ଦାରିଙ୍ଗିବାଡି ବ୍ଲକ ଅଧ୍ୟକ୍ଷାଙ୍କ ସଭ୍ୟପଦ ରଦ୍ଦ

ଫୁଲବାଣୀ ଅଫିସ/ଦାରିଙ୍ଗବାଡି,୧ା୧୦- କନ୍ଧମାଳ ଜିଲା ଦାରିଙ୍ଗିବାଡି ବ୍ଲକ ଅଧ୍ୟକ୍ଷା ସୁବେନ୍ତୀ ପ୍ରଧାନଙ୍କ ସଭ୍ୟାପଦ ମଙ୍ଗଳବାର ରଦ୍ଦ ହୋଇଛି। ୨ରୁ ଅଧିକ ସନ୍ତାନ ଥିବା ଆଗତ ଏକ ମାମଲାର ବିଚାର କରି ଜିଲା ଦୌରାଜଜ୍‌ ଗୌତମ ଶର୍ମା ଏହି ରାୟ ଶୁଣାଇଛନ୍ତି। ସଭ୍ୟାପଦ ରଦ୍ଧ ହୋଇଥିବାରୁ ସୁବେନ୍ତୀ ଆଉ ବ୍ଲକ ଅଧ୍ୟକ୍ଷା ରହି ପାରିବେ ନାହିଁ।
୨୦୧୭ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଶ୍ରାନିକେତା ପଞ୍ଚାୟତରୁ ସମିତିସଭ୍ୟା ଭାବେ ସୁବେନ୍ତୀ ନିର୍ବାଚିତ ହୋଇଥିଲେ। ଏହାପରେ ସେ ଦାରିଙ୍ଗିବାଡି ବ୍ଲକ ଅଧ୍ୟକ୍ଷା ଭାବେ ନିର୍ବାଚିତ ହୋଇଥିଲେ। ସୁବେନ୍ତୀଙ୍କର ୬ଟି ସନ୍ତାନ ଥିବା ଦର୍ଶାଇ ବ୍ଲକ ଅଧ୍ୟକ୍ଷା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିଥିବା ତାଜୁଙ୍ଗିଆ ସମିତି ସଭ୍ୟା ରୁଦା ମଲ୍ଲିକ ୨୦୧୭ ଜୁଲାଇରେ ଜିଲା କୋର୍ଟରେ ଏକ ନିର୍ବାଚନୀ ମାମଲା ଦାୟର କରିଥିଲେ। ପଞ୍ଚାୟତ ଆଇନ ଅନୁଯାୟୀ ୨ ରୁ ଅଧିକ ସନ୍ତାନ ଥିବା ବ୍ୟକ୍ତି ନିର୍ବାଚନରେ ଲଢ଼ି ପାରିବେ ନାହିଁ। ତେଣୁ ପ୍ରଧାନଙ୍କ ସମିତିସଭ୍ୟା ପଦବୀକୁ ଅବୈଧ ଘୋଷଣା କରିବାକୁ ମଲିକ ତାଙ୍କ ପିଟିସନ୍‌ରେ ଉଲ୍ଲେଖ କରିଥିଲେ। ଏହି ମାମଲାକୁ ବିରୋଧ କରି ଅଧ୍ୟକ୍ଷା ପ୍ରଧାନ ହାଇକୋର୍ଟରେ ଅପିଲ କରି ରହିତାଦେଶ ଆଣିଥିଲେ। ଦୁଇ ମାସ ତଳେ ହାଇକୋର୍ଟ ରହିତାଦେଶକୁ ଉଠାଇ ଦେଇଥିଲେ ଏବଂ ମାମଲାର ବିଚାର କରି ଫଏସଲା କରିବାକୁ ଜିଲା ଅଦାଲତକୁ ନିର୍ଦ୍ଦେଶ ଦେଇଥିଲେ। ସରକାର ୧୯୯୫ ମସିହାରେ ୨ରୁ ଅଧିକ ସନ୍ତାନ ଥିବା ବ୍ୟକ୍ତି ପଞ୍ଚାୟତ ନିର୍ବାଚନରେ ପ୍ରତିଦ୍ୱନ୍ଦିତା କରିପାରିବେ ନାହଁ ବୋଲି ନିୟମ କରିଥିଲେ। ସୁବେନ୍ତୀଙ୍କର ୧୯୯୬ ମସିହାରେ ଷଷ୍ଠ ସନ୍ତାନ ଜନ୍ମ ହୋଇଛି। ତେଣୁ ଆଇନ ଅନୁଯାୟୀ ତାଙ୍କ ସମିତି ପଦ ଅବୈଧ ବୋଲି ବିଚାରପତି ତାଙ୍କ ରାୟରେ ଉଲ୍ଲେଖ କରିଛନ୍ତି। ରୁଦା ମଲିକଙ୍କ ପକ୍ଷରୁ ଆଇନଜୀବୀ ସିଦ୍ଧେଶ୍ୱର ଦାସ ମାମଲା ପରିଚାଳନା କରୁଥିଲେ। ସୂଚନାଯୋଗ୍ୟ ଯେ, ବତ୍ତର୍ର୍ମାନର ଜି.ଉଦୟଗିରି ବିଧାୟକ ସାଲୁଗା ପ୍ରଧାନଙ୍କ ସ୍ତ୍ରୀ ହେଉଛନ୍ତି ସୁବେନ୍ତୀ।
((((ଫଟୋ——


Enter your email to get our daily news in your inbox.

All Right Reserved By Dharitri.Com

CJP ଆନ୍ଦୋଳନରେ ପେଲେଟ୍ ଗନ୍ ଫାୟାରିଂ? ସତ କହିଲା ଦିଲ୍ଲୀ ପୋଲିସ!

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ଦିଲ୍ଲୀର ଜନ୍ତର-ମନ୍ତରରୁ ସଂସଦ ମାର୍ଚ୍ଚ ପାଇଁ ଆହ୍ୱାନ ଦିଆଯାଇଥିଲା। ଏହି ସମୟରେ ପୋଲିସ ଏବଂ ପ୍ରଦର୍ଶନକାରୀଙ୍କ…

ହାର୍ଡକୋର ମହିଳା ମାଓବାଦୀ ଅନିତା କିସ୍କୁଙ୍କ ଆତ୍ମସମର୍ପଣ

କୋଇଡ଼ା, ୨୨।୭: ମାଓବାଦୀ ସଂଗଠନ ପାଇଁ ଏକ ବଡ଼ ଝଟକା ସୃଷ୍ଟି କରି ହାର୍ଡକୋର ମହିଳା ମାଓବାଦୀ ଅନିତା କିସ୍କୁ ଝାଡ଼ଖଣ୍ଡରେ ସୁରକ୍ଷା ବାହିନୀ ନିକଟରେ ଆତ୍ମସମର୍ପଣ…

ବିସ୍ଥାପନ ପାଇଁ ଦ୍ୱିତୀୟ ଦିନରେ କୁମିଆପାଲିରେ ପହଞ୍ଚିଲା ପ୍ରଶାସନ: ତାତିଲେ ଆଦିବାସୀ, ଧନୁତୀର ଧରି…

ବଲାଙ୍ଗୀର,୨୨ା୭(ସୁନିଲ କୁମାର ମହାନ୍ତି): ବୁଧବାର ଦ୍ୱିତୀୟ ଦିନରେ ଲୋୟର ସୁକତେଲ ଡ୍ୟାମ ପ୍ରଭାବିତ କୁମିଆପାଲି ଗାଁରେ ବିସ୍ଥାପନ ପ୍ରକ୍ରିୟା ଆରମ୍ଭ କରିବାକୁ ଜିଲା ପ୍ରଶାସନର ଟିମ୍‌ ପହଞ୍ଚିଥିଲା।…

୨୪ ଘଣ୍ଟାରେ ୬ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ: ବନ୍ଧୁକ, ଖଣ୍ଡା ସହ ବାଇକ୍‌ ଜବତ କରି…

ପୁରୁଷୋତ୍ତମପୁର,୨୨ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସକୁ ଏକ ବଡ଼ସଫଳତା ମିଳିଥିବା ବେଳେ ସହ ଅଭିଯୋଗର ୨୪ ଘଣ୍ଟା ମଧ୍ୟରେ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୬ ଜଣଙ୍କୁ…

ଭିଜିଲାନ୍ସ ଜାଲରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପ୍ରିନ୍ସିପାଲ, SHG ମହିଳାଙ୍କଠାରୁ…

ଭବାନୀପାଟଣା,୨୨ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଓଡିଶା ଆଦର୍ଶ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରିନ୍ସିପାଲ ସୀତାକାନ୍ତ ରଣା ବୁଧବାର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ସ୍କୁଲରେ ନିୟୋଜିତ…

ଗଞ୍ଜେଇ ଚୋରା ଚାଲାଣର ସାମ୍ରାଜ୍ୟ ଚଳାଇଥିଲେ, ୨ ଯୁବକଙ୍କୁ ଧରି..

ଦାରିଙ୍ଗବାଡ଼ି,୨୨ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଗଞ୍ଜେଇ ପ୍ୟାକିଂ କରି ବାହାରକୁ ଚାଲାଣ କରୁଥିବା ୨ ଜଣିଆ ଟିମ୍‌କୁ…

ରାଜରାସ୍ତାରେ କଂଗ୍ରେସ-ଭାଜପାକର୍ମୀଙ୍କ ମଧ୍ୟରେ ସଂଘର୍ଷ; ମୁଣ୍ଡ ଫାଟିଲା, ଗାଡ଼ିର କାଚ…

ପାଟନା,୨୨।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ବାହାରେ ରାହୁଲ ଗାନ୍ଧୀଙ୍କ ସମେତ ବିରୋଧୀ ନେତାମାନେ ଧାରଣାରେ ବସିଥିଲେ । ଏହାପରେ ବୁଧବାର ଭାଜପା ପକ୍ଷରୁ ପାଟନାରେ ଏକ ପ୍ରତିବାଦ ଶୋଭାଯାତ୍ରା…

ଜମ୍ମୁ-କାଶ୍ମୀରର ବଡ଼ ଆତଙ୍କବାଦୀ ଆକ୍ରମଣ: ଶହୀଦ ହୋଇଗଲେ…

ଶ୍ରୀନଗର,୨୨।୭: ଜମ୍ମୁ ଓ କାଶ୍ମୀରର ଅନନ୍ତନାଗରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଲାଲ ଚୌକ ନିକଟରେ ଆତଙ୍କବାଦୀ ଆକ୍ରମଣରେ ଜଣେ କନଷ୍ଟେବଳ ଶହୀଦ ହୋଇଛନ୍ତି। ଆକ୍ରମଣକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri