ଦାରୁବିଗ୍ରହଙ୍କୁ ଲାଗି ହେଲା ତୁଳସୀ

ପୁରୀ ଅଫିସ, ୧୮ା୬: ଦେବସ୍ନାନ ପୂର୍ଣ୍ଣିମାରେ ୧୦୮ ଗଡ଼ୁ ଜଳରେ ସ୍ନାନ କରିବା ପରେ ମହାପ୍ରଭୁ ଜ୍ୱରରେ ପୀଡ଼ିତ ହୋଇଛନ୍ତି। ଶ୍ରୀଅଙ୍ଗ ସେବକ ଦଇତାପତିମାନେ ଠାକୁରଙ୍କ ସେବା କରୁଛନ୍ତି। ଏଥିପାଇଁ ବିଭିନ୍ନ ଚେରମୂଳିରୁ ଶ୍ରୀଅଙ୍ଗ ସୁସ୍ଥ ଲାଗି ପଥି ପ୍ରସ୍ତୁତ କରାଯାଉଛି। ଏଥିମଧ୍ୟରେ ବଡ଼ଓଡ଼ିିଆ ମଠରୁ ଆସିଥିବା ଫୁଲୁରି ତେଲ ଓ ଶୁଦ୍ଧସୁଆର ସେବକମାନେ ଦେଇଥିବା ଓଷୁଅ ଲାଗି ହେବା ପରେ ମଙ୍ଗଳବାର ଶ୍ରୀବିଗ୍ରହ ଚକାବିଜେ କରିଛନ୍ତି। ବୁଧବାର ଖଳିଲାଗି ଏକାଦଶୀ ତିଥିରେ ଅଣସର ଗୃହରେ ବିରାଜିତ ଚତୁର୍ଦ୍ଧାବିଗ୍ରହଙ୍କୁ ପ୍ରଥମ ତୁଳସୀ ଲାଗି ହୋଇଛି। ଏଥିସହ ମହାପ୍ରଭୁଙ୍କୁ ଦଶମୂଳ ମୋଦକ ଏବଂ ଖଳି ମଧ୍ୟ ଲାଗି କରାଯାଇଛି।
ଏଥିପାଇଁ ଶ୍ରୀମନ୍ଦିର ପଟିଦିଅଁଙ୍କ ନିକଟରେ ମଧ୍ୟାହ୍ନ ଧୂପ ଏବଂ ଦକ୍ଷିଣୀ ଘର ଭୋଗ ବଢିବା ପରେ ଜୟ ବିଜୟ ଦ୍ୱାର ବନ୍ଦ ହୋଇ ବେହେରଣ ଦ୍ୱାରା ଖୋଲିଥିଲା। ଏହାପରେ ଅଣସର ଗୃହରେ ଥିବା ଚତୁର୍ଦ୍ଧାବିଗ୍ରହଙ୍କ ଅଣସର ନୀତି ଆରମ୍ଭ ହୋଇଥିଲା। ଶୁଦ୍ଧସୁଆରଙ୍କ ଘରୁ ଆସିଥିବା ଖଳି ଠାକୁରଙ୍କୁ ଲାଗି କରାଯିବା ସହିତ ରକ୍ତବସ୍ତ୍ର ଲାଗି କରାଯାଇଥିଲା। ପରେ ଚକଟା ଭୋଗ ଓ ପଣାଭୋଗ ହୋଇ ବେହେରଣ ଦ୍ୱାର ବନ୍ଦ ହୋଇଥିଲା। ଜୟ ବିଜୟ ଦ୍ୱାର ଖୋଲି ପଟିଦିଅଁଙ୍କ ନୀତି ଆରମ୍ଭ ହୋଇଥିଲା। ପଟିଦିଅଁଙ୍କ ସନ୍ଧ୍ୟା ଆଳତି ଏବଂ ସନ୍ଧ୍ୟାଧୂପ ବଢିବା ପରେ ବେହେରଣ ଦ୍ୱାରା ଖୋଲିଥିଲା। ପଟିଦିଅଁ ସର୍ବାଙ୍ଗ ଆରମ୍ଭ ହୋଇଥିଲା। ଏହାସହିତ ଅଣସର ଗୃହରେ ବି ଚତୁର୍ଦ୍ଧାବିଗ୍ରହଙ୍କ ସର୍ବାଙ୍ଗ ହୋଇଥିଲା। ପରେ ଚତୁର୍ଦ୍ଧାବିଗ୍ରହଙ୍କୁ ଖଣ୍ଡୁଆ, ରଙ୍ଗିନ ସୁଙ୍ଗନ୍ଧିତ ପୁଷ୍ପ ଏବଂ ତୁଳସୀ ଲାଗି କରାଯାଇଥିଲା। ବୁଧବାର ଅଣସର ଗୃହରେ ଚତୁର୍ଦ୍ଧାବିଗ୍ରହ ପ୍ରଥମ ତୁଳସୀ ଧାରଣ କରିଥିଲେ। ବୈଦ୍ୟ ସେବକଙ୍କ ଘରୁ ଆସିଥିବା ଦଶମୂଳକୁ ପତିମହାପାତ୍ର ସେବକ ସଂସ୍କାର କରିବା ପରେ ଦଇତାପତିମାନେ ମହାପ୍ରଭୁଙ୍କୁ ଲାଗି କରାଇଥିଲେ। ଗୁରୁବାର ଦ୍ୱାଦଶୀରେ ରାଜପ୍ରସାଦ ବିଜେ ନୀତି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀ ଅପହରଣ ମାମଲାରେ ଓଡ଼ିଆ ଅଧ୍ୟାପକ ଗିରଫ

ରାୟଗଡ଼ା,୨୪/୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟର ଜଣେ ଓଡ଼ିଆ ଅଧ୍ୟାପକଙ୍କୁ ନାବାଳିକା ଅପହରଣ ଓ ପ୍ରଲୋଭନ ପୋଲିସ ଗିରଫ କରିଥିବା ଜଣାପଡ଼ିଛି । ମିଳିଥିବା...

ତାଣ୍ଡବ ରଚିଲା କାଳବୈଶାଖୀ: ଭାଙ୍ଗିଲା ଗଛ, ଦୋକାନରୁ ଉଡ଼ିଗଲା ଆଜବେଷ୍ଟ୍‌ସ

ନିରାକାରପୁର,୨୪ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ସମେତ ଏହାର ଆଖପାଖ ଅଞ୍ଚଳରେ ୪୦ ଡିଗ୍ରୀ ତାପମାତ୍ରା ଲାଗିରହିଥିବା ବେଳେ ବୁଧବାର ଅପରାହ୍ନରେ ହଠାତ୍‌ ପାଗର...

ଏହି ୯ ଷ୍ଟେସନରେ ସୁଲଭ ମୂଲ୍ୟରେ ଖାଦ୍ୟ ପ୍ରଦାନ କରିବ ଇଷ୍ଟକୋଷ୍ଟ ରେଲୱେ

ଭୁବନେଶ୍ୱର,୨୪ା୪: କମ୍ ଖର୍ଚ୍ଚରେ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ବଡ଼ ଖବର। ଭାରତୀୟ ରେଳବାଇ ସହିତ ଭାରତୀୟ ରେଳ କ୍ୟାଟରିଂ ଆଣ୍ଡ ଟୁରିଜିମ୍ କର୍ପୋରେସନ୍...

କୋରାପୁଟ ଲୋକ ସଭା ଆସନରେ ୩ ପ୍ରାର୍ଥୀ, ୩ ବିଧାନସଭା ଆସନରେ ୯ ପ୍ରାର୍ଥୀ ଦାଖଲ କଲେ ନାମାଙ୍କନପତ୍ର

କୋରାପୁଟ,୨୪ା୪(ଅମିତାଭ ବେହେରା): ବୁଧବାର ନାମାଙ୍କନପତ୍ର ଦାଖଲର ଷଷ୍ଠ ଦିନରେ କୋରାପୁଟ ଲୋକ ସଭା ଆସନ ନିମନ୍ତେ ଭାଜପା ସମେତ ୩ ପ୍ରାର୍ଥୀ ସେମାନଙ୍କ ନାମାଙ୍କନପତ୍ର ଦାଖଲ...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ...

ଯାଞ୍ଚବେଳେ ବାଇକ୍‌ରୁ ମିଳିଲା ବିପୁଳ ଗଞ୍ଜେଇ: ନଗଦ ଟଙ୍କା ଜବତ, ଅଭିଯୁକ୍ତ ଗିରଫ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ପୋଲିସ ବୁଧବାର ଯାଞ୍ଚବେଳେ ଗଞ୍ଜେଇ ବୋଝେଇ ଏକ ବାଇକ୍‌ ଜବତ କରିଛି। ଏହା ସହିତ ଅଭିଯୁକ୍ତ ଚିତ୍ରେଶ୍ୱର...

ଡେରାବିଶ ବ୍ଲକର ପୂର୍ବତନ କିରାଣି ଭିଜିଲାନ୍ସ କୋର୍ଟରେ ଦଣ୍ଡିତ

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକର ପୂର୍ବତନ କିରାଣି ତଥା ଡିଲିଂ ଆସିଷ୍ଟାଣ୍ଟ ମାଧବ ଚନ୍ଦ୍ର ଆଚାର୍ଯ୍ୟ ଭିଜିଲାନ୍ସ ଅଦାଲତରେ ଦଣ୍ଡିତ ହୋଇଛନ୍ତି। ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri