ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି ବିଡିଓ ଅନାମିକା ପାଣ୍ଡେଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ତହସିଲଦାର ସନ୍ତୋଷ କୁମାର ସାହୁ , ସ୍ଥାନୀୟ ସରପଞ୍ଚ ମିନତୀ କୁମାରୀ ଜାନୀ , ଗ୍ରାମ ପଞ୍ଚାୟତ ଉନ୍ନୟନ ଅଧିକାରୀ ରୋଜାଲିନ ଦଳାଇ , ବ୍ଳକ ସାମାଜିକ ସୁରକ୍ଷା ଅଧିକାରୀ ରଶ୍ମୀ ପ୍ରକାଶିନୀ ଜାନୀ ଉପସ୍ଥିତ ଥିଲେ। ସେହିପରି ସହକାରୀ ଯନ୍ତ୍ରୀ ଇଂ. ସୁନୟନା ପାଣିଗ୍ରାହୀ , ସରପଞ୍ଚ ପ୍ରତିନିଧି ରବିଚନ୍ଦ୍ର ଗୌଡ , ପଞ୍ଚାୟତ ନିର୍ବାହୀ ଅଧିକାରୀ ଧନୁଜ କୁମାର , ସହଗୋଷ୍ଠୀ ଶିକ୍ଷାଧିକାରୀ ବାଳା ମାଝୀ , ଡ୍ରେନେଜ ବିଭାଗ ସହକାରୀ ଯନ୍ତ୍ରୀ ଇଂ. ଭଗବାନ ରଥଙ୍କ ସମେତ ବିଭିନ୍ନ ବିଭାଗୀୟ ଅଧିକାରୀବୃନ୍ଦ ଉପସ୍ଥିତ ଥିଲେ । ପଞ୍ଚାୟତ ଅଧିନସ୍ଥ ବିଭିନ୍ନ ଗ୍ରାମରୁ ଶତାଧିକ ବ୍ୟକ୍ତି ରାଶନ କାର୍ଡ , ବିଭିନ୍ନ ପ୍ରକାର ଭତ୍ତା , ଆବାସ ଯୋଜନା କାର୍ଯ୍ୟାଦେଶ ପାଇଁ ପ୍ରଶାସନିକ ଅଧିକାରୀମାନଙ୍କୁ ବ୍ୟକ୍ତିଗତ ଭାବେ ଭେଟି ଦାବି ଜଣାଇଥିଲେ। ସାମୂହିକ କିମ୍ବା ଗୋଷ୍ଠୀଗତ ସମସ୍ୟା ନେଇ କେହି ବି ଅଭିଯୋଗ କରିନଥିଲେ। ପରିବାର ସଦସ୍ୟ ସଂଖ୍ୟା ଦିନକୁ ଦିନ ବଢି ଚାଲିଥିବା ବେଳେ ରାଶନ କାର୍ଡରେ ସେମାନଙ୍କ ନାମ ଦରଜ ନଥିବାରୁ ସେମାନଙ୍କୁ ରାଶନ ଦିଆଯାଉନାହିଁ। ସେହିପରି ଗାଁ ମାନଙ୍କରେ ଅଧିକା ସଂଖ୍ୟକ ଯୌଥ ପରିବାର ଭାଙ୍ଗୁ ଥିବାରୁ ନବ ବିବାହିତମାନେ ନୂତନ ଆବାସ ଏବଂ ରାଶନ କାର୍ଡ ପାଇଁ ଆବେଦନ କରୁଛନ୍ତି। ଆବାସ ଯୋଜନା ସର୍ଭେ ସରିଥିବାରୁ ଖୁବ୍‌ଶୀଘ୍ର ଯୋଗ୍ୟ ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ଦିଆଯିବ ବୋଲି ବିଡିଓ ପ୍ରତିଶ୍ରୁତି ଦେଇଛନ୍ତି। ରାଶନ କାର୍ଡ ସଂଶୋଧନ ପାଇଁ ପଦକ୍ଷେପ ନିଆଯିବା ସହ ଅଧିକା ସଂଖ୍ୟାରେ ରାଶନ କାର୍ଡ ପ୍ରଦାନ ପାଇଁ ହିତାଧିକାରୀ ତାଲିକା ପ୍ରକାଶନ କରାଯାଇ ଜିଲା ପ୍ରଶାସନର ଅନୁମୋଦନ ନିମନ୍ତେ ପଦକ୍ଷେପ ନିଆଯିବ। ସାମାଜିକ ସୁରକ୍ଷା ଯୋଜନାରେ ବିଭିନ୍ନ ଭତ୍ତା ପାଇଁ ହିତାଧିକାରୀ ଙ୍କ ତାଲିକା ପ୍ରସ୍ତୁତ କରାଯାଉଥିବା ସେ କହିଛନ୍ତି। ଏହି ଜନ ଶୁଣାଣି କାର୍ଯ୍ୟକ୍ରମରେ ବିଭିନ୍ନ ବିଭାଗର କାର୍ଯ୍ୟରତ ଅଧିକାରୀ ଓ କର୍ମଚାରୀବୃନ୍ଦ ଉପସ୍ଥିତ ରହି ସମସ୍ତ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ ।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

୫୦ରୁ ଅଧିକ ଫଳ ଦୋକାନ ଜଳି ପୋଡି ପାଉଁଶ: ପରିଦର୍ଶନରେ ଆସି ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର କହିଲେ, ଏଥିପାଇଁ…

ବଲାଙ୍ଗୀର,୮।୧୨( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି । ଦେଖୁ ଦେଖୁ ହୁ ହୁ ହୋଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri