ଦାଦାବଟି ମାଗିବା ଅଭିଯୋଗରେ ୬ ଗିରଫ: କାର, ବନ୍ଧୁକ, ଗୁଳି ଜବତ

କଟକ ଅଫିସ, ୧୪।୧୧- ଜଗତ୍‌ପୁର ଥାନା ଅଞ୍ଚଳର ଜନୈକ ବ୍ୟକ୍ତିଙ୍କୁ ମାରଣାସ୍ତ୍ର ଦେଖାଇ ଧମକ ଦେବା ଓ ଦାଦାବଟି ମାଗିବା ଅଭିଯୋଗରେ ପୋଲିସ ଏକ ଗ୍ୟାଙ୍ଗର ୬ ଜଣଙ୍କୁ ବୁଧବାର ଗିରଫ କରି କୋର୍ଟଚାଲାଣ କରିଛି। ସେମାନେ ହେଲେ ଜଗତ୍‌ପୁର ଥାନା ଅନ୍ତର୍ଗତ ଖରଡାସାହିର ଅଶୋକ କୁମାର ବେହେରା, ଶ୍ରୀଧର ବେହେରା, ଲକ୍ଷ୍ମଣପୁରର ମନୋଜ କୁମାର ସ୍ବାଇଁ, ତେଲିସାହିର କଳ୍ପତରୁ ସାହୁ, ରାଜାବଗିଚା ବଢେଇସାହିର ଦିବ୍ୟଜିତ୍‌ ବାରିକ ଓ ଅମିତାଭ ସ୍ବାଇଁ। ପୋଲିସ ସେମାନଙ୍କ ନିକଟରୁ ଗୋଟିଏ ପିସ୍ତଲ, ୪ଟି ମାଗାଜିନ୍‌, ୪ଟି ଗୁଳି, ଗୋଟିଏ ଭୁଜାଲି, ୨୪ହଜାର ଟଙ୍କା, ତିନୋଟି କାର, ତିନୋଟି ବାଇକ, ଗୋଟେ ସ୍କୁଟି, ୪ଟି ମୋବାଇଲ ଫୋନ ଜବତ କରିଛି। ଏ ନେଇ ଥାନାରେ ଏକ ମାମଲା(ନଂ.୩୭୨/୧୯) ମାମଲା ରୁଜୁ ହୋଇଛି।
ପୋଲିସ ସୂଚନା ଅନୁଯାୟୀ, ଗତ ୧ ତାରିଖରେ ଜଗତ୍‌ପୁର ଥାନା ଅଧୀନ ଷ୍ଟେଶନ ବଜାରର ଶତ୍ରୁଘ୍ନ ସାହୁ ଓ ତାଙ୍କର ଜଣେ ବନ୍ଧୁ ଆଇବି ରୋଡ ନିକଟରେ ଥିବା ଆଦିତ୍ୟ ସେଲିବ୍ରେସନ ମଣ୍ଡପକୁ ଯାଇଥିଲେ। ସେଠାରେ ସେମାନେ ଉକ୍ତ ମଣ୍ଡପର ମାଲିକଙ୍କ ସହ କିଣା ଯାଇଥିବା ଏକ ଜମିର ଦଖଲ ନେବା ସଂକ୍ରାନ୍ତରେ କଥା ହେଉଥିଲେ। ଏହି ସମୟରେ ଅଭିଯୁକ୍ତମାନେ ସେଠାରେ ପହଞ୍ଚି ବନ୍ଧୁକ ଓ ମାରଣାସ୍ତ୍ର ଦେଖାଇ ଶତ୍ରୁଘ୍ନଙ୍କୁ ଦାଦାବଟି ମାଗିଥିଲେ। ସେମାନଙ୍କ ମଧ୍ୟରୁ ଅଶୋକ ଶତ୍ରୁଘ୍ନଙ୍କ ମୁଣ୍ଡରେ ବନ୍ଧୁକ ଲଗାଇ ତାଙ୍କ ପକେଟ୍‌ରୁ ୨ଲକ୍ଷ ଟଙ୍କା ଛଡାଇ ନେଇଥିଲେ। ଏହି ସମୟରେ ଅନ୍ୟ ଅଭିଯୁକ୍ତମାନେ ମାରଣାସ୍ତ୍ର ଦେଖାଇ ସ୍ଥାନୀୟ ଲୋକମାନଙ୍କୁ ଭୟଭୀତ କରିଥିଲେ ବୋଲି ଶତ୍ରୁଘ୍ନ ଜଗତ୍‌ପୁର ଥାନାରେ ଅଭିଯୋଗ କରିଥିଲେ। ଏହି ଅଭିଯୋଗକୁ ଭିତ୍ତିକରି ପୋଲିସ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ଅଭିଯୁକ୍ତମାନଙ୍କୁ ଗିରଫ କରିଥିଲା। ଅଭିଯୁକ୍ତମାନଙ୍କ ନାମରେ ପୂର୍ବରୁ ବିଭିନ୍ନ ଥାନାରେ ଏକାଧିକ ମାମଲା ରହିଥିବା ନେଇ ଡିସିପି ଅଖିଳେଶ୍ୱର ସିଂ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri