ଦାରା ସିଂଙ୍କ ସହଯୋଗୀଙ୍କୁ ଗିରଫ କଲା ସି. ବି.ଆଇ.

ଠାକୁରମୁଣ୍ଡା,୨୧ା୯(ଡି.ଏନ୍‌.ଏ.)- ଅଷ୍ଟ୍ରେଲୀୟ ମିଶନାରୀ ଗ୍ରାହାମ ଷ୍ଟେନ୍ସ ଓ ତାଙ୍କର ଦୁଇ ନାବାଳକ ପୁତ୍ରଙ୍କୁ ପୋଡ଼ି ହତ୍ୟା କରିଥିବା ଘଟଣାରେ ଫେରାର ଥିବା ଦାରା ସିଂଙ୍କ ଜଣେ ସହଯୋଗୀଙ୍କୁ ଗୁରୁବାର ବିଳମ୍ବିତ ରାତିରେ କୋଲ୍‌କାତାର ସି.ବି.ଆଇ. ଟିମ୍‌ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ବୁଦ୍ଧଦେବ ନାୟକ। ଠାକୁରମୁଣ୍ଡା ଥାନା ଭରାଣ୍ଡିହା ପଞ୍ଚାୟତ ଅନ୍ତର୍ଗତ ନିଶ୍ଚିନ୍ତପୁର ଗ୍ରାମସ୍ଥିତ ଘରୁ ତାଙ୍କୁ ଗିରଫ କରି ଭୁବନେଶ୍ୱର ନିଆଯାଇଥିବା ଠାକୁରମୁଣ୍ଡା ପୋଲିସ ସୂତ୍ରରୁ ଜଣାଯାଇଛି। ଉଲ୍ଲେଖଯୋଗ୍ୟ ଯେ, ୧୯୯୯ ଜାନୁୟାରୀ ୨୨ ତାରିଖରେ କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅନ୍ତର୍ଗତ ମନୋହରପୁର ଗ୍ରାମ ଚର୍ଚ୍ଚ ସମ୍ମୁଖରେ ଅଷ୍ଟ୍ରେଲୀୟ ମିଶନାରୀ ଗ୍ରାହାମ ଷ୍ଟେନ୍ସ ଓ ତାଙ୍କର ଦୁଇ ନାବାଳକ ପୁତ୍ରଙ୍କୁ ଦାରା ସିଂ ଓ ତାଙ୍କ ସହଯୋଗୀମାନେ ପୋଡ଼ି ହତ୍ୟା କରିଥିବା ଅଭିଯୋଗ ହୋଇଥିଲା। ଏହି ଘଟଣା ସେତେବେଳେ ସମଗ୍ର ବିଶ୍ୱରେ ଆଲୋଡ଼ନ ସୃଷ୍ଟି କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

ହାତୀକୁ ଖାଦ୍ୟରେ ବିସ୍ଫୋରକ

ବାରିପଦା,୧୫ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ୮ ଦିନ ତଳେ ମୟୂରଭଞ୍ଜ ଜିଲା ବେତନଟୀ ରେଞ୍ଜ ଦେଇ ଏକ ୨୭ଟିକିଆ ହାତୀପଲ ବୁଢ଼ାବଳଙ୍ଗ ନଦୀ ପାର ହୋଇ ବାଲେଶ୍ୱର...

ବୈଜ୍ଞାନିକ କୌଶଳ ବ୍ୟବହାର କରି ଶିମିଳିପାଳ ଅଭୟାରଣ୍ୟରୁ କରୁଥିଲେ ଶିକାର: ୫ କୁଖ୍ୟାତ ଶିକାରୀଙ୍କୁ…. 

ବାରିପଦା,୧୧।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନରୁ ୫ଜଣ କୁଖ୍ୟାତ ଶିକାରୀ ଧରା ପଡିଛନ୍ତି । ଶିମିଳିପାଳ ବନ୍ୟଜନ୍ତୁ ବୁଦ୍ଧିମତା ନେଟୱର୍କ ପରି...

ଟିକିଏ କଥାରେ ସାଙ୍ଗର ପେଟରେ ଛୁରି ଭୁସି ବାହାର କରିଦେଲେ ଅନ୍ତବୁଜୁଳା

ବାରିପଦା,୮।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୁରଭଞ୍ଜ ଜିଲା କୁଳିଅଣା ଥାନା ଅନ୍ତର୍ଗତ ବାଇଗଣବାଡିଆ ସ୍ଥିତ ବିବି କଲେଜରେ ଦୁଇ ଛାତ୍ର ମଧ୍ୟରେ ସଂଘର୍ଷ ହୋଇଛି। ଏଥିରେ ଜଣେ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଲାଞ୍ଚ ନେବାବେଳେ ଏଡିଇଓଙ୍କୁ ରେଡ୍‌ ହ୍ୟାଣ୍ଡରେ ଧରିଲା ଭିଜିଲାନ୍ସ, ପାଖରୁ ମିଳିଲା…

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ୍‌ ଅଧୀନ ତାଳପଦା ପଞ୍ଚାୟତ ଆକାଉଣ୍ଟାଣ୍ଟ କମ୍‌ ଡାଟା ଏଣ୍ଟ୍ରି ଅପରେଟର(ଏଡିଇଓ) ଲାଞ୍ଚ ନେଇ ଭିଜିଲାନ୍ସ ହାତରେ...

ନିଜ ଘରେ ଦେଉଛନ୍ତି ଶିକ୍ଷା: ଉପାନ୍ତ ଅଞ୍ଚଳରେ ଶାଶୁ, ବୋହୂଙ୍କ ଅଙ୍ଗନଓ୍ବାଡି

ଉଦଳା,୩ା୧୨(ସନ୍ତୋଷ କୁମାର ବାଛିନୀ):ଅଙ୍ଗନଓ୍ବାଡିରେ ନା କରିଛନ୍ତି ଚାକିରି ନା ମିଳିଛି କର୍ମୀ ଦାୟିତ୍ୱ। ତଥାପି ନିଜ ଘରେ ଖୋଲିଛନ୍ତି ଏକ ସ୍ବତନ୍ତ୍ର ପାଠଶାଳା। ଘରଠାରୁ ୩...

ଯୁବକଙ୍କୁ ଇଟାରେ ଛେଚିଛେଚି ନିର୍ମମ ହତ୍ୟା, ରାସ୍ତାପାର୍ଶ୍ୱରେ ପଡ଼ିଛି…

ଉଦଳା,୨୮ା୧୧(ସନ୍ତୋଷ କୁମାର ବାଛିନି): ମୟୂରଭଞ୍ଜ ଜିଲା ଖୁଣ୍ଟା ଥାନା ବଡ଼ଖୁଣ୍ଟା ଗ୍ରାମରେ ଘଟିଛି ଏକ ଜଘନ୍ୟ ହତ୍ୟାକାଣ୍ଡ। ରାସ୍ତାପାର୍ଶ୍ୱରେ ପଡ଼ିଛି ମୃତଦେହ। ଖୁଣ୍ଟା ଥାନା ଖପରାପାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri