ଦାରିଙ୍ଗବାଡ଼ିରେ କାଳବୈଶାଖୀ : ଏକାଧିକ ଲୋକଙ୍କ ଛପର ଉଡ଼ିଲା

ଦାରିଙ୍ଗବାଡ଼ି,୨ା୬(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ରବିବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା ହୋଇଛି ା ଫଳରେ ଅଞ୍ଚଳରେ ଏକାଧିକ ଘରର ଛପର ଉଡ଼ିବା ସହ ଗଛ ଭାଙ୍ଗି ପଡ଼ିଛି ା ଦାରିଙ୍ଗବାଡ଼ିରେ ୪୫ ମି.ମି. ବର୍ଷା ହୋଇଥିବା ଜଣାପଡ଼ିଛି ା ଡବେରୀ ଗ୍ରାମରେ ଆଶାକର୍ମୀ ରୁବିତା ପ୍ରଧାନଙ୍କ ଘରର ଛପର ଉଡ଼ିଯିବା ସହ ରୋହିତ ପ୍ରଧାନଙ୍କ ଘରର ଛପର ମଧ୍ୟ ଉଡ଼ିଯାଇଛି। ସେମାନେ ଏବେ ଖୋଲା ଘରେ ବର୍ଷାରେ ରହିଥିବାବେଳେ ତାଙ୍କର ଆସବାବପତ୍ର ଭିଜିଯାଇଥିବା କହିଛନ୍ତି। ସେହିପରି ବିଭିନ୍ନ ସ୍ଥାନରେ ଗଛ ଭାଙ୍ଗି ପଡ଼ିଥିବାରୁ ଦାରିଙ୍ଗବାଡ଼ି ଅଗ୍ନିଶମ ବିଭାଗ ପହଞ୍ଚି ସେଗୁଡ଼ିକୁ କାଟି ରାସ୍ତାରୁ ହଟାଇଛିିା ବିଭିନ୍ନ ସ୍ଥାନରେ ବିଭାଗର କର୍ମଚାରୀ ପାଟ୍ରୋଲିଂ କରି ପବନରେ ପଡ଼ିଥିବା ଗଛକୁ ସଫା କରୁଛନ୍ତି ା ଦାରିଙ୍ଗବାଡ଼ି ସମେତ ଏହାର ଆଖପାଖ ଅଞ୍ଚଳ ଗ୍ରୀନବାଡ଼ି, ସିଆଙ୍ଗବାଲି, ଭ୍ରମରବାଡ଼ି, ଶ୍ରାନିକେତା, ସିମନବାଡ଼ି,ଦନେକବାଡ଼ି,ଦାସିଂବାଡ଼ି ଆଦି ଅଞ୍ଚଳରେ ବର୍ଷା ହୋଇଛି। ଅନ୍ୟପକ୍ଷରେ ବର୍ଷା ପବନ ଯୋଗୁ ଲୋକଙ୍କୁ ଗରମରୁ ଆଶ୍ୱସ୍ତି ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆଦିଲ୍ଲୀ ଗସ୍ତରେ ନବୀନ; ଭେଟିପାରନ୍ତି କିଛି…

ଭୁବନେଶ୍ୱର,୧୩।୭(ସୁନିତ୍‌ ମିଶ୍ର): ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ମଙ୍ଗଳବାର ନୂଆଦିଲ୍ଲୀ ଗସ୍ତରେ ଯାଇଛନ୍ତି। ତେବେ ସେ କେତେଦିନ ଲାଗି ଗସ୍ତ କରିଛନ୍ତି…

ମା’ ସୁଭଦ୍ରାଙ୍କୁ ‘ଶ୍ରୀମତୀ’ ବୋଲି ସମ୍ବୋଧନ କଲା ଇସ୍କନ, ବାଲୁକାଶିଳ୍ପୀ ସୁଦର୍ଶନ କହିଲେ…

ପୁରୀ, ୧୪।୭: ଇସ୍କନ (ISKCON) ପକ୍ଷରୁ ପ୍ରକାଶିତ ରଥଯାତ୍ରା ବାର୍ତ୍ତାକୁ ନେଇ ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ଏକ ଗୁରୁତ୍ୱପୂର୍ଣ୍ଣ ପରାମର୍ଶ ଦେଇଛନ୍ତି। ଇସ୍କନ…

ଜଣେ ସାଙ୍ଗ ସିନା ବଞ୍ଚିଗଲେ, ହେଲେ ଆଉ ଜଣେ ଫେରିଲେନି: ଭୀମକୁଣ୍ଡରେ ବୁଡ଼ି କେନ୍ଦ୍ରାପଡ଼ା ଯୁବକଙ୍କ ମୃତ୍ୟୁ

ପାଟଣା, ୧୪।୭ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ଭୀମକୁଣ୍ଡରେ ଆଜି ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଗାଧୋଉଥିବା…

କାଲି ଭଦ୍ରକର ସମସ୍ତ ସ୍କୁଲ ଛୁଟି, ଜାଣନ୍ତୁ କାହିଁକି ହେଲା ଏଭଳି…

ଭଦ୍ରକ, ୧୪।୭: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ବର୍ଷା ଯୋଗୁ ଛାତ୍ରଛାତ୍ରୀଙ୍କ…

ନବଯୌବନ ବେଶରେ ଦର୍ଶନ ଦେଲେ ଶ୍ରୀ ଦଧିବାମନ, ଦର୍ଶନ କରିବା ପାଇଁ…

ବରଗଡ଼, ୧୪।୭ (ପ୍ରେମାନନ୍ଦ ଖମାରୀ): ଦିନକ ପରେ ପବିତ୍ର ରଥଯାତ୍ରା ଥିବାରୁ ବରଗଡ଼ ଜିଲା ଭଟଲି ଅଞ୍ଚଳ ଚଳଚଞ୍ଚଳ ହୋଇପଡ଼ିଛି। ଶ୍ରୀ ଶ୍ରୀ ଦଧିବାମନ ମହାପ୍ରଭୁଙ୍କ ରଥଯାତ୍ରା…

ଦିନ ଦ୍ବିପହରରେ ସଶସ୍ତ୍ର ଡକାୟତି ଉଦ୍ୟମ: ବନ୍ଧୁକ ମୁନରେ ଭୟଭୀତ କଲେ; ହେଲେ ଗ୍ରାମବାସୀଙ୍କ ସାହସିକତା ଯୋଗୁ…

କୋକସରା,୧୪।୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବାଙ୍କିମୁଣ୍ଡା ଗ୍ରାମରେ ମଙ୍ଗଳବାର ଦିନ ଦ୍ବିପ୍ରହରରେ ଏକ ସାଂଘାତିକ ସଶସ୍ତ୍ର ଡକାୟତି ଉଦ୍ୟମ ବିଫଳ ହୋଇଛି।…

ଗ୍ୟାସ ସିଲିଣ୍ତରକୁ ନେଇ ବଡ଼ ଖବର! ମାତ୍ର ୬୭୩ ଟଙ୍କାରେ ମିଳିବ ସିଲିଣ୍ତର? ଜାଣନ୍ତୁ କିପରି କରିବେ ବୁକିଂ..

ନୂଆଦିଲ୍ଲୀ,୧୪ା୭: LPG ଗ୍ରାହକଙ୍କ ପାଇଁ ଆସିଲା ଖୁସି ଖବର । ଗ୍ୟାସକୁ ନେଇ ଆସିଛି ବଡ଼ ଅପଡେଟ୍ । କିଣିବାକୁ ଚାହୁଁଥିଲେ ଜାଣନ୍ତୁ ପୂରା ଖବର ।…

ଗଞ୍ଜାମ ପୋଲିସ ଜିଲାର ଅପରାଧ ସମୀକ୍ଷା ବୈଠକ: ପେଣ୍ଡିଂ ମାମଲାର ତୁରନ୍ତ ଫଇସଲା ସହ ଅପରାଧୀଙ୍କ ଉପରେ…

ଛତ୍ରପୁର, ୧୪।୭ (ଦିଲ୍ଲୀପ ସାମଲ): ଛତ୍ରପୁରସ୍ଥିତ ଗଞ୍ଜାମ ପୋଲିସ ମୁଖ୍ୟାଳୟ ସମ୍ମିଳନୀ କକ୍ଷଠାରେ ମଙ୍ଗଳବାର ଦିନ ଗଞ୍ଜାମ ପୋଲିସ ଜିଲାର ଅପରାଧ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri