ଦାରିଙ୍ଗବାଡ଼ିରେ ମୃଦୁ ଭୂମିକମ୍ପ, ଲୋକେ ଆତଙ୍କିତ

ଦାରିଙ୍ଗବାଡ଼ି,୫।୬(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ମୃଦୁ ଭୂମିକମ୍ପ ଅନୁଭୂତ ହୋଇଥିଲା। ଫଳରେ ଅଞ୍ଚଳବାସୀ ଆତଙ୍କିତ ହୋଇ ଘରୁ ବାହାରକୁ ବାହାରି ହୋହଲ୍ଲା କରିଥିଲେ। ଏଥିସହ ସେମାନେ ବହୁ ସମୟଧରି ଘରୁ ବାହାରେ ସମୟ ବିତାଇଥିଲେ ା ଦାରିଙ୍ଗବାଡ଼ି ଅଞ୍ଚଳରେ ଏଭଳି ମୃଦୁ ଭୂମିକମ୍ପ ବାରମ୍ବାର ହେଉଥିଲେ ସୁଦ୍ଧା କାହାର କିଛି କ୍ଷତି ହୋଇ ନ ଥିବା ଜଣାପଡ଼ିଛି। ଭୂମିକମ୍ପର ତିବ୍ରତା ଜାଣିବା ପାଇଁ ଏଠାରେ କୌଣସି ବ୍ୟବସ୍ଥା ନ ଥିବାରୁ ଦାରିଙ୍ଗବାଡ଼ି ଅଞ୍ଚଳରେ ଦୀର୍ଘ ୧୦ ବର୍ଷ ମଧ୍ୟରେ ହୋଇଥିବା ଭୂମକମ୍ପର ତିବ୍ରତା ଆଜି ପର୍ଯ୍ୟନ୍ତ ସ୍ପଷ୍ଟ ହୋଇ ନାହିଁ ା ଏଣୁ ଏହି ଅଞ୍ଚଳରେ ଲୋକେ ଆତଙ୍କିତ ଅବସ୍ଥାରେ ରହୁଥିବା ଜଣାପଡ଼ିଛି। ପ୍ରଶାସନ ପକ୍ଷରୁ ପୂର୍ବରୁ ସୂଚନା ପ୍ରଦାନ କରାଗଲେ ଲୋକେ ସତର୍କତା ଅବଲମ୍ବନ କରିବେ ବୋଲି ସାମାଜିକ କର୍ମୀ ସୁରେଶ ବଳିଆରସିଂ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବତୀଙ୍କୁ କାର୍‌ରେ ଅପହରଣ କରି ନେଇଥିଲେ ମନୋଜ: ୨୪ ଘଣ୍ଟାରେ ମିଳିଲା…

ପାରଳାଖେମୁଣ୍ଡି,୧।୭(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ପୋଲିସ ଜଣେ ଯୁବତୀଙ୍କ ଅପହରଣ ମାମଲାରେ ତ୍ୱରିତ ପଦକ୍ଷେପ ନେଇ ମାତ୍ର ୨୪ ଘଣ୍ଟା ମଧ୍ୟରେ ଅପହୃତାଙ୍କୁ ସୁରକ୍ଷିତ ଉଦ୍ଧାର କରିବା ସହ…

ଖୁସିର ଦେଶ ଭୁଟାନ

ଭୁଟାନକୁ ଖୁସିର ଦେଶ କୁହାଯାଏ। ଏହି ଦେଶର ଜନସାଧାରଣ ବୌଦ୍ଧଧର୍ମକୁ କେବଳ ଗ୍ରହଣ କରିନାହାନ୍ତି ସେମାନେ ଏହାକୁ ନିଜର ନୀତିଦିନର ବ୍ୟବହାର, କାର୍ଯ୍ୟକଳାପ ଓ ଜୀବନଶୈଳୀରେ ପରିଣତ…

ତାରାତାରିଣୀ ମନ୍ଦିର ନିକଟ ହୋଟେଲରୁ ମିଳିଲା ଯୁବକଙ୍କ ମୃତଦେହ: ବଢୁଛି ସନ୍ଦେହ

ପୁରୁଷୋତ୍ତମପୁର,୧।୭ (ସବିତା ମିଶ୍ର) ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ତାରାତାରିଣୀ ମନ୍ଦିର ନିକଟରେ ଥିବା ଏକ ହୋଟେଲ ଲକ୍ଷ୍ମୀପ୍ରିୟା ନିକଟରୁ ବୁଧବାର ସକାଳେ ଯୁବକଙ୍କ ମୃତଦେହ…

ମନର ବିଜୟରେ ଜଗତ ବିଜୟ ସମ୍ଭବ: ସକରାତ୍ମକ ତତ୍ତ୍ୱକୁ ସ୍ବାଗତ କରିବାକୁ ଆହ୍ବାନ

ଦିଗପହଣ୍ଡି,୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ବ୍ରହ୍ମାକୁମାରୀ ପ୍ରଭୁ ମିଳନ ଭବନ ପକ୍ଷରୁ ସ୍ଥାନୀୟ ପୁଞ୍ଜିକୟାଁ ଛକ ନନ୍ଦିଘୋଷ କଲ୍ୟାଣ ମଣ୍ଡପଠାରେ ଶାନ୍ତି ଶିବିର ପ୍ରବଚନ…

ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ଚିଠିରେ ସୀମିତ ରହିଲା କାର୍ଯ୍ୟାନୁଷ୍ଠାନ, ମାରିଦେଲେ ପ୍ୟାଚ୍‌ଅପ୍‌

ବରଗଡ଼,୧।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଥାନାଛକ ଆଗରେ ରହିଥିବା ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାକୁ ମାସେ ବିତିଯାଇଛି। ହେଲେ ଏପର୍ଯ୍ୟନ୍ତ ଏହି ଘଟଣା ପାଇଁ ଦାୟୀ କୌଣସି ଅଧିକାରୀଙ୍କ ବିରୋଧରେ…

ପାକିସ୍ତାନରେ ପଶି ଏୟାରଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ISIS ଆଡ୍ଡାକୁ ଟାର୍ଗେଟ୍‌

କାବୁଲ,୧।୭: ଆଫଗାନିସ୍ତାନ ଦାବି କରିଛି ଯେ ଏହାର ବାୟୁସେନା ପାକିସ୍ତାନ ଭିତରେ ଥିବା ISIS ଆଡ୍ଡା ଉପରେ ଏୟାରଷ୍ଟ୍ରାଇକ୍‌ କରିଛି। ଏହି ଆକ୍ରମଣଗୁଡ଼ିକ ବେଲୁଚିସ୍ତାନ ଏବଂ ଖାଇବର…

ଛାତ୍ରୀଛାତ୍ରଙ୍କ ପ୍ରେରଣାର ଉତ୍ସ ଥିଲେ ଶଙ୍କର ପ୍ରସାଦ: ସୁପ୍ରଶାସକଙ୍କ ଭାବପୂର୍ଣ୍ଣ ଅବସର

ଦିଗପହଣ୍ଡି,୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସ ରାୟ ବିଜ୍ଞାନ କଲେଜର ଅଧ୍ୟକ୍ଷ ମେଜର୍‌ ଡ. ଶଙ୍କର ପ୍ରସାଦ ଅଧିକାରୀଙ୍କୁ ତାଙ୍କର…

କାହିଁ ଆମର ସ୍ବାଭିମାନ

ବେଳେ ବେଳେ ମନେହୁଏ, ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ଏତେ ବର୍ଷ ପରେ ଆମେ ଓଡ଼ିଶାର ଅଧିବାସୀ ତଥା ଓଡ଼ିଆ ଭାଷାଭାଷୀମାନେ ସାମଗ୍ରିକ ଭାବରେ ଆମ ରାଜ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri