ଦାଦାବଟି ମାଗି ଅଭିଯୁକ୍ତ ଗିରଫ: ୩୫ ହଜାର ଟଙ୍କା ସହ ମୋବାଇଲ, ଗାଡ଼ି ଜବତ

ପଟ୍ଟାମୁଣ୍ଡାଇ, ୩।୭(ସ୍ବ.ପ୍ର): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ସହରର କପଡ଼ା ବ୍ୟବସାୟୀ ଉମେଶ ଚନ୍ଦ୍ର ସାହୁଙ୍କୁ ଫୋନରେ ଦାଦା ବଟି ମାଗିବା ସହ ଧମକ ଦେବା ଅଭିଯୋଗରେ ବୁଧବାର ପଟ୍ଟାମୁଣ୍ଡାଇ ପୋଲିସ ଜଣଙ୍କୁ ଗିରଫ କରିଛି। ସେ ହେଲେ ଭରତ ଚୁଲି। ତାଙ୍କ ଘର କେନ୍ଦ୍ରାପଡ଼ା ସଦରଥାନା ତିଳୋତ୍ତମାଦେଇପୁର ଖଣ୍ଡାସାହି ଗ୍ରାମରେ।
ପ୍ରକାଶ ଯେ, ଜୁନ୍‌ ୨୫ ଓ ୨୬ ତାରିଖରେ ଉମେଶଙ୍କ ମୋବାଇଲକୁ ଏକ ଅଜଣା ନମ୍ବରରୁ କଲ ଆସିଥିଲା। ତାଙ୍କୁ ବଟିମାଗିବା ସହ ଧମକ ଦେଇଥିଲେ। ଏ ନେଇ ଉମେଶ ପଟ୍ଟାମୁଣ୍ଡାଇ ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗକୁ ଭିତ୍ତିକରି ପୋଲିସ ନଂ. ୨୨୩/୧୯ରେ ମାମଲା ରୁଜୁକରିବା ସହ କେନ୍ଦ୍ରାପଡା କାକଟ ନସଡିପୁର ପୁରୁଣା ଗୋବରିକେନାଲ ନିକଟରୁ ମଙ୍ଗଳବାର ରାତିରେ ଭରତଙ୍କୁ ଗିରଫ କରିଛି। ତାଙ୍କ ନିକଟରୁ ପୋଲିସ ନଗଦ ୩୫୦୦ ଟଙ୍କା, ୨ଟି ଏଟିଏମ୍‌ କାର୍ଡ, ବାଇକ, ୧୧ଟି କମ୍ପାନୀର ସିମ୍‌କାର୍ଡ ସହ ୩ଟି ମୋବାଇଲ ଓ ଏକ ଲାପ୍‌ଟପ୍‌ ଜବତ କରିଛି ଜିଲା ଏସ୍‌ପି ନିତିଶେଖର ବୁଧବାର ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। ଗିରଫ ଭରତଙ୍କୁ ପଟ୍ଟାମୁଣ୍ଡାଇ କୋର୍ଟ ଚାଲାଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଣି ଅଭାବରୁ ପନିପରିବା ଫସଲ ନଷ୍ଟ

ପଟ୍ଟାମୁଣ୍ଡାଇ,୨୫ା୪(କଳ୍ପତରୁ ନାୟକ)କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ଅସହ୍ୟ ଗୁଳୁଗୁଳି ସାଙ୍ଗକୁ ପ୍ରଚଣ୍ଡ ରୌଦ୍ରତାପରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛନ୍ତି। ୧୫ ଦିନ ହେଲା କ୍ରମାଗତ ତାପମାତ୍ରା ବୃଦ୍ଧି...

ଆଖୁଚାଷରୁ ମୁହଁ ଫେରାଉଛନ୍ତି ଚାଷୀ

ମାର୍ଶାଘାଇ,୨୫ା୪ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ)କେନ୍ଦ୍ର, ରାଜ୍ୟ ସରକାର କୃଷି ଓ କୃଷକଙ୍କ ଉନ୍ନତି ପାଇଁ ବିଭିନ୍ନ ଯୋଜନା ପ୍ରଣୟନ କରୁଛନ୍ତି। ହେଲେ ତଳସ୍ତରରେ ତାହା ପ୍ରତିଫଳିତ...

୨୯ ଓଭର ହେଡ୍‌ ଟାଙ୍କି, ଲୋକଙ୍କୁ ପାଣି ମୁନ୍ଦେ ମିଳୁନି

ମାର୍ଶାଘାଇ,୨୪ା୪ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ବ୍ଲକ ଅଞ୍ଚଳରେ ପାନୀୟ ଜଳ ସମସ୍ୟାକୁ ନେଇ ଲୋକେ ତ୍ରାହି ତ୍ରାହି ଡାକିଲେଣି। ପ୍ରଚଣ୍ଡ ରୌଦ୍ରତାପ ସାଙ୍ଗକୁ...

ବିଜେଡି, ଭାଜପାରେ ଗୋଷ୍ଠୀ କନ୍ଦଳ

ପଟ୍ଟାମୁଣ୍ଡାଇ,୨୪ା୪ (କଳ୍ପତରୁ ନାୟକ):କେନ୍ଦ୍ରାପଡ଼ା ଜିଲା ରାଜନଗର ବିଧାନସଭା ଆସନ ସବୁବେଳେ ରାଜ୍ୟ ରାଜନୀତିରେ ସମ୍ବେଦନଶୀଳ ଓ ଗୁରୁତ୍ୱପୂର୍ଣ୍ଣ ହୋଇଆସିଛି। ସବୁଥର ଏହି ଆସନରେ ବିଜେଡି ଓ...

ନିର୍ମାଣର ବର୍ଷକ ମଧ୍ୟରେ ରାସ୍ତା ଦବିଲା

ଡେରାବିଶ,୨୩ା୪ (ବେବର୍ତ୍ତା ଅଜୟ ଦାସ):କେନ୍ଦ୍ରାପଡ଼ା ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଡେରାବିଶ ଅଞ୍ଚଳର ମୁଖ୍ୟ ରାସ୍ତା କୁହାଯାଉଥିବା ୫୩ ନଂ. ଜାତୀୟ ରାଜପଥର ପଞ୍ଚୁପାଣ୍ଡବ ଛକ...

ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତି ଅଭିଯୋଗ

ପଟ୍ଟାମୁଣ୍ଡାଇ,୨୩ା୪ (କଳ୍ପତରୁ ନାୟକ):ସରକାରୀ ଅନୁଦାନରେ କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପଞ୍ଚାୟତ ସମିତିରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତି ହୋଇଥିବା ନେଇ ଅଭିଯୋଗ ହୋଇଆସୁଛି। ମାତ୍ର...

ପାନୀୟ ଜଳର ଶୁଦ୍ଧତା ନାମରେ ବ୍ୟବସାୟ

ପଟ୍ଟାମୁଣ୍ଡାଇ, ୨୨ା୪(କଳ୍ପତରୁ ନାୟକ):ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଛି। ଏଥିରୁ ନିସ୍ତାର ମିଳିପାରିନାହିଁ। ଉପକୂଳ ଓଡ଼ିଶା କେନ୍ଦ୍ରାପଡ଼ା ଜିଲାରେ ଆଜି ବି ତାପମାତ୍ରା ୪୨ ଡିଗ୍ରୀ ପାଖାପାଖି...

ବଢୁଛି ଆଳୁ ଦର, ଚିନ୍ତାରେ ଖାଉଟି

କେନ୍ଦ୍ରାପଡ଼ା, ୨୨ା୪ (ଜଗନ୍ନାଥ ଧଳ):ଆଳୁ ଦର ବଢ଼ିବାରେ ଲାଗିଛି। କେନ୍ଦ୍ରାପଡ଼ାରେ ଗତ ସପ୍ତାହରେ ଆଳୁ କେଜି ପ୍ରତି ୨୦ଟଙ୍କା ଥିଲା। ଏବେ ବଜାର ଦର ୨୮କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri