ଦାରିଙ୍ଗବାଡ଼ି ଥାନା ଏଏସ୍‌ଆଇଙ୍କ ଦେହାନ୍ତ: ବିଭିନ୍ନ ମହଲରେ ଶୋକ

ଦାରିଙ୍ଗବାଡ଼ି,୨୪।୧୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନାର କାର୍ଯ୍ୟରତ ଏଏସ୍‌ଆଇ ଆର୍‌. ଭୀମ୍ମାରାଓ ରେଡ୍ଡୀଙ୍କ ଶନିବାର ସନ୍ଧ୍ୟା ସମୟରେ ବ୍ରହ୍ମପୁରର ଏକ ଘରୋଇ ହସ୍ପିଟାଲରେ ମୃତ୍ୟୁ ଘଟିଛି।
ପ୍ରକାଶ ଯେ, ଭୀମ୍ମାରାଓ ଶୁକ୍ରବାର ହଠାତ୍‌ ଅସୁସ୍ଥ ହୋଇ ଦାରିଙ୍ଗବାଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି ହୋଇଥିଲେ। ପେଟରେ ଅସହ୍ୟ ଯନ୍ତ୍ରଣା ହେବାରୁ ଡାକ୍ତର ତାଙ୍କୁ ଅନ୍ୟତ୍ର ସ୍ଥାନାନ୍ତର ଲାଗି ପରାମର୍ଶ ଦେଇଥିଲେ। ପରେ ତାଙ୍କୁ ଶୁକ୍ରବାର ସାରେ ବ୍ରହ୍ମପୁରସ୍ଥ ଏକ ଘରୋଇ ନର୍ସିଂହୋମ୍‌କୁ ନିଆଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଶନିବାର ସାରେ ତାଙ୍କର ମୃତ୍ୟୁ ଘଟିଥିଲ।
ଏଏସ୍‌ଆଇ ରେଡ୍ଡୀଙ୍କ ନିଜ ଗ୍ରାମ ଗଞ୍ଜାମ ଜିଲା ରମ୍ଭା ହୋଇଥିବା ବେଳେ ସେ ବ୍ରହ୍ମପୁରସ୍ଥିତ ଗଜପତି ନଗରରେ ରହି ଆସୁଥିଲେ। ପ୍ରାୟ ୪ବର୍ଷ ହେବ ଦାରିଙ୍ଗବାଡ଼ି ଥାନାରେ ଏଏସ୍‌ଆଇ ଭାବେ କାର୍ଯ୍ୟରତ ଥିଲେ। ରେଡ୍ଡୀଙ୍କ ଦେହାନ୍ତ ଖବର ପାଇ ଦାରିଙ୍ଗବାଡି ଆଇଆଇସି କୌଶିକ୍‌ ମାଝିଙ୍କ ସମେତ ରାଇକିଆ ଆଇଆଇସି ଅଲେଖ ଗରଡିଆ, ତୁମୁଡିବନ୍ଧ ଥାନାଧିକାରୀ ବାବା ଶଙ୍କର ସରଫ, ଓକିଲ ମନୋଜ ପଣ୍ଡା ପ୍ରମୁଖ ତାଙ୍କୁ ଶେଷ ଦର୍ଶନ ଲାଗି ପହଞ୍ଚତ୍ଛନ୍ତି। ଏଥିସହ ଥାନାର ସମସ୍ତ କର୍ମଚାରୀ ଶୋକ ପ୍ରକାଶ କରିଛନ୍ତି। ବିଭିନ୍ନ ସଂଗଠନ ପକ୍ଷରୁ ତାଙ୍କ ଆତ୍ମାର ସଦ୍‌ଗତି କାମନା କରାଯାଇ କ୍ୟାଣ୍ଡେଲ ଶୋଭାଯାତ୍ରା ଓ ଶୋକସଭା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri