Posted inରାଜ୍ୟ

ଦାରୁଦିଅଁଙ୍କ ପ୍ରତ୍ୟକ୍ଷ ସ୍ନାନ: ଅପେକ୍ଷାରେ ସ୍ନାନବେଦି

ପୁରୀ ଅଫିସ, ୧୭ା୬:ପବିତ୍ର ଦେବସ୍ନାନ ପୂର୍ଣ୍ଣିମାରେ ରତ୍ନବେଦିରୁ ସ୍ନାନମଣ୍ଡପକୁ ଓହ୍ଲାଇ ଆସିବେ ବିଶ୍ୱନିୟନ୍ତା। ଲକ୍ଷ ଲକ୍ଷ ଭକ୍ତଙ୍କ ସମ୍ମୁଖରେ କରିବେ ପ୍ରତ୍ୟକ୍ଷ ସ୍ନାନ। ଏଥିପାଇଁ ଦାରୁଦିଅଁଙ୍କୁ ଅପେକ୍ଷା କରି ରହିଛି ସ୍ନାନବେଦି। ଆଉ ମହାପ୍ରଭୁଙ୍କ ହାତୀବେଶ ଦର୍ଶନ ପାଇଁ ଭକ୍ତଙ୍କ ମଧ୍ୟରେ ଉତ୍କଣ୍ଠା ଦେଖିବାକୁ ମିଳିଛି। କୋହଲା ପାଗ ସତ୍ତ୍ବେ ପୁରୀକୁ ଛୁଟୁଛି ଶ୍ରଦ୍ଧାଳୁଙ୍କ ସୁଅ। ଚଳଚଞ୍ଚଳ ହୋଇପଡିଛି ଶ୍ରୀକ୍ଷେତ୍ର।
ରବିବାର ମହାପ୍ରଭୁଙ୍କ ଶ୍ରୀଅଙ୍ଗ ସୁରକ୍ଷା ପାଇଁ ସେନାପଟା ଲାଗି ଶେଷ ହୋଇଛି। ରତ୍ନସିଂହାସନରେ ବି ବନ୍ଧା ସରିଛି ଚାରବାଡ଼। ସୋମବାର ପ୍ରାତଃରୁ ଧାଡି ପହଣ୍ଡିରେ ଚତୁର୍ଦ୍ଧାବିଗ୍ରହ ସ୍ନାନବେଦିକୁ ବିଜେ କରିବେ। ପ୍ରଥମେ ଶ୍ରୀସୁଦର୍ଶନ, ପରେ ବଡ଼ଠାକୁର ବଳଭଦ୍ର, ମା’ ସୁଭଦ୍ରା ଓ ଶେଷରେ ସ୍ନାନବେଦିକୁ ଆସିବେ ଜଗତର ନାଥ ଶ୍ରୀଜଗନ୍ନାଥ। ପ୍ରତିଦିନ ବିମ୍ବ (ଦର୍ପଣ) ସ୍ନାନ କରୁଥିବା ଦାରୁବିଗ୍ରହମାନେ ସ୍ନାନବେଦିରେ ପ୍ରତ୍ୟକ୍ଷ ସ୍ନାନ କରିବେ। ସୁନା ଗୋସେଇଁ ପରିବାରର ସଦସ୍ୟମାନେ ସୁନା କୂଅରୁ ୧୦୮ ଗଡୁ ଜଳଆଣି ଜଳଗୃହରେ ରଖିବେ। ଚୁଆ, ଚନ୍ଦନ, କର୍ପୂର ଆଦି ପକାଯାଇ ଜଳକୁ ଅଧିବାସ କରାଯିବ। ଅଧିବାସ ଗୃହରୁ ୧୦୮ ଗଡୁ ଜଳ ନେଇ ୪ଟି ପନ୍ତିରେ ସ୍ନାନବେଦିରେ ରଖାଯିବ। ଜଳପୂଜା ପରେ ମହାପ୍ରଭୁଙ୍କ ସ୍ନାନନୀତି ସମ୍ପନ୍ନ ହେବ। ଶ୍ରୀବଳଭଦ୍ର ୩୦ଗଡୁ, ସୁଭଦ୍ରା ୨୭ଗଡୁ, ଶ୍ରୀଜଗନ୍ନାଥ ୩୩ଗଡୁ ଏବଂ ସୁଦର୍ଶନ ୧୮ଗଡୁ ଜଳରେ ସ୍ନାନ କରିବେ। ଗଜପତି ମହାରାଜା ଛେରାପହଁରା ନୀତି ସମ୍ପନ୍ନ କରିବା ପରେ ମହାପ୍ରଭୁଙ୍କ ଦୁଲର୍‌ଲଭ ହାତୀବେଶ ଅନୁଷ୍ଠିତ ହେବ। ଏହି ବେଶ ଥାଇ ଘଣ୍ଟଛତା ସକାଳ ଧୂପ ଭୋଗ ସମ୍ପନ୍ନ ହେବ। ଏହାପରେ ସନ୍ଧ୍ୟା ସାଢେ ୭ଟାରୁ ରାତି ୯ଟା ୩୦ ପର୍ଯ୍ୟନ୍ତ ହାତୀବେଶ ଥାଇ ମହାପ୍ରଭୁଙ୍କ ସାହାଣମେଲା ଦର୍ଶନ ଚାଲିବ। ସାହାଣ ମେଲା ଦର୍ଶନ ସରିବା ପରେ ପୁଷ୍ପାଞ୍ଜଳି ଓ ଡୋର ଲାଗି ହେବ। ଏହାପରେ ମହାପ୍ରଭୁ ସ୍ନାନବେଦିରୁ ଗୋଟି ପହଣ୍ଡିରେ ଅଣସର ପିଣ୍ଡିକୁ ବିଜେ କରିବେ। ବିଳମ୍ବିତ ରାତିରେ ଆରମ୍ଭ ହେବ ଅଣସର ନୀତି। ଜ୍ୱରରେ ପଡିବେ ମହାପ୍ରଭୁ। ଏହାପରେ ଉପଶମ ପାଇଁ ଚାଲିବ ଉପଚାର। ମହାପ୍ରଭୁ ସୁସ୍ଥ ହୋଇ ଆସନ୍ତା ୨ ତାରିଖରେ ନବଯୌବନ ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ। ୪ ତାରିଖରେ ରଥରେ ବସି ଯିବେ ଜନ୍ମବେଦିକୁ।
ରବିବାରଠୁ ପୁରୀକୁ ଛୁଟିଛି ଭକ୍ତଙ୍କ ସୁଅ। ଏହିଦିନ ରତ୍ନବେଦିରେ ଥିଲା ଚର୍ତୁଦ୍ଧାବିଗ୍ରହଙ୍କ ଶେଷଦର୍ଶନ। ଘୋଷଯାତ୍ରା ବିଧି ଯୋଗୁ ପ୍ରାୟ ମାସେ ପର୍ଯ୍ୟନ୍ତ ରତ୍ନବେଦିରେ ଆଉ ଦାରୁବିଗ୍ରହଙ୍କ ଦର୍ଶନ ମିଳିବ ନାହିଁ। ତେଣୁ ଶ୍ରୀମନ୍ଦିରରେ ଭକ୍ତଙ୍କ ଭିଡ଼ ହୋଇଥିଲା।

ଅପରପକ୍ଷେ ସେନାପଟା ଲାଗି ଯୋଗୁ ସକାଳୁ ଶ୍ରଦ୍ଧାଳୁଙ୍କ ଦର୍ଶନ ବନ୍ଦ ରହିଥିଲା। ଅପରାହ୍ନ ସାଢ଼େ ଗୋଟାଏରୁ ଭକ୍ତମାନେ ମହାପ୍ରଭୁଙ୍କୁ ଦର୍ଶନ କରିଥିଲେ।
ଦେବସ୍ନାନ ପୂର୍ଣ୍ଣିମା ଲାଗି ଶ୍ରୀମନ୍ଦିର ପ୍ରଶାସନ, ପୋଲିସ ପ୍ରଶାସନ ଏବଂ ଜିଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଶେଷ ହୋଇଛି। ରବିବାର ପୋଲିସ ମହାନିର୍ଦ୍ଦେଶକ ପୁରୀ ଆସି ସୁରକ୍ଷା ବ୍ୟବସ୍ଥାକୁ ଅନୁଧ୍ୟାନ କରିଛନ୍ତି। ଶୃଙ୍ଖଳିତ ଦର୍ଶନ ଲାଗି ସିଂହଦ୍ୱାର ସମ୍ମୁଖରେ ବ୍ୟାରିକେଡ ପ୍ରସ୍ତୁତ କରାଯାଇଛି। ଭକ୍ତମାନେ ସିଂହଦ୍ୱାର ଦେଇ ଶ୍ରୀମନ୍ଦିରରେ ପ୍ରବେଶ କରିବେ। ଦର୍ଶନ ସାରି ଦକ୍ଷିଣ, ଉତ୍ତର ଓ ପଶ୍ଚିମ ଦ୍ୱାର ଦେଇ ବାହାରିବେ। ସ୍ନାନ ପୂର୍ଣ୍ଣିମାରେ ପହଣ୍ଡି ଦର୍ଶନ ଲାଗି ଟିକେଟ ବ୍ୟବସ୍ଥା କରାଯାଇଛି। ଟିକେଟଧାରୀମାନେ ଦକ୍ଷିଣ ଦ୍ୱାର ଦେଇ ପ୍ରବେଶ କରିବେ। ସେହିପରି ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯିବା ସହିତ ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ଏବଂ ସନ୍ଦିଗ୍ଧ ସ୍ଥଳଗୁଡିକୁ ସନ୍ଧାନୀ କୁକୁର, ବୋମା ନିଷ୍କ୍ରିୟକାରୀ ଦଳ ଏବଂ ପୋଲିସ ଦ୍ୱାରା ତନ୍ନତନ୍ନ କରି ଯାଞ୍ଚ ଜାରି ରହିଛି। ସହରର ୩ ପ୍ରବେଶ ପଥରେ ସଶସ୍ତ୍ର ପୋଲିସବାହିନୀ ନିୟୋଜିତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପରକୀୟା ପ୍ରୀତିରୁ ମହାଭାରତ: ୨ ପରିବାର ମଧ୍ୟରେ ଖଣ୍ଡଯୁଦ୍ଧ, ୬ ଆହତ; ୫ ଗିରଫ ହୋଇ ଜେଲ୍‌ରେ

ଦିଗପହଣ୍ଡି/ଚିକିଟି,୬|୧୦(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ରାମଚନ୍ଦ୍ରପୁର ଗ୍ରାମରେ ପାରିବାରିକ ହିଂସାକୁ ନେଇ ଦୁଇ ପରିବାର ମଧ୍ୟରେ ଘଟିଛି ରକ୍ତାକ୍ତ…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ହାଲ୍‌ରେ ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ସୁନାବେଡ଼ା, ୬।୧୦(କୃତ୍ତିବାସ ପ୍ରଧାନ): କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ହିନ୍ଦୁସ୍ଥାନ ଏରୋନଟିକ୍ସ ଲିମିଟେଡ୍‌ (ହାଲ୍‌)କୁ ମଙ୍ଗଳବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଗସ୍ତକରି ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର…

ରାସ୍ତା କାମ ବିଳମ୍ବକୁ ନେଇ ବଣିକ ସଂଘର ଅସନ୍ତୋଷ

ପାତ୍ରପୁର, ୬/୧୦ (ଉମା ଚରଣ ନେପାକ): ପାତ୍ରପୁର ଏନ୍‌ଏସି ଅନ୍ତର୍ଗତ ତଳ ବସଷ୍ଟାଣ୍ଡ ଛକରେ ରାସ୍ତା ନିର୍ମାଣ କାର୍ଯ୍ୟରେ ବିଳମ୍ବକୁ ନେଇ ମା’ ଦୁର୍ଗାଦେବୀ ବଣିକ ସଂଘ…

ଧରିତ୍ରୀ ପ୍ରଭାବ: ମୁକୁଳା ଡ୍ରେନରେ ପଡ଼ିଲା କଭର ପ୍ଲେଟ୍

ଗଞ୍ଜାମ, ୬/୧୦ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ମୁକୁଳା ଡ୍ରେନରେ ଗତକାଲି ବିଳମ୍ବିତ ରାତିରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ଖବର ପାଇ ଛତ୍ରପୁର…

ସୌମ୍ୟରଞ୍ଜନ ମାମଲାରେ ହାଇକୋର୍ଟ ଗଲେ ବିଦ୍ୟାଭାରତୀ: ଆଗୁଆ ଜାମିନ ପାଇଁ ଆବେଦନ, ଅକ୍ଟୋବର ୩୦ ଯାଏ ହାଜର ସମୟ ବୃଦ୍ଧି

କଟକ, ୬।୧୦(ପ୍ରଭୁକଲ୍ୟାଣ ପାଲ୍): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭାରତୀ ପଣ୍ଡା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେ ଆଗୁଆ ଜାମିନ ପାଇଁ ହାଇକୋର୍ଟରେ…

ଟିମ୍ ଇଣ୍ଡିଆକୁ ବଡ଼ ଝଟ୍‌କା: ନ୍ୟୁଜିଲ୍ୟାଣ୍ଡ ସିରିଜ୍ ପୂର୍ବରୁ ଆହତ ହେଲେ ଷ୍ଟାର୍ ବୋଲର, CoEରେ ଚାଲିଛି…

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପରେ ଭାରତୀୟ କ୍ରିକେଟ୍ ଦଳ ନ୍ୟୁଜିଲ୍ୟାଣ୍ଡ ଗସ୍ତ କରିବ, ଯେଉଁଠାରେ ତିନୋଟିଯାକ ଫର୍ମାଟ୍‌ରେ ସିରିଜ୍ ଖେଳାଯିବ। ତେବେ ଏହି ଗୁରୁତ୍ୱପୂର୍ଣ୍ଣ…

IPL 2027: ଦିଲ୍ଲୀ କ୍ୟାପିଟାଲ୍ସର ନୂଆ ହେଡ୍ କୋଚ୍ ହେଲେ ସୌରଭ ଗାଙ୍ଗୁଲି, ହେମାଙ୍ଗ ବଦାନୀଙ୍କ ସ୍ଥାନ ନେଲେ ଦାଦା

ନୂଆଦିଲ୍ଲୀ,୬।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସିଜନ୍ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ (DC) ସୌରଭ ଗାଙ୍ଗୁଲିଙ୍କୁ ଟିମ୍‌ର ନୂଆ ହେଡ୍ କୋଚ୍ ଭାବେ ନିଯୁକ୍ତ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?