ଦାରିଙ୍ଗବାଡିରେ ଚଳିତମାସର ପହିଲି ଶୀତ, ଖସିଲା ପାରଦ

ଦାରିଙ୍ଗବାଡି,(ଡି.ଏନ.ଏ.)-କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଳକ ଅଞ୍ଚଳରେ ପୁଣି ଶୀତ ଫେରିଛି। ଚଳିତ ମାସର ଏହା ପ୍ରଥମ ଶୀତ ହୋଇଥିବାବେଳେ ତାପମାତ୍ରା ୧୨ଡିଗ୍ରୀରୁ ଖସି ଆସି ବୁଧବାର ସକାଳ ୮ଟା ସୁଦ୍ଧା ୯.୫ଡିଗ୍ରୀରେ ପହଞ୍ଚିଛି। ପାଗ ମେଘୁଆ ଥିବାରୁ ଗତ କିଛି ଦିନ ହେଲା ଶୀତ ପଡିବାରେ ବିଳମ୍ବ ଦେଖାଯାଇଥିଲା। ମଙ୍ଗଳବାର ଅପରାହ୍ନରୁ ଆକାଶ ମେଘାଚ୍ଛନ ରହିବା ସହ ଶୀତ ବଢିବାରେ ଲାଗିଥିଲା। ସେହିପରି ସୁଲୁସୁଲିଆ ପବନ ଯୋଗୁ ଶୀତର ପ୍ରକୋପ ଦ୍ବିଗୁଣିତ ହୋଇଛି। ଶୀତର ମଜା ନେବାକୁ ଦାରିଙ୍ଗବାଡିକୁ ପର୍ଯ୍ୟଟକ ଆସୁଛନ୍ତି ଏବଂ ରାତ୍ରୀଯାପନ କରିଥିବା ପର୍ଯ୍ୟଟକ ବୁଧବାର ପାହାନ୍ତିଆ ସମୟରେ ଶୀତର ମଜା ଭରପୁର ନେଇଛନ୍ତି। ସୂଚନାଯୋଗ୍ୟ, ଚଳିତବର୍ଷ ଦାରିଙ୍ଗବାଡିକୁ ଶୀତ ବିଳମ୍ବରେ ପହଞ୍ଚିଥିବାବେଳେ ନଭେମ୍ବର ମାସରେ ଗୋଟିଏ ଦିନ ମାତ୍ର ତାପମାତ୍ରାରେ ହ୍ରାସ ପାଇ ୨୦ ଡିଗ୍ରୀ ତଳକୁ ପାରଦ ଖସିଥିଲା ପରବର୍ତ୍ତୀ ସମୟରେ ପୁଣି ପାରଦ ଚଢି ୧୨ଡିଗ୍ରୀ ପର୍ଯ୍ୟନ୍ତ ରହିଥିଲା। ସକାଳୁ କୁହୁଡି ଅବ୍ୟାହତ ରହିଥିଲେ ମଧ୍ୟ ସମସ୍ତ ଅଞ୍ଚଳରେ କୁହୁଡି ହୋଇନଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

୩ରୁ କୋରାପୁଟରେ ରବିଧାନ କିଣା ଆରମ୍ଭ

ଜୟପୁର,୩୦।୫(ପବନ ପାଣିଗ୍ରାହୀ): କୋରାପୁଟ ଜିଲାରେ ଆସନ୍ତା ଜୁନ ୩ରୁ ଚାଷୀଙ୍କ ଅମଳ ରବିଧାନ କ୍ରୟ ନେଇ ମଣ୍ଡି ଶୁଭାରମ୍ଭ ହେବ। ଏହା ପୂର୍ବରୁ ଶନିବାର ଜୟପୁର ଉପଖଣ୍ଡର…

ସିସିଟିଭିରେ ସେଲୋଟେପ୍ ଲଗାଇ ମୁଖ୍ୟ ଡାକ୍ତରଖାନାରୁ ଟିଭି ଚୋରି, ଆମ୍ବୁଲାନ୍ସ ଡ୍ରାଇଭର ଗିରଫ

ବରଗଡ଼,୩୦।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ଉପକଣ୍ଠ ଖେଦାପାଲି(ଟୁକୁର୍ଲା)ସ୍ଥିତ ଜିଲା ମୁଖ୍ୟ ଡାକ୍ତରଖାନାରୁ ଏଲ୍‌ଇଡି ଟିଭି ଚୋରି ଘଟଣାର ପର୍ଦ୍ଦାଫାଶ ହୋଇଛି। ଶନିବାର ଭଟଲି ଥାନା ପୋଲିସ ଏହି…

ଆକ୍ସନ ମୁଡ୍‌ରେ ଦାରିଙ୍ଗବାଡି ପୋଲିସ୍: ସପ୍ତାହରେ ଏକାଧିକ ଗାଡ଼ି ଜବତ, ନିୟମ ଖିଲାପକାରୀଙ୍କ ନିଦ ହଜାଇଲେ…

ଦାରିଙ୍ଗବାଡି, ୩୦।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପୋଲିସ ଏବେ ଆକ୍ସନ ମୁଡ୍‌ରେ। ଟ୍ରାଫିକ୍ ନିୟମ ଉଲ୍ଲଂଘନକାରୀ ଏବଂ ବେପରୁଆ ଗାଡ଼ି ଚାଳକଙ୍କ ବିରୋଧରେ ପୋଲିସ…

ଆଫଗାନ ଶରଣାର୍ଥୀଙ୍କୁ ନେଇଯାଉଥିବା ଟ୍ରକ୍‌ ଦୁର୍ଘଟଣା, ଆଉ ତା’ପରେ…

କାବୁଲ,୩୦ା୫: ପାକିସ୍ତାନରୁ ଆଫଗାନ୍‌ ଶରଶାର୍ଥୀମାନଙ୍କୁ ନେଇ ଯାଉଥିବା ଏକ ଟ୍ରକ୍‌ ଶନିବାର ପୂର୍ବ ଆଫଗାନିସ୍ତାନର ଜାତୀୟ ରାଜପଥରେ ଓଲଟିପଡ଼ି ଦୁର୍ଘଟଣଗ୍ରସ୍ତ ହୋଇଛି। ଫଳରେ ୨୨ଜଣଙ୍କ ମୃତ୍ୟୁ ଘଟିବା…

ଭଞ୍ଜନଗରରେ କାଳବୈଶାଖୀର ତାଣ୍ଡବ: ପ୍ରବଳ ଝଡ଼ବର୍ଷା ଯୋଗୁ ବିଦ୍ୟୁତ୍ ସେବା ବିପର୍ଯ୍ୟସ୍ତ, ଗରମରୁ…

ଭଞ୍ଜନଗର, ୩୦।୫ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଓ ଏହାର ଆଖପାଖ ଅଞ୍ଚଳରେ ଶନିବାର ସନ୍ଧ୍ୟାରେ କାଳବୈଶାଖୀର ପ୍ରକୋପ ଦେଖିବାକୁ ମିଳିଛି। ସନ୍ଧ୍ୟା ପ୍ରାୟ ୬ଟା…

୩ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଶିବକୁମାର

ବେଙ୍ଗାଲୁରୁ,୩୦ା୫: କର୍ନାଟକ ପ୍ରଦେଶ କଂଗ୍ରେସ ସଭାପତି ଡି.କେ. ଶିବକୁମାର ଶନିବାର ବିଧାୟକ ଦଳ ନେତା ନିର୍ବାଚିତ ହୋଇଛନ୍ତି। ଜୁନ୍‌ ୩ରେ ସେ କର୍ନାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ…

ତୁମୁଡିବନ୍ଧରେ କାଳବୈଶାଖୀର ଭୟଙ୍କର ତାଣ୍ଡବ: ପତ୍ର ଭଳି ଉଡ଼ିଲା ଆଜବେଷ୍ଟସ, ଭାଙ୍ଗିଲା ବିଦ୍ୟୁତ ଖୁଣ୍ଟ

ତୁମୁଡିବନ୍ଧ, ୩୦।୫ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ କୋପ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟା ପ୍ରାୟ ୫ଟା ୩୦…

ବରଗଡ଼ ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତ୍ରୀଙ୍କ ବିରୋଧରେ ମାମଲା ରୁଜୁ

ବରଗଡ଼,୩୦।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ଥାନାଛକରେ ରହିଥିବା ଧନୁଯାତ୍ରାର ସ୍ଥାୟୀ ତୋରଣ ଭାଙ୍ଗିବା ଘଟଣାରେ ସ୍ଥାନୀୟ ଟାଉନ ଥାନା ପୋଲିସ୍‌ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିଛି। ବରଗଡ଼ ପୌରାଧ୍ୟକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri