ଦାଦାବଟି ପାଇଁ ସରପଞ୍ଚଙ୍କୁ ହତ୍ୟା ଉଦ୍ୟମ : ବୋମାଫୁଟି ଅଭିଯୁକ୍ତ ଗୁରୁତର, ଡାକ୍ତରଖାନାରେ ଭର୍ତ୍ତି

ଦିଗପହଣ୍ଡି,୧୫ା୬(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲୀ ପଞ୍ଚାୟତ ସରପଞ୍ଚ ପ୍ରଶାନ୍ତ ସ୍ବାଇଁଙ୍କୁ ଦାଦାବଟି ପାଇଁ ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ତେବେ ବୋମାମାଡ଼ରୁ ସରପଞ୍ଚ ଅଳ୍ପକେ ବର୍ତ୍ତି ଯାଇଥିବାବେଳେ ଅଭିଯୁକ୍ତ ନିଜେ ଗୁରୁତର ହୋଇଛନ୍ତି। ଶୁକ୍ରବାର ରାତିରେ ପୂର୍ବଯୋଜନା ଅନୁଯାୟୀ, ଲାଠି ଗାଁର ଅପରାଧୀ ଚେରୁ ଓରଫ୍‌ ଶ୍ୟାମସୁନ୍ଦର ଗୌଡ଼ ଓ ତାଙ୍କ ୨ ସହଯୋଗୀ ସରପଞ୍ଚଙ୍କୁ ଅଟକାଇ ଦାଦାବଟି ମାଗିଥିଲେ। ସରପଞ୍ଚଙ୍କ ସହ ସେମାନଙ୍କର ଯୁକ୍ତିତର୍କ ହେବା ପରେ କିଛି ଲୋକ ଘଟଣାସ୍ଥଳକୁ ଦୌଡ଼ି ଆସି ଅପରାଧୀଙ୍କୁ କାବୁ କରିବାକୁ ଗୋଡ଼ାଇଥିଲେ। ତେବେ ଚେରୁ ସରପଞ୍ଚଙ୍କ ଉପରକୁ ବୋମା ଫିଙ୍ଗିବାବେଳେ ଅସାବଧାନତା ଯୋଗୁ ବିସ୍ଫୋରଣ ହେବାରୁ ତାଙ୍କ ଡାହାଣ ହାତ ପାପୁଲି ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି। ଖବର ପାଇ ଦିଗପହଣ୍ଡି ପୋଲିସ ଘଟଣାସ୍ଥଳରେ ପହଞ୍ଚି ଗୁରୁତର ଚେରୁଙ୍କୁ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଭର୍ତ୍ତି କରିଛି। ସରପଞ୍ଚଙ୍କ ଏତଲା କ୍ରମେ ଦିଗପହଣ୍ଡି ଆଇଆଇସି ଗୌରାଙ୍ଗ ଚରଣ ସାହୁ ଅଭିଯୁକ୍ତ ଚେରୁଙ୍କ ନାଁରେ ବିଭିନ୍ନ ଦଫାରେ ମାମଲା ରୁଜୁ କରିଛନ୍ତି। ଗୁରୁତର ଅବସ୍ଥାରେ ଅଭିଯୁକ୍ତ ଚେରୁଙ୍କ ଚିକିତ୍ସା ଚାଲିଥିବାବେଳେ ୨ ସହଯୋଗୀ ଫେରାର ଥିବା ଆଇଆଇସି କହିଛନ୍ତି। ଚେରୁଙ୍କ ନାମରେ ବିଭିନ୍ନ ଥାନାରେ ୧୦ରୁ ଊର୍ଦ୍ଧ୍ୱ ମାମଲା ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ନେଉଥିଲେ ୩୦୦୦ ଟଙ୍କା, ଯୋଗାଣ ବିଭାଗର ଚଢ଼ାଉ, ଜବତ ହେଲା ୪୧…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲାରେ ରନ୍ଧନ ଗ୍ୟାସର କୃତ୍ରିମ ଅଭାବ ସୃଷ୍ଟି କରି ଚଢ଼ା ଦରରେ ବିକ୍ରି କରୁଥିବା ଅଭିଯୋଗରେ ଯୋଗାଣ ବିଭାଗ…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri