ଦାରିଙ୍ଗବାଡ଼ିରେ ପ୍ରକୃତି ବଞ୍ଚାଇବାକୁ ଉଦ୍ୟମ, ସାମୁହିକ ବୃକ୍ଷରୋପଣ

ଦାରିଙ୍ଗବାଡ଼ି,୮।୭(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ବନାଞ୍ଚଳର ସାରିଙ୍ଗିଇର୍ପି ପାହାଡ଼ ନିକଟରେ ସାମୁହିକ ବୃକ୍ଷରୋପଣ କାର୍ଯ୍ୟକ୍ରମ ସୋମବାର ଅନୁଷ୍ଠିତ ହୋଇଯାଇଛି। ଏହାକୁ ସ୍ଥାନୀୟ ବିଧାୟକ ସାଲୁଗା ପ୍ରଧାନ ମୁଖ୍ୟଅତିଥି ଭାବେ ଯୋଗଦେଇ ଉଦ୍‌ଘାଟନ କରିଥିଲେ। ଏହି ଅବସରରେ ଜନଜାତି ସଂପ୍ରଦାୟର ସିମନବାଡ଼ି ବନଶ୍ରୀ କଳାପରିଷଦର କଳାକାରମାନେ ପାରମ୍ପରିକ ନୃତ୍ୟ ସହ ବିରାଟ ଶୋଭାଯାତ୍ରାରେ ବାହାରି ସହର ପରିକ୍ରମା କରିବା ସହ ନୂତନ ଜଙ୍ଗଲ ସୃଷ୍ଟି ଏବଂ ଏହାର ସୁରକ୍ଷା ପାଇଁ ଲୋକଙ୍କୁ ସଚେତନ କରାଇଥିଲେ। ଚଳିତ ବର୍ଷ ଦାରିଙ୍ଗବାଡ଼ି ଅଞ୍ଚଳରେ ବ୍ୟାପକ ବୃକ୍ଷରୋପଣ କରିବାକୁ ଲୋକଙ୍କ ମନରେ ଜାଗ୍ରତ ସୃଷ୍ଟି ହୋଇଛି। ବନାଞ୍ଚଳ ଅଧିକାରୀ ମାଧବ ଚନ୍ଦ୍ର ବେହେରାଙ୍କ ତତ୍ତ୍ୱାବଧାନରେ ବନପାଳ ମନ୍ମଥ ପରିଚ୍ଛା, ହରିହର ବେହେରା, ରବିମୋହନ ନାୟକ, ଚିତ୍ତରଞ୍ଜନ ଦେହୁରୀ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଏହି ଅବସରରେ ବିଭିନ୍ନ କିସମର ବୃକ୍ଷରୋପଣ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁର ରେଳ ଷ୍ଟେଶନରୁ ନାବାଳକ ଚାଲାଣ ବେଳେ ଧରିଲା ପ୍ରଶାସନ: ୪ ଉଦ୍ଧାର, ୨ ଦଲାଲ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ରେଳ ଷ୍ଟେଶନ ପରିସରରୁ ଏକ ବଡ଼ ଧରଣର ନାବାଳକ ଚାଲାଣ ଉଦ୍ୟମକୁ ପଣ୍ଡ କରିଛି ପ୍ରଶାସନ। ଜିଲା…

ବିରଳ ମୃତ୍ତିକା ସନ୍ଧାନରେ ବୃକ୍ଷହୀନ ହେଉଛି ତାମ୍ପରା-ବଙ୍ଗୋପସାଗର ମଧ୍ୟସ୍ଥ ଅରଣ୍ୟ, ଛତ୍ରପୁର ସହର ପ୍ରତି…

ଛତ୍ରପୁର,୭।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ବଙ୍ଗୋପସାଗର କୂଳ ଲଙ୍ଘିବା ଘଟଣାକୁ ନେଇ ଚର୍ଚ୍ଚା ଜୋର୍ ଧରିଥିବା ବେଳେ ଏବେ ଛତ୍ରପୁର ପୌରପରିଷଦର ପ୍ରାଣବିନ୍ଦୁ କୁହାଯାଉଥିବା ପ୍ରସିଦ୍ଧ…

ଫୁଲବାଣୀରୁ ବ୍ରହ୍ମପୁର ଯାଉଥିଲା ଗୁରୁତର ରୋଗୀ, ଘନ ଜଙ୍ଗଲ ଭିତରେ ଅଚଳ ହୋଇଗଲା ୧୦୮ ଆମ୍ବୁଲାନ୍ସ,;ଆଉ ତା’ ପରେ…

ଭଞ୍ଜନଗର,୭।୭ (ବାବୁଲା ପ୍ରଧାନ): ରାଜ୍ୟରେ ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବାର ଆଉ ଏକ ବିକଳ ଚିତ୍ର ସାମ୍ନାକୁ ଆସିଛି। ଜଣେ ଗୁରୁତର ରୋଗୀଙ୍କୁ ମେଡିକାଲ ନେବା ସମୟରେ ଅଧା…

ପ୍ରଶାସନର କଡ଼ା ଆଭିମୁଖ୍ୟ: ଦିଗପହଣ୍ଡି ନୂଆ ବସଷ୍ଟାଣ୍ଡକୁ ଗଲା ସରକାରୀ ଓ ବେସରକାରୀ ବସ୍

ଦିଗପହଣ୍ଡି, ୭।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ପ୍ରମୁଖ ବାଣିଜ୍ୟିକ କେନ୍ଦ୍ର ଦିଗପହଣ୍ଡି ସହରରେ ଦୀର୍ଘ ଦିନ ଧରି ଲାଗି ରହିଥିବା ଟ୍ରାଫିକ ସମସ୍ୟାର ସମାଧାନ…

ପ୍ରଶାସନିକ ସ୍ତରରେ ବଡ଼ ଅଦଳବଦଳ: କେନ୍ଦୁଝର ଜିଲାର ୧୧ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବଦଳି

ବଞ୍ଚୋ, ୭।୭(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲାରେ ପ୍ରଶାସନିକ କାର୍ଯ୍ୟକୁ ଅଧିକ ସୁଚାରୁ ଓ ସୁଦୃଢ଼ ଭାବେ ପରିଚାଳନା କରିବା ପାଇଁ ଏକ ବଡ଼ଧରଣର ଅଦଳବଦଳ…

ନାଖରା ସେତୁରେ ଅଘଟଣ: ବୁଢ଼ାବଳଙ୍ଗ ନଦୀରେ ରିଲ୍ସ କରୁଥିବା ବେଳେ ଭାସିଗଲେ ଯୁକ୍ତ ୨ ଛାତ୍ର, ୪ ସାଙ୍ଗ ଉଦ୍ଧାର

ବୈଶିଙ୍ଗା,୭|୭(ରତନ ଦାଶ ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ସେତୁ ନିକଟରେ ଏକ ଦୁଃଖଦ ଅଘଟଣ ଘଟିଛି। ନଦୀର ବଢ଼ି ପାଣିରେ…

SPF 30 ନା SPF 50? ସନ୍‌ସ୍କ୍ରିନ୍ କିଣିବା ପୂର୍ବରୁ ଜାଣନ୍ତୁ ଆପଣଙ୍କ ତ୍ୱଚା ପାଇଁ କେଉଁଟି ଭଲ

ଆଜିକାଲିର ସମୟରେ ନାରୀମାନେ ନିଜର ତ୍ୱଚାକୁ ନେଇ ବେଶ ଯତ୍ନବାନ। ଖାସ୍‌ ସେଥିଲାଗି ଖରା, ବର୍ଷା କିମ୍ବା ଶୀତ ଆଦି ଋତୁରେ ସନ୍‌ସ୍କ୍ରିନର ବ୍ୟବହାର ଏବେ ଏକ…

ମାନସିକ ଭାରସାମ୍ୟ ହରାଇଲେ ଯୁବକ: ନେଲେ ଚରମ ନିଷ୍ପତ୍ତି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ଗୌଡ଼ସାହିର   ଜିତେନ୍ଦ୍ର ସେଠୀ (୪୦) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri