କରି ଘଟଣାର ଅନୁସନ୍ଧାନ ଚଳାଇଛି। ଆହତ ତୁଫାନ ମଧ୍ୟ ଏକ ଅପରାଧୀ ଗ୍ୟାଙ୍ଗର ସଦସ୍ୟ ଅଟନ୍ତି। ତାଙ୍କ ନାମରେ ମଧ୍ୟ ଏକାଧିକ ମାମଲା ଥିବା ପୋଲିସ କହିଛି। ପୂର୍ବଶତ୍ରୁତାକୁ କେନ୍ଦ୍ରକରି ଏହି କାଣ୍ଡ ଘଟିଥିବା ପୋଲିସ ସନ୍ଦେହ କରୁଛି। ତୁଫାନ ରବିବାର ରାତି ପ୍ରାୟ ୮ଟାରେ ତାଙ୍କ ପିଉସୀ ରହୁଥିବା ଝରଣାନଗରକୁ ଯାଉଥିଲେ। ସେଠାରେ ତାଙ୍କୁ ଶିଶିର ଦାସ ଓ ତାଙ୍କ ସହଯୋଗୀ ଅଜୁ ସାହୁ ପ୍ରଥମେ ଅଟକାଇ ଦାଦାବଟି ମାଗିଥିଲେ। ସେ ମନା କରିବାରୁ ତାଙ୍କୁ ଏକ ଖଣ୍ଡାରେ ଅଭିଯୁକ୍ତମାନେ ଆକ୍ରମଣ କରିଥିଲେ ବୋଲି ତୁଫାନ ଥାନାରେ ଏତଲା ଦେଇଥିବା ପୋଲିସ କହିଛି। ଅନ୍ୟପଟେ ଅଭିଯୁକ୍ତମାନଙ୍କୁ ଖୁବଶୀଘ୍ର ଗିରଫ କରାଯିବ ବୋଲି ଥାନାଧିକାରୀ ପ୍ରଶାନ୍ତ ଭୂପତି କହିଛନ୍ତି।
ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ
ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…
ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ
ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…
ଗ୍ରାମ୍ୟ ରାସ୍ତା ମରାମତି ପାଇଁ ସରପଞ୍ଚଙ୍କ ଦାବି: ଜିଲାପାଳଙ୍କୁ ସ୍ମାରକପତ୍ର
ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ସରପଞ୍ଚ ମନୋରଞ୍ଜନ ଗୌଡ଼ କଇଠଖଣ୍ଡି ଏବଂ ବୋରିପଦର ଗ୍ରାମ ଖାଲଖମା ରାସ୍ତା ଗୁଡ଼ିକୁ ତୁରନ୍ତ…
ତପ୍ତପାଣି ରେ ମା ‘ କନ୍ଧୁଣୀ ଦେବୀ ଙ୍କୁ ଦର୍ଶନ କଲେ ବିଧାନସଭା ଗୃହ କମିଟି
ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ରାଜ୍ୟ ବିଧାନସଭା ଗୃହ କମିଟି(ଉପସ୍ଥାପନ) ବ୍ରହ୍ମପୁର ଠାରୁ ଭାୟା ଦିଗପହଣ୍ଡି ଦେଇ ଶୁକ୍ରବାର ପୂର୍ବାହ୍ନ ପ୍ରାୟ ୧୧ ଟାରେ ଗଞ୍ଜାମ – ଗଜପତି…
କେସିଙ୍ଗା ପଞ୍ଚାୟତ ସମିତିରେ ପାନୀୟଜଳବିଦ୍ୟୁତ ଉପରେ ଗୁରୁତ୍ୱ
କେସିଙ୍ଗା, ୨୧।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୧ତମ ସାଧାରଣ ବୈଠକ ଅଧ୍ୟକ୍ଷ ଚନ୍ଦନ କୁମାର ସେନାପତିଙ୍କ ସଭାପତିତ୍ୱରେ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ…
ନୂତନ ପରିବା ବଜାର କମ୍ପ୍ଲେକ୍ସକୁ ସ୍ଥାନାନ୍ତର ପାଇଁ ତତ୍ପର ପୌରପରିଷଦ
ଛତ୍ରପୁର, ୨୧/୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଜନସାଧାରଣଙ୍କ ସୁବିଧା ପାଇଁ ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ପକ୍ଷରୁ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ନିକଟରେ ନବନିର୍ମିତ ପରିବା…
ଚାଷୀ ପଞ୍ଜୀକରଣ ସରଳୀକରଣ ଓ ସମୟସୀମା ଅବଧି ବୃଦ୍ଧି ନେଇ ଆନ୍ଦୋଳନ
ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଅଖିଳ ଭାରତ କୃଷକ ସଭା ଅନୁବନ୍ଧିତ ଓଡ଼ିଶା କୃଷକ ସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ଚାଷୀଙ୍କ ବିଭିନ୍ନ ସମସ୍ୟା ନେଇ ବିକ୍ଷୋଭ ପ୍ରଦର୍ଶନ…
ଏନସିସି ନାଭାଲ ୱିଙ୍ଗ କ୍ୟାଡେଟ ଚୟନ ଶିବିର: ଯୋଗ୍ୟ ଛାତ୍ରୀଛାତ୍ର ଚୟନ
ଭଞ୍ଜନଗର,୨୧।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଶୁକ୍ରବାର ଏନସିସି ନାଭାଲ ୱିଙ୍ଗର କ୍ୟାଡେଟ ଚୟନ ଶିବିର ଅନୁଷ୍ଠିତ ହୋଇଯାଇଛି। ଶିବିରରେ…
Archives

