ଦାବି ପୂରଣ ନ ହେବାରୁ ଦ୍ୱିତୀୟ ଦିନରେ ଟାଟାଖଣି ଶ୍ରମିକଙ୍କ ଧାରଣା

ଯୋଡ଼ା,୨୮।୯(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ଖଣିମଣ୍ଡଳ ଅନ୍ତର୍ଗତ ବିଛାକୁଣ୍ଡିସ୍ଥିତ ଟାଟା କମ୍ପାନୀର ମାଙ୍ଗାନିଜ ଖଣିର ଶତାଧିକ ଶ୍ରମିକ ଦାବି ପୂରଣ ନ ହେବାରୁ ଦ୍ୱିତୀୟ ଦିନରେ ଧାରଣାରେ ବସିଥିବା ଦେଖିବାକୁ ମିଳିଛି ।
ପ୍ରକାଶ ଯେ, ଶନିବାର ଅପରାହ୍ନରେ ବୋନସ ଦାବି କରି ୮ ଶହରୁ ଊର୍ଦ୍ଧ୍ୱ ଶ୍ରମିକ କମ୍ପାନୀର କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଛନ୍ତି। ଟାଟା କମ୍ପାନୀ ଦ୍ୱାରା ନିଯୁକ୍ତ ଖଣି ଠିକାସଂସ୍ଥା କରୋନେନ୍‌ ଇନ୍‌ଫ୍ରାଷ୍ଟ୍ରକଚର ପ୍ରାଇଭେଟ ଲିମିଟେଡ୍‌ କାର୍ଯ୍ୟ କରୁଥିବା ଖଣି ଶ୍ରମିକମାନଙ୍କୁ ଶତକଡା ୮.୩୩ ବୋନସ ପ୍ରଦାନ କରିବେ ବୋଲି ନିଷ୍ପତ୍ତି ନେଇଥିଲା । ମାତ୍ର ଶ୍ରମିକମାନେ ବୋନସ ପ୍ରଦାନରେ ନିଷ୍ପତ୍ତି ନିଆଯାଇଥିବା ଶତକଡା ୮.୩୩ ପ୍ରତିଶତଠାରୁ ଅଧିକ ଦାବି କରିଥିଲେ ହେଁ, ଠିକାସଂସ୍ଥା ଉକ୍ତ ଦାବି ପୂରଣ କରିବାରେ ଟାଳଟୁଳ ନୀତି ଅବଲମ୍ବନ କରୁଥିବାରୁ ଶେଷରେ ଶ୍ରମିକମାନେ ପୁନର୍ବାର ଆନ୍ଦୋଳନ କରିଥିବା କହିଛନ୍ତି । ଆଇନ ଶୃଙ୍ଖଳା ପରିସ୍ଥିତି ପାଇଁ ଯୋଡ଼ା ଥାନା ପକ୍ଷରୁ ଘଟଣାସ୍ଥଳରେ ପୋଲିସ ମୁତୟନ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ଉପରେ ବଢୁଛି ଚାପ: ଏବେ କ’ଣ କରିବେ ମୋଦି

ନୂଆଦିଲ୍ଲୀ,୨୫ା୭(ପି.ଟି./ଏଜେନ୍ସି): କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ସିଜେପି ପକ୍ଷରୁ ଚାଲିଥିବା ଆନ୍ଦୋଳନ ସରକାରଙ୍କ ଉପରେ ବଡ଼ ଚାପ ସୃଷ୍ଟି କରିଛି। ଶୁକ୍ରବାର ସରକାର ଓ…

ସାର ବିକ୍ରିରେ ଅନିୟମିତତା: ୬ ଡିଲରଙ୍କ ଲାଇସେନ୍ସ ରଦ୍ଦ

ବରଗଡ଼,୨୫।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ୍‌ ଚାଷକାର୍ଯ୍ୟ ଜୋରସୋର୍‌ରେ ଚାଲିଥିଲାବେଳେ ସାରର କୃତ୍ରିମ ସଙ୍କଟ ଏବଂ କଳାବଜାର ଚାଷୀମାନଙ୍କୁ ଚିନ୍ତାରେ ପକାଇ ଦେଇଛି। ଏଭଳି ଅଭିଯୋଗ ପାଇବା ପରେ…

ଇସ୍ତଫା ଦେବେ ନାହିଁ ଧର୍ମେନ୍ଦ୍ର ପ୍ରଧାନ! ସରକାରଙ୍କ କଡ଼ା ଆଭିମୁଖ୍ୟ, ଗୋଟିଏ ମାସ ମଧ୍ୟରେ…

ନୂଆଦିଲ୍ଲୀ,୨୪।୭: NEET ପେପର ଲିକ୍ ମାମଲାରେ ଦାୟିତ୍ୱ ନିର୍ଦ୍ଧାରଣ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ଜାତୀୟ ରାଜଧାନୀ ଦିଲ୍ଲୀର ଜନ୍ତର-ମନ୍ତରରେ ଗତ ଏକ…

ରାଇକିଆରେ ବାହୁଡା଼ ଯାତ୍ରା ସମ୍ପନ୍ନ

ରାଇକିଆ,୨୪ା୭ (ପ୍ରଦୀପ ବେହେରା): ରାଇକିଆ ଠାରେ ଶୁକ୍ରବାର ବାହୁଡ଼ା ଯାତ୍ରା ସମ୍ପନ୍ନ ହୋଇଛି। ଅସ୍ଥାୟୀ ଗୁଣ୍ଡିଚା ମନ୍ଦିରର ଆଡ଼ପ ମଣ୍ଡପରେ ବିରାଜମାନ କରିଥିବା ଚତୁର୍ଦ୍ଧା ମୂର୍ତ୍ତିଙ୍କର ସାମ୍ନାରେ…

ଗଞ୍ଜାମରେ ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା

ଗଞ୍ଜାମ,୨୪ା୭(ବିଦ୍ୟାଧର ସାହୁ/ଅନାଥ ତରାଇ): ଗଞ୍ଜାମ ସହରରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବାହୁଡ଼ା ଯାତ୍ରା ପାଳିତ ହୋଇଛି। ସକାଳୁ ମନ୍ଦିର ପରିସରରେ ପୂଜାପାଠ ଓ ରୀତିନୀତି ପାଳନ ପରେ ମହାପ୍ରଭୁଙ୍କ…

ଚମକାଇଲା ECBର ନିଷ୍ପତ୍ତି: ଜୋ ରୁଟ୍ ପୁଣି ହେବେ ଇଂଲଣ୍ଡର ଷ୍ଟେଟ୍ କ୍ୟାପଟେନ୍

ଲଣ୍ଡନ,୨୪।୭: : ଇଂଲଣ୍ଡ କ୍ରିକେଟ୍ ଦଳକୁ ମିଳିବାକୁ ଯାଉଛି ଜଣେ ନୂତନ ଟେଷ୍ଟ କ୍ୟାପଟେନ୍। ବରିଷ୍ଠ ବ୍ୟାଟ୍ସମ୍ୟାନ୍ ଜୋ ରୁଟଙ୍କୁ ପୁଣି ଥରେ ଇଂଲଣ୍ଡ ଟେଷ୍ଟ ଦଳର…

୧୧ କେ.ଭି. ତାର ସଂସ୍ପର୍ଶରେ ଆସି ମହିଳାଙ୍କ ମୃତ୍ୟୁ ଘଟଣା: ଶକ୍ତି ସଚିବ, କଳାହାଣ୍ଡି ଜିଲାପାଳ ଓ ଏସପିଙ୍କୁ ନୋଟିସ ଜାରି କଲା ଜାତୀୟ ମାନବାଧିକାର କମିଶନ

ଥୁଆମୂଳ ରାମପୁର, ୨୪।୦୭ (ଦୁର୍ଗା କୀର୍ତ୍ତି): ବିଦ୍ୟୁତ୍ ବିଭାଗ ଓ ଟାଟା ପାୱାରର ଚରମ ଅବହେଳା ଯୋଗୁ ଝୁଲନ୍ତା ୧୧ କେ.ଭି. ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି…

CJP ପ୍ରଦର୍ଶନରେ ପାକିସ୍ତାନୀ ଷଡ଼ଯନ୍ତ୍ର! ଜନ୍ତର-ମନ୍ତର ପ୍ରଦର୍ଶନକୁ ନେଇ ବଡ଼ ଖୁଲାସା, ବ୍ଲକ ହେଲା ୪୮୦…

ନୂଆଦିଲ୍ଲୀ,୨୪।୭: ଦିଲ୍ଲୀର ଜନ୍ତର-ମନ୍ତରଠାରେ ‘କକ୍ରୋଚ ଜନତା ପାର୍ଟି’ (CJP) ର ବିରୋଧ ପ୍ରଦର୍ଶନ ମଧ୍ୟରେ ଦିଲ୍ଲୀ ପୋଲିସ ଏକ ବଡ଼ ଖୁଲାସା କରିଛି। ପୋଲିସ ଏକ ବଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri