ଦାରିଙ୍ଗବାଡ଼ି ଅଞ୍ଚଳରେ ପୁଣି ଲଜ୍ଜା: ଅଷ୍ଟମ ଶ୍ରେଣୀ ଛାତ୍ରୀ ଗର୍ଭବତୀ, ଜଣେ ଗିରଫ

ଦାରିଙ୍ଗବାଡି,୫।୬(ଡି.ଏନ.ଏ.)- କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ପୁଣି ଏକ ଲଜ୍ଜାଜନକ ଘଟଣା ଘଟିଛି। ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀ ଗର୍ଭବତୀ ହୋଇଛନ୍ତି। ଜଣେ ବିବାହିତ ବ୍ୟକ୍ତି ଗତ କିଛିମାସ ତଳେ ତାଙ୍କୁ ବଳାତ୍କାର କରିଥିବା ମଙ୍ଗଳବାର ସନ୍ଧ୍ୟାରେ ଥାନାରେ ଛାତ୍ରୀଙ୍କ ପରିବାର ଲୋକ ଅଭିଯୋଗ କରିଛନ୍ତି। ଦାରିଙ୍ଗବାଡ଼ି ପୋଲିସ ନଂ.୫୪/୧୯ରେ ମାମଲା ରୁଜୁକରି ତଦନ୍ତ କରିବା ସହ ବୁଧବାର ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ବ୍ୟକ୍ତି ହେଲେ ଉକ୍ତ ଥାନା ଅଞ୍ଚଳ ଡଡଡ଼ମାହା ଗ୍ରାମର ଜିରିମୟ ପ୍ରଧାନ ବୋଲି ପୋଲିସ କହିଛି।
ପ୍ରକାଶ ଯେ, ଗତ ୮ମାସ ତଳେ ନାବାଳିକା ଜଣକ ଏକୁଟିଆ ବିଦ୍ୟାଳୟକୁ ଯାଉଥିବା ବେଳେ ଜିରିମୟ ତାଙ୍କୁ ନିକଟସ୍ଥ ଜଙ୍ଗଲକୁ ନେଇ ବଳାତ୍କାର କରିଥିଲେ। ଏନେଇ କାହାକୁ କହିଲେ ଜୀବନରୁ ମାରିଦେବାକୁ ମଧ୍ୟ ଧମକ ଦେଇଥିଲେ। ନାବାଳିକା ଜଣକ ଘଟଣା ସମ୍ପର୍କରେ କାହାରିକୁ ନ କହି ଚୁପ୍‌ ରହିଥିଲେ। କିଛିଦିନ ପରେ ସେ ଅସୁସ୍ଥତା ଅନୁଭବ କରିବାରୁ ପରିବାର ଲୋକ ମେଡିକାଲକୁ ନେଇଥିଲେ। ସେଠାରେ ଡାକ୍ତର ପରୀକ୍ଷା କରିବା ପରେ ନାବାଳିକା ଜଣକ ଗର୍ଭବତୀ ଥିବା ଜଣାପଡ଼ିଥିଲା। ପରିବାର ଲୋକ ଏନେଇ ନାବାଳିକାଙ୍କୁ ପଚାରିବାରୁ ସେ ସମସ୍ତ ଘଟଣା କହିଥିଲେ। ଏନେଇ ଗ୍ରାମରେ ଏକ ବୈଠକ କରି ଘଟଣା ସମ୍ପର୍କରେ ଆଲୋଚନା କରାଯାଇଥିଲା। ପରେ ପରିବାର ଲୋକେ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଗିରଫ ହୋଇଥିବା ଜିରିମୟଙ୍କୁ ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତରିମାଇନା କରିବା ପରେ କୋର୍ଟ ଚାଲାଣ କରିଛି। ନାବାଳିକାଙ୍କୁ ଫୁଲବାଣୀ ମେଡିକାଲରେ ଡାକ୍ତରିମାଇନା କରାଯାଇଥିବା ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri