ଦାୟିତ୍ୱ ନେଲେ ଯୋଜନା ବୋର୍ଡ ଉପାଧ୍ୟକ୍ଷ

ଭୁବନେଶ୍ୱର,୩ା୩(ବ୍ୟୁରୋ): ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ଭାବେ ସଞ୍ଜୟ ଦାସବର୍ମା ସୋମବାର ଲୋକ ସେବା ଭବନରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ (ସିଏମ୍‌ଓ)ର ଅନୁମୋଦନକ୍ରମେ ଯୋଜନା ଓ ସଂଯୋଜନା ବିଭାଗ ପକ୍ଷରୁ ସଞ୍ଜୟଙ୍କ ନିଯୁକ୍ତି ସମ୍ପର୍କରେ ଏକ ବିଜ୍ଞପ୍ତି ରବିବାର ପ୍ରକାଶ ପାଇଥିଲା। ଏହି ପଦବୀ ସହ ସଞ୍ଜୟଙ୍କୁ କ୍ୟାବିନେଟ ପାହ୍ୟା ମଧ୍ୟ ମିଳିଛି। ସୋମବାର ପୂର୍ବାହ୍ନରେ ସଞ୍ଜୟ ଦାୟିତ୍ୱ ନେବା ପରେ ଅପରାହ୍ନରେ ସିଏମ୍‌ଓ ଯାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଥିଲେ।
ଏହି ସମୟରେ ଯୋଜନା ବୋର୍ଡର ରୂପରେଖ ପରିବର୍ତ୍ତନ ଏବଂ ଜନସାଧାରଣଙ୍କ ସେବାରେ ଏହାକୁ ସକ୍ରିୟଭାବରେ ଭାଗୀଦାରି କରିବା ନେଇ ଆଲୋଚନା ହୋଇଥିଲା। ଦାୟିତ୍ୱ ନେବା ସମୟରେ ଯୋଜନା ଓ ସଂଯୋଜନା ମନ୍ତ୍ରୀ ପଦ୍ମନାଭ ବେହେରା, ରାଜ୍ୟ ଯୁବ କଲ୍ୟାଣ ବୋର୍ଡ ଅଧ୍ୟକ୍ଷ ବିଜୟ ନାୟକ ପ୍ରମୁଖ ଉପସ୍ଥିତ ରହିଥିଲେ। ଏହାପରେ ଗଣମାଧ୍ୟମକୁ ମତାମତ ଦେଇ ଯୋଜନା ବୋର୍ଡକୁ ଅଧିକ ଫଳପ୍ରଦ କରାଯିବା ସହ ଜିଲା ଯୋଜନାକୁ ବୋର୍ଡ ମାଧ୍ୟମରେ ଅଧିକ ଗତିଶୀଳ କରାଯିବ। କେରଳ ଓ ତେଲେଙ୍ଗାନା ଭଳି ରାଜ୍ୟ ଯୋଜନା ବୋର୍ଡ ନୂଆ ରୂପ ପାଇବ ବୋଲି ସଞ୍ଜୟ କହିଛନ୍ତି। ଅପରପକ୍ଷରେ ବିରୋଧୀ କଂଗ୍ରେସ ଓ ଭାଜପା ଯୋଜନା ବୋର୍ଡ ଉପାଧ୍ୟକ୍ଷ ନିଯୁକ୍ତିକୁ ଶାସକ ଦଳର ଥଇଥାନ କେନ୍ଦ୍ର ବୋଲି ଅଭିହିତ କରିଛନ୍ତି। କଂଗ୍ରେସ ବିଧାୟକ ସନ୍ତୋଷ ସିଂ ସାଲୁଜା କହିଛନ୍ତି ଯେ, ଯୋଜନା ବୋର୍ଡ ଅଫିସକୁ କୌଣସି ଫାଇଲ ଆସେ ନାହିଁ। ବର୍ଷ ବର୍ଷ ଧରି ଏହାର ବୈଠକ ବସି ନ ଥାଏ। ଉପାଧ୍ୟକ୍ଷଙ୍କୁ ସଚିବାଳୟରେ କେବଳ ଗୋଟିଏ ଚାମ୍ବର ମିଳିଥାଏ ବୋଲି ସାଲୁଜା କହିଛନ୍ତି। ଭାଜପା ମୁଖପାତ୍ର ଗୋଲକ ମହାପାତ୍ର କହିଛନ୍ତି ଯେ, ଯୋଜନା ବୋଡର୍ର୍ ଏକ ଥଇଥାନ ବୋର୍ଡ। ଅପରପକ୍ଷରେ ଏପରି ଅଭିଯୋଗକୁ ବିଭାଗୀୟ ମନ୍ତ୍ରୀ ଖଣ୍ଡନ କରିଛନ୍ତି। ଯୋଜନା ଓ ସଂଯୋଜନା ମନ୍ତ୍ରୀ ପଦ୍ମନାଭ କହିଛନ୍ତି ଯେ, କେନ୍ଦ୍ରରେ ଥିବା ନୀତି ଆୟୋଗ ଢାଞ୍ଚାରେ ରାଜ୍ୟ ଯୋଜନା ବୋର୍ଡର ପୁନର୍ଗଠନ କରାଯିବ। ବିରୋଧୀଙ୍କ ଅଭିଯୋଗର କୌଣସି ଆଧାର ନାହିଁ। ଏହାକୁ ଅଧିକ ଲୋକାଭିମୁଖୀ କରିବା ସମ୍ପର୍କିତ ନୀତିଗତ ନିଷ୍ପତ୍ତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଥିବା ବେହେରା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

ନିଖୋଜ MKCG ମେଡିକାଲ ଛାତ୍ର ସାଗର ସାହୁ ମୟୂରଭଞ୍ଜରୁ ଉଦ୍ଧାର, ଝାଡ଼ଖଣ୍ଡରୁ ଫେରୁଥିବା ବେଳେ…

ଭୁବନେଶ୍ୱର/ବାରିପଦା, ୮।୯: ଗତ ଅଗଷ୍ଟ ୩୧ ତାରିଖରୁ ନିଖୋଜ ଥିବା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(MKCG) ମେଡିକାଲ କଲେଜର ଛାତ୍ର ସାଗର ସାହୁ(୨୧) ସୁରକ୍ଷିତ ଭାବେ ଉଦ୍ଧାର…

ଭାରତ-ଆଫଗାନିସ୍ତାନ ଟି୨୦ ସିରିଜ୍‌ ଏହି ଚ୍ୟାନେଲର ହେବ ପ୍ରସାରଣ, ଜାଣନ୍ତୁ…

ନୂଆଦିଲ୍ଲୀ,୮ା୯: ଆସନ୍ତା ୧୩ ତାରିଖରୁ ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଟି୨୦ ସିରିଜ୍‌ ଲାଗି ସୋନୀ ସ୍ପୋଟର୍‌ସ ନେଟ୍‌ଓ୍ବର୍କ ପ୍ରସାରଣ ଅଧିକାର…

ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…

ଋଷିକୁଲ୍ୟା ପାଇଁ ବିପଦ ସାଜିଛି କାଶତଣ୍ଡୀ

ଧରାକୋଟ,୮ା୯ (ବିଷ୍ଣୁ କେଶରୀ ଆଚାର୍ଯ୍ୟ): କନ୍ଧମାଳ ଜିଲାର ଋଷୀମାଳ ପର୍ବତରୁ ଋଷିକୁଲ୍ୟା ନଦୀ ଜନ୍ମନେଇ ଗଞ୍ଜାମ ଜିଲାର ସୋରଡା, ଧାକୋଟ, ଆସିକା, ହିଞ୍ଜିଳି, ପୁରୁଷୋତ୍ତମପୁର ବ୍ଲକ୍‌ ପରେ…

ବାଲୁଙ୍କେଶ୍ୱର ହାଇସ୍କୁଲ ସହକାରୀ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ

ଖଲ୍ଲିକୋଟ, ୮/୯/୨୦୨୬ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଏନ୍‌ଏସି ଅନ୍ତର୍ଗତ ବାଲୁଙ୍କେଶ୍ୱର ହାଇସ୍କୁଲର ଜଣେ ସହକାରୀ ଶିକ୍ଷକଙ୍କୁ ସ୍କୁଲ ଗେଟ୍‌ ନିକଟରେ ମଙ୍ଗଳବାର ମରଣାନ୍ତକ ଆକ୍ରମଣ କରାଯାଇଛି।…

ଦୁର୍ଗମ ଜଙ୍ଗଲରେ ଚଢାଉ: ମଦ କାରଖାନା ଭାଙ୍ଗିଲା ଅବକାରୀ ବିଭାଗ, ୧୯ ହଜାର ଲିଟର ମଦ ପୋଚ * ୧୧ ଶହ ଲିଟର ଦେଶୀ ମଦ ଜବତ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ଜନଜାତି ବହୁଳ ଦାମପୁର ଗାଁ ନିକଟ ଦୁର୍ଗମ ଜଙ୍ଗଲରେ ମଙ୍ଗଳବାର ସକାଳେ ସାନଖେମୁଣ୍ଡି…

ଭ୍ରମରପୁର ସ୍କୁଲରେ ଶିକ୍ଷକ ବଦଳି ବାତିଲ ଦାବିରେ ଜେନ୍ ଆଲଫାଙ୍କ ଆନ୍ଦୋଳନ, ସ୍କୁଲ ସମ୍ମୁଖରେ ଉତ୍ତେଜନା            

ଦିଗପହଣ୍ଡି,୮|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ଗ୍ରାମ ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ଭାଗବତ ପ୍ରସାଦ ନାୟକଙ୍କୁ ଚୌଧୁରୀ ଟିକରପଡ଼ା ଗ୍ରାମ ବିଦ୍ୟାଳୟକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri