ଦାବି ପୂରଣ ପାଇଁ ଖବରଦାତାଙ୍କ ପ୍ରତୀକ ଧାରଣା

ଦଶପଲ୍ଲା,୩ା୮(ଡି.ଏନ.ଏ.): ଦଶପଲ୍ଲା ଥାନା ସମ୍ମୁଖରେ ଖବରଦାତା କ୍ରିୟାନୁଷ୍ଠାନ କମିଟି ତରଫରୁ ଦ୍ୱିତୀୟ ପର୍ଯ୍ୟାୟ ଧାରଣା ଶୁକ୍ରବାର ଆରମ୍ଭ ହୋଇଛି। ଜୁନ୍‌ ୧୦ରୁ ୧୪ତାରିଖ ପର୍ଯ୍ୟନ୍ତ ସେମାନେ ନିଜର ଦାବି ପୂରଣ ପାଇଁ ଥାନା ସମ୍ମୁଖରେ ଧାରଣା ଦେଇଥିଲେ। ତେବେ ୫ମ ଦିବସରେ ନୟାଗଡ଼ ଅତିରିକ୍ତ ଏସ୍‌ପି ଧାରଣାକାରୀଙ୍କ ସହିତ ଆଲୋଚନା କରି ଏ ଦିଗରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ ନିମନ୍ତେ ପ୍ରତିଶ୍ରୁତି ଦେବାରୁ ଧାରଣା ସ୍ଥଗିତ ହୋଇଥିଲା। ଦୀର୍ଘ ୧୫ ଦିନ ବିତିଯାଇଥିଲେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ନ ହେବାରୁ ପୁଣି ଥାନା ସମ୍ମୁଖରେ ପ୍ରତୀକ ଧାରଣା ଆରମ୍ଭ ହୋଇଛି। ପ୍ରକାଶଯୋଗ୍ୟ, ଟାକେରା ସରକାରୀ ହାଇସ୍କୁଲକୁ ଖବର ସଂଗ୍ରହ କରିବାକୁ ଯାଇଥିବାବେଳେ ୩ ଖବରଦାତାଙ୍କୁ ଦୁର୍ବ୍ୟବହାର ଅଭିଯୋଗ ହୋଇଥିଲା। ଏହାର ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କରି କମିଟି ତରଫରୁ ଜିଲା ପ୍ରଶାସନକୁ ଅବଗତ କରାଯାଇଥିଲା। ଏ ପର୍ଯ୍ୟନ୍ତ କୌଣସି କାର୍ଯ୍ୟାନୁଷ୍ଠାନ ନ ହେବାରୁ ପ୍ରଶାସନକୁ ଅବଗତ କରାଯାଇ ଦ୍ୱିତୀୟ ପର୍ଯ୍ୟାୟ ଧାରଣା ଦିଆଯାଇଛି। ଦଶପଲ୍ଲା ତହସିଲଦାର ପ୍ରମୋଦ କୁମାର ଦଳବେହେରା ପହଞ୍ଚତ୍ ଧାରଣାକାରୀଙ୍କ ସହିତ ଆଲୋଚନା କରିଥିଲେ ମଧ୍ୟ ସମାଧାନର ସୂତ୍ର ମିଳି ନ ଥିଲା। ତେଣୁ ଦାବି ପୂରଣ ପର୍ଯ୍ୟନ୍ତ ଏହା ଜାରି ରହିବ ବୋଲି ଧାରଣାକାରୀମାନେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଟିକେଟ ନ ମିଳିଲେ ସ୍ବାଧୀନ ଭାବେ ଲଢ଼ିବେ ଅନୁଭବ’

ଖଣ୍ଡପଡ଼ା,୨୩ା୪(ଅଜୟ କୁମାର ମହାରଣା):ନୟାଗଡ଼ ଜିଲାର ବିଭିନ୍ନ ବିଧାନସଭା କ୍ଷେତ୍ର ପାଇଁ ବିଜେଡି ପ୍ରାର୍ଥୀ ଚୟନ କରିସାରିଥିବାବେଳେ ଖଣ୍ଡପଡ଼ା ନିର୍ବାଚନମଣ୍ଡଳୀ ଘୋଷଣା ବାକି ରହିଛି। ବିଜେଡି ପକ୍ଷରୁ...

ବିଜେଡି, କଂଗ୍ରେସର ଅଭିଜ୍ଞ, ଭାଜପାର ନୂଆ ପ୍ରାର୍ଥୀ

ନୟାଗଡ,୨୨।୪(ଲୋକନାଥ ମିଶ୍ର):ନୟାଗଡ଼ ଜିଲାର ଦଶପଲ୍ଲା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ଓ କଂଗ୍ରେସର ଦୁଇ ଅଭିଜ୍ଞ ପ୍ରାର୍ଥୀ ନିର୍ବାଚନ ମଇଦାନକୁ ଓହ୍ଲାଇଥିବାବେଳେ ଭାଜପାର ନୂଆମୁହଁ ସହ ଲଢ଼େଇ...

୧୩ ବଖରା ଭସ୍ମୀଭୂତ

ନୂଆଗାଁ,୨୧।୪(ଧନେଶ୍ୱର ସାହୁ)ନୟାଗଡ଼ ଜିଲା ନୂଆଗାଁ ବ୍ଲକ ଉଦୟପୁର ପଞ୍ଚାୟତ ଶିଖରଗୋଛା ଗ୍ରାମରେ ଶନିବାର ନିଆଁ ଲାଗି ୧୩ ବଖରା ଘର ପୋଡ଼ି ପାଉଁଶ ହୋଇଯାଇଛି। ଅଗ୍ନିବିପନ୍ନମାନେ...

ଚନ୍ଦନ ପୋଖରୀରେ ପଦ୍ମ,କଇଁ ଫୁଟିବ

ଖଣ୍ଡପଡ଼ା,୨୧ା୪(ଅଜୟ କୁମାର ମହାରଣା)ନୀଳମାଧବ ଜୀଉଙ୍କ ଚନ୍ଦନ ପୋଖରୀର ନବୀକରଣ କାର୍ଯ୍ୟ ସହ ପଙ୍କ ଉଦ୍ଧାର କାମ ସରିଛି। କାମ ସରିବା ପରେ ପାଣି ଭରି ଦିଆଯାଇଛି।...

ଆଚରଣ ବିଧି ସମୟରେ ଚାଲିଛି ନିଯୁକ୍ତି

ନୟାଗଡ଼,୨୧।୪(ଲୋକନାଥ ମିଶ୍ର)ନିର୍ବାଚନ ଆଚରଣ ବିଧି ଲାଗୁ ପରେ ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସରଳୟ(ଡିଏଚ୍‌ଏଚ୍‌)ରେ ନିଯୁକ୍ତି ହେଉଥିବା ଅଭିଯୋଗ ହୋଇଛି। ପୁଣି ଜିଲାପାଳଙ୍କ ଅଧ୍ୟକ୍ଷତାରେ ବଦଳି କମିଟି...

ସରକାରୀ କଟକଣା ମାନୁନାହାନ୍ତି ଅଧିକାରୀ

ଓଡ଼ଗାଁ,୨୧ା୪ (ଆଦର୍ଶ କୁମାର ପଟ୍ଟନାୟକ)ସକାଳ ୮ଟାରୁ ପ୍ରଚଣ୍ତ ଖରାରେ ସିଝୁଛି ସାରା ଓଡ଼ିଶା। ଏଥିରୁ ନୟାଗଡ଼ ଜିଲା ଓଡ଼ଗାଁ ବାଦ ଯାଇନି। ଏପଟେ ରାଜ୍ୟ ସରକାର...

ଅଣଚାଷୀଙ୍କୁ ପ୍ରାଧାନ୍ୟ ଦେଉଛି କୃଷି ବିଭାଗ

ନୟାଗଡ଼,୨୦।୪(ଲୋକନାଥ ମିଶ୍ର)ନୟାଗଡ଼ ଜିଲା ସଦର ବ୍ଲକର ବାଲୁଗଁା ପଞ୍ଚାୟତ ଅଞ୍ଚଳରେ ଚାଷୀ ଓ ଚାଷକୁ କୃଷି ବିଭାଗ ଅଣଦେଖା କରୁଥିବା ଅଭିଯୋଗ ହୋଇଆସୁଛି। ଚାଷୀ ଓ...

ପ୍ରାର୍ଥୀ ଚୟନରେ ବିଳମ୍ବ, ଫାଇଦା ଉଠାଉଛି ଭାଜପା

ନୟାଗଡ଼/ଭାପୁର,୧୮।୪(ଲୋକନାଥ ମିଶ୍ର/ଭରତ କୁମାର ବେହେରା)ନୟାଗଡ଼ ଜିଲାର ଖଣ୍ଡପଡ଼ା ନିର୍ବାଚନମଣ୍ଡଳୀରେ ରାଜନୈତିକ ଉଷ୍ମତା ଜୋର ଧରିନି। ଏଠାରେ ବିଜେଡି ଓ କଂଗ୍ରେସ ପ୍ରାର୍ଥୀ ଦେଉ ନ ଥିବାରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri