ଦାୟିତ୍ୱବାନ ବାଣିଜ୍ୟ ନେଇ ରାଷ୍ଟ୍ରପତିଙ୍କ ଆହ୍ବାନ

ମୁମ୍ବାଇ,୬-୧୦: ଘରୋଇ ବଜାରରେ ଦାୟିତ୍ୱବାନ ବାଣିଜ୍ୟ ନେଇ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଶନିବାର ଆହ୍ବାନ ଜଣାଇଛନ୍ତି। ଭାରତକୁ ନିବେଶର ଏକ ଗନ୍ତବ୍ୟସ୍ଥଳ ଭାବେ ଗଢି ତୋଳିବା ଲାଗି କମ୍ପାନୀ ଆଇନର କାର୍ଯ୍ୟାନ୍ବୟନ ଜରୁରୀ ବୋଲି ସେ କହିଛନ୍ତି। ଏହି ଦିଗକୁ କିଭଳି ଭାବେ ଭାରତ ବିଚାର କରୁଛି ତାହା ମଧ୍ୟ ଦେଖିବାକୁ ହେବ। କମ୍ପାନୀ ସେକ୍ରେଟାରିଜ ଅଫ୍‌ ଇଣ୍ଡିଆ (ଆଇସିଏସ୍‌ଆଇ)ର ୫୧ ତମ ସ୍ଥାପନା ଦିବସରେ ଅଭିଭାଷଣ ରଖି କୋବିନ୍ଦ କହିଛନ୍ତି, ବାଣିଜ୍ୟ ଅଂଶଦାରମାନେ ଲାଭ ଏବଂ ଲାଭଖୋର ମନୋବୃତ୍ତି ନେଇ ଠକିବା ଭଳି ପ୍ରସଙ୍ଗ ମଧ୍ୟରେ ରହିଥିବା ପ୍ରଭେଦକୁ ଜାଣିବା ଉଚିତ। ଏକ୍ଷେତ୍ରରେ ସଚେତନତା ସୃଷ୍ଟି ଲାଗି କମ୍ପାନୀ ସେକ୍ରେଟେରୀଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ଏକ ଦାୟିତ୍ୱବାନ ବାଣିଜ୍ୟ ଏବଂ ସନ୍ତୁଳିତ ଅର୍ଥନୈତିକ ଲକ୍ଷ୍ୟ ଦିଗରେ ଅଂଶୀଦାରଙ୍କୁ ଏଭଳି ପ୍ରସଙ୍ଗଗୁଡିକ ଉପରେ ନିଶ୍ଚିତ କରିବାର ଆବଶ୍ୟକତା ରହିଛି ବୋଲି ସେ ମତ ରଖିଛନ୍ତି।
ରାଷ୍ଟ୍ରପତି କହିଛନ୍ତି, କେତେକ ବାଣିଜ୍ୟ ସଂସ୍ଥା ଲୋକଙ୍କ ବିଶ୍ୱାସକୁ ଭାଙ୍ଗିଛନ୍ତି। ଫଳରେ କମ୍ପାନୀ ସ୍ଥାଣୁ ହୋଇଛି କିମ୍ବା ଦେବାଳିଆ ସ୍ଥିତିକୁ ଚାଲି ଯାଇଛି। ମାତ୍ର ଏହି ଧାରାରେ ଲୋକମାନେ ହଇରାଣ ଭୋଗୁଛନ୍ତି। କମ୍ପାନୀ ସେକ୍ରେଟାରୀମାନେ ଗଭର୍ନାସ ପ୍ରଫେଶନାଲ ଭାବେ କାର୍ଯ୍ୟ କରୁଥିବାରୁ ବୃହତ୍ତ ସମାଜିକ ଏବଂ ଅର୍ଥନୈତିକ ଲକ୍ଷ୍ୟ ଦିଗରେ କାର୍ଯ୍ୟ କରିବାକୁ ହେବ। ସ୍ବଚ୍ଛତା, ଉତ୍ତରଦାୟିତ୍ୱ, ସାଧୁତା ଏବଂ ସହଂତି ଭଳି ଦିଗରେ କାମ କଲେ କର୍ପୋରେଟ ଗଭର୍ନାସ ସଫଳ ହେବାର ସମ୍ଭାବନାକୁ ଏଡାଇ ଦିଆଯାଇ ନ ପାରେ। ଏହି ନିୟମଗୁଡିକ କିଭଳି କାର୍ଯ୍ୟାନ୍ବୟନ ହେବ ତାକୁ ପ୍ରଫେଶନାମାନେ ବିଚାର କରିବାର ଆବଶ୍ୟକତା ଆସିଛି ବୋଲି ସେ କହିଛନ୍ତି। କାର୍ଯ୍ୟକ୍ରମରେ ସଂସଦୀୟ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ଅର୍ଜୁନ ରାମ ମେଘଓ୍ବୋଲ, କର୍ପୋରେଟ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ଅନୁରାଗ ଠାକୁର ଏବଂ ଆଇସିଏସ୍‌ଆଇ ଅଧିକାରୀମାନେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri