Posted inଫୁରସତ

ଦାମ୍ପତ୍ୟ ଜୀବନରେ ନିବିଡ଼ତା କମାଉଛି ସେଲ୍‌ ଫୋନ୍‌

ଓହିଓ: ସେଲ୍‌ ଫୋନ୍‌ ଯୋଗୁ ଦାମ୍ପତ୍ୟ ଜୀବନରେ ସମସ୍ୟା ସୃଷ୍ଟି ହେଉଛି । ମୋବାଇଲରୁ ହେଉଥିବା ବିକିରଣ ଯୋଗୁ ମସ୍ତିଷ୍କ ଉପରେ ଏହାର କୁପ୍ରଭାବ ପଡୁଛି। ହାଇପୋଥାଲାମସ୍‌ରେ ନକାରାତ୍ମକ ପ୍ରଭାବ ଯୋଗୁ ହାପିନେସ୍‌ ହରମୋନ୍‌ କ୍ଷରଣରେ ବାଧା ସୃଷ୍ଟି ହୋଇଥାଏ ବୋଲି ଓହିଓ ବିଶ୍ୱବିଦ୍ୟାଳୟରେ ହୋଇଥିବା ଏକ ଗବେଷଣା ରିପୋର୍ଟରେ ପ୍ରକାଶ ପାଇଛି। ମୋବାଇଲ୍‌ ବିକିରଣର ପ୍ରଭାବ ମହିଳାଙ୍କ ତୁଳନାରେ ପୁରୁଷଙ୍କ ଉପରେ ଅଧିକ ପଡୁଛି। ଫଳରେ ସେମାନେ ଦାମ୍ପତ୍ୟ ଜୀବନ ପ୍ରତି ବିମୁଖ ହୋଇପଡୁଛନ୍ତି। ମୋବାଇଲ୍‌ ଫୋନ୍‌ର ବିକିରଣ ପ୍ରାଣୀଙ୍କ ଉପରେ କିପରି ପ୍ରଭାବ ପକାଉଛି ତାହା ଜାଣିବା ପାଇଁ ଗବେଷକ କିଛିି ଦମ୍ପତିଙ୍କ ଉପରେ ଅଧ୍ୟୟନ କରିଥିଲେ। ମୋବାଇଲ ଫୋନ୍‌ର ବିକିରଣ ଦ୍ୱାରା ଶରୀର କୋଷିକାରେ ଥିବା ବିଭିନ୍ନ ଯୌଗିକର ସଂରଚନାରେ ପରିବର୍ତ୍ତନ ହୋଇଥାଏ। ଏହାଯୋଗୁ କୋଷ ବିଭାଜନ ପ୍ରକ୍ରିୟାରେ ଅନିୟମିତତା ପରିଲକ୍ଷିତ ହୋଇଥାଏ। ସେହିପରି ଏହି ବିକିରଣ ମସ୍ତିଷ୍କ କୋଷିକାର କାର୍ଯ୍ୟକ୍ଷମତାକୁ ପରିବର୍ତ୍ତନ କରି ମନରେ ଅବସାଦ ଭାବ ଆଣିଥାଏ । ଫଳରେ ଦାମ୍ପତ୍ୟ ଜୀବନରେ ସମସ୍ୟା ସୃଷ୍ଟି ହୋଇଥାଏ ବୋଲି ଏହି ରିପୋର୍ଟରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା…

ଏସବୁ କରିବା ବଳାତ୍କାର ଉଦ୍ୟମ: ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ରଦ୍ଦ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୮ା୨: ନାବାଳିକା ଯୌନ ନିର୍ଯାତନା ମାମଲାରେ ଆଲ୍ଲାହାବାଦ ହାଇକୋର୍ଟଙ୍କ ଏକ ବିବାଦୀୟ ନିଷ୍ପତ୍ତିକୁ ସୁପ୍ରିମକୋର୍ଟ ରଦ୍ଦ କରିଦେଇଛନ୍ତି। ଜଣେ ୧୧ ବର୍ଷର ଶିଶୁ କନ୍ୟାର ସମ୍ବେଦନଶୀଳ ଅଙ୍ଗକୁ…

ବ୍ୟବସାୟୀଙ୍କ ଘରୁ ଚୋରି କରି ଧରାପଡ଼ିଲେ

ଖଡ଼ିଆଳ,୧୮।୨: ନୂଆପଡ଼ା ଜିଲା ୧୧ ନମ୍ବର ୱାର୍ଡ ପୁଟୁପଡ଼ାରେ ରହୁଥିବା ଜଣେ ବ୍ୟବସାୟୀଙ୍କ ଘରୁ ବଡ଼ଧରଣର ଚୋରି ହୋଇଥିଲା। ପୋଲିସ ବୁଧବାର ଉକ୍ତ ଘଟଣାର ପର୍ଦ୍ଦାଫାଶ କରିଛି।…

ବୋଲଗଡ଼ ବିଡିଓଙ୍କୁ ହଟାଇବା ଦାବିରେ ତାତିଲେ ଆନ୍ଦୋଳନକାରୀ; ପୋଲିସ ସହ ଠେଲାପେଲା, କାର୍‌ ଭାଙ୍ଗିଲେ…

ଖୋର୍ଦ୍ଧା,୧୮।୨(ପ୍ରଭାତ ପାଣିଗ୍ରାହୀ): ଉଗ୍ରରୂପ ନେଲା ବ୍ଲକ ସମୁଖ ଆନ୍ଦୋଳନ । ବୋଲଗଡ଼ ବ୍ଲକ ପରିସରରେ ବିଡିଓ ବିବାଦକୁ ନେଇ ଉତ୍ତେଜନା ଦେଖାଯାଉଥିବା ବେଳେ ବିଡିଓଙ୍କ ଗାଡି ଭଙ୍ଗାରୁଜା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri