ଦାୟିତ୍ୱ ନେଲେ ଡିଜିପି ଅଭୟ: ୬ ଦିଗ ଉପରେ ଦେବେ ପ୍ରାଧାନ୍ୟ

କଟକ ଅଫିସ, ୧୦।୧୨:ରାଜ୍ୟରେ ଆଉ ଚାଲିବନି ମାଫିଆ ରାଜ। ଏମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ୧୯୮୬ ବ୍ୟାଚ୍‌ ଓଡ଼ିଶା କ୍ୟାଡର ଆଇପିଏସ୍‌ ଅଫିସର ଅଭୟ ସୋମବାର କଟକ ସ୍ଥିତ ପୋଲିସ ମୁଖ୍ୟାଳୟରେ ଡିଜିପି ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ଏହା କହିଛନ୍ତି। ପୂର୍ବାହ୍ନରେ ଅଭୟ ମୁଖ୍ୟାଳୟରେ ପହଞ୍ଚିବା ପରେ ତାଙ୍କୁ ଗାର୍ଡ ଅଫ୍‌ ଅନର ଦିଆଯାଇଥିଲା। ବରିଷ୍ଠ ପୋଲିସ ଅଧିକାରୀମାନେ ତାଙ୍କୁ ସ୍ବାଗତ କରିବା ପରେ ସେ ମୁଖ୍ୟାଳୟ ପରିସରରେ ଥିବା ଶହୀଦ ସ୍ମୃତିସ୍ତମ୍ଭରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ। ପରେ ତାଙ୍କୁ ତାଙ୍କ ନୂଆ ଚାମ୍ବରକୁ ପାଛୋଟି ନିଆଯାଇଥିଲା। ସେଠାରେ ଅନ୍ତରୀଣ ଡିଜି ଭାବେ କାର୍ଯ୍ୟ ତୁଲାଉଥିବା ସତ୍ୟଜିତ ମହାନ୍ତି ତାଙ୍କୁ ଦାୟିତ୍ୱ ହସ୍ତାନ୍ତର କରିଥିଲେ।
ଦାୟିତ୍ୱ ଗ୍ରହଣ କରିବା ପରେ ଅଭୟ ତାଙ୍କ କାର୍ଯ୍ୟପନ୍ଥା ବିଷୟରେ ଖବରଦାତାଙ୍କୁ ଅବଗତ କରାଇଥିଲେ। ମୁଖ୍ୟତଃ ୬ଟି ଦିଗକୁ ସେ ପ୍ରାଧାନ୍ୟ ଦେବେ ବୋଲି କହିଥିଲେ। ରାଜ୍ୟ ସରକାରଙ୍କ ପକ୍ଷରୁ ଆରମ୍ଭ କରାଯାଇଥିବା ମୋ ସରକାର ଯୋଜନାରେ ଲୋକମାନଙ୍କ ଅଭିଯୋଗର ସମାଧାନକୁ ବିଶେଷ ଗୁରୁତ୍ୱ ଦିଆଯିବ। ସେହିପରି ୫-ଟି ଦ୍ୱାରା ପୋଲିସ କାର୍ଯ୍ୟରେ ପରିବର୍ତ୍ତନ ଆଣିବାକୁ ଚେଷ୍ଟା କରିବେ ବୋଲି ସେ କହିଛନ୍ତି। ଉନ୍ନତମାନର ତଦନ୍ତ କରି ମହିଳାଙ୍କ ପ୍ରତି ବଢୁଥିବା ଅପରାଧ ନିୟନ୍ତ୍ରଣକୁ ଆଣିବା ଉପରେ ଗୁରୁତ୍ୱ ଦିଆଯିବା ସହ ମାଓବାଦୀ କାର୍ଯ୍ୟକଳାପ ଉପରେ ଅଙ୍କୁଶ ଲଗାଇବା କାର୍ଯ୍ୟ ତ୍ୱରାନ୍ବିତ ହେବ। ରାଜ୍ୟରେ ଚାଲିଥିବା ମାଫିଆମାନଙ୍କୁ ଦୃଢ଼ହସ୍ତରେ ଦମନ କରାଯିବ ଓ ପୋଲିସର ତଦନ୍ତ ମାନକୁ ବୃଦ୍ଧି କରାଯିବ ବୋଲି ସେ କହିଥିଲେ।
ସୂଚନାଯୋଗ୍ୟ, ଅଭୟ ପୋଲିସ ବିଭାଗର ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପଦବୀରେ ନିଜର ଦକ୍ଷତା ପ୍ରତିପାଦନ କରିସାରିଛନ୍ତି। ପୋଲିସ ଡିଜି ଭାବେ ଦାୟିତ୍ୱ ଗ୍ରହଣ କରିବା ପୂର୍ବରୁ ସେ ହାଇଦ୍ରାବାଦସ୍ଥିତ ଜାତୀୟ ପୋଲିସ ଏକାଡେମୀରେ ଡିଜି ଭାବେ କାର୍ଯ୍ୟ କରୁଥିଲେ। କିଛିଦିନ ତଳେ ବିଜୟ କୁମାର ଶର୍ମାଙ୍କୁ ଏହି ପଦବୀରୁ ହଟାଯିବା ପରେ ସତ୍ୟଜିତ୍‌ ମହାନ୍ତି ଅନ୍ତରୀଣ ଡିଜି ଭାବେ କାର୍ଯ୍ୟ କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…

ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର  ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା  ୨୬ ନଂ…

ଥୁଆମୂଳ ରାମପୁର ବ୍ଲକରେ ବିକାଶ କାର୍ଯ୍ୟର ସମୀକ୍ଷା; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବାକୁ ଚେତାବନୀ ଦେଲେ ପ୍ରଦୀପ ଦିଶାରୀ

ଥୁଆମୂଳ ରାମପୁର, ୧୦/୦୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଭାଗୃହରେ ଶୁକ୍ରବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକରେ ପ୍ରଶାସନିକ ଅବହେଳାର ଏକ ନଗ୍ନ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri