ଦିଗପହଣ୍ଡି,୧୮ା୪(ଡି.ଏନ.ଏ.)- ଦିଗପହଣ୍ଡିରେ ଖୁବଶୀଘ୍ର ଅତିରିକ୍ତ ଦେୱାନୀ ବିଚାରପତି (ବରିଷ୍ଠ) ତଥା ଆସିଷ୍ଟାଣ୍ଟ ସେସନ୍ ଜଜ୍ କୋର୍ଟ ଖୋଲିବାକୁ ଯାଉଥିବା ଜଣାପଡ଼ିଛି। ଓଡ଼ିଶା ଉଚ୍ଚ ନ୍ୟାୟାଳୟଙ୍କ ପକ୍ଷରୁ ଏ ସମ୍ପର୍କିତ ଏକ ଚିଠି ମଙ୍ଗଳବାର ଆସି ପହଞ୍ଚତ୍ବା ପରେ ଓକିଲ ସଂଘ ସଦସ୍ୟ ଏବଂ ସ୍ଥାନୀୟ ଅଞ୍ଚଳରେ ଖୁସିର ଲହରି ଖେଳିଯାଇଛି। ବିଧିବଦ୍ଧ ଭାବେ ତାରିଖ ଘୋଷଣା ହୋଇ ନ ଥିଲେ ମଧ୍ୟ ଗଞ୍ଜାମ ଜିଲାର ଦିଗପହଣ୍ଡି, କୋରାପୁଟ ଜିଲାର ଲକ୍ଷ୍ମୀପୁର, ପୁରୀ ଜିଲାର ପୁରୀ ସଦରରେ ଅତିରିକ୍ତ ୨ଟି ଏବଂ ମୟୂରଭଞ୍ଜ ଜିଲାର ବାରିପଦା ଭଳି ଚାରୋଟି ଜିଲାର ୫ଟି ସ୍ଥାନରେ ଏହି କୋର୍ଟ ଖୋଲିବା ପାଇଁ ଉଚ୍ଚ ନ୍ୟାୟାଳୟଙ୍କ ପକ୍ଷରୁ ଚୂଡ଼ାନ୍ତ ନିଷ୍ପତ୍ତି ନିଆଯାଇଛି। ଚିଠିରେ ଭିତ୍ତିଭୂମି ସଂକ୍ରାନ୍ତରେ ରିପୋର୍ଟ ପଠାଇବା ପାଇଁ ରହିଥିବା ନିର୍ଦ୍ଦେଶକୁ ଭିତ୍ତିକରି ମଙ୍ଗଳବାର ଦିଗପହଣ୍ଡି ଜେଏମ୍ଏଫସି ରଞ୍ଜନ କୁମାର ପ୍ରଧାନଙ୍କ ଉପସ୍ଥିତିରେ ଏକ ଆଲୋଚନା ବୈଠକ ଅନୁଷ୍ଠିତ ହେବା ସହ ଭିତ୍ତିଭୂମି ସଂକ୍ରାନ୍ତରେ ଏକ ସକାରାତ୍ମକ ରିପୋର୍ଟ ପଠା ଯାଇଥିବା ମଧ୍ୟ ଜଣାପଡ଼ିଛି। ଓକିଲ ସଂଘ ପକ୍ଷରୁ ଉପସ୍ଥିତ କର୍ମକର୍ତ୍ତା ସଂଘ କାର୍ଯ୍ୟାଳୟର ଗୋଟିଏ ବଖରା ନୂଆ କୋର୍ଟ ପାଇଁ ଦେବାକୁ ସମ୍ମତି ପ୍ରଦାନ କରିଥିବା ବେଳେ ବିଡିଓ ହଳଧର ଶବରଙ୍କ ସହ ଆଲୋଚନା କରି ତହସିଲଦାର ଏୈତ କୁମାର ସ୍ବାଇଁ ବିଚାରପତିଙ୍କ ପାଇଁ ବାସଗୃହ ଯୋଗାଇ ଦେବାକୁ ମଧ୍ୟ ସମ୍ମତି ପ୍ରଦାନ କରିଛନ୍ତି। ଏହି ନୂଆ କୋର୍ଟ ଖୋଲିବା ପରେ ଅଞ୍ଚଳବାସୀ ବହୁମାତ୍ରାରେ ଉପକୃତ ହେବାକୁ ଯାଉଥିବାରୁ ଖେମୁଣ୍ଡି ଓକିଲ ସଂଘ ପକ୍ଷରୁ ହାଇକୋର୍ଟଙ୍କ ନିଷ୍ପତ୍ତିକୁ ସ୍ବାଗତ କରାଯାଇଛି।
ମୋବାଇଲ୍ଠାରୁ ଦୂରେଇ ରହିବାକୁ ଛାତ୍ରୀଛାତ୍ରଙ୍କୁ ପରାମର୍ଶ ଦେଲେ ସିଦ୍ଧାନ୍ତ ମହାପାତ୍ର
ଦିଗପହଣ୍ଡି, ୫।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଡିଗ୍ରୀ କଲେଜ ପରିସରରେ ସେବା ସଂକଳ୍ପ ଅଭିଯାନ ଆନୁକୂଲ୍ୟରେ ଯୁକ୍ତ ୩ ଛାତ୍ରୀଛାତ୍ରଙ୍କୁ ନେଇ…
ଗାଁରେ ଚାଲିଥିଲା ଜୁଆ ଖେଳ: ମାଡ଼ିବସିଲା ପୋଲିସ, ଆଉ ତା’ପରେ…
ଦିଗପହଣ୍ଡି,୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁରେ ଜୁଆ ଖେଳ ଚାଲିଥିଲା। ଖବର ପାଇ ଦିଗପହଣ୍ଡି ପୋଲିସର ଏକ ଟିମ୍ ଚଢ଼ାଉ କରି…
ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ
ଦିଗପହଣ୍ଡି,୫|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଟିଗୁଡ଼ା ଗ୍ରାମର ନବୀନ ମହାଙ୍କୁଡ଼ ଙ୍କୁ ଗ୍ରାମର ଗୋପୀନାଥ ଡାକୁଆ ରବିବାର ଅପରାହ୍ନ ପ୍ରାୟ ସାଢେ ୪ ଟାରେ…
ଦକ୍ଷିଣପୁର ଗାଁ ପୋଖରୀରେ ୪ କୁମ୍ଭୀର: ଲୋକେ ଆତଙ୍କିତ
ଦିଗପହଣ୍ଡି,୫|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଗୋକର୍ଣ୍ଣପୁର ପଞ୍ଚାୟତ ଦକ୍ଷିଣପୁର ଗାଁ ଦାନ୍ତା ପୋଖରୀ(ବନ୍ଧ) ରେ ୪ ଟି କୁମ୍ଭୀର ଥିବା ଲୋକେ ଦେଖିବା ପରେ…
ପୋଖରୀରୁ ମାଛ ଚୋରି ଉଦ୍ୟମ: ଧରାପଡ଼ିବାରୁ ତେଣ୍ଟାରେ ଭୁଷି ହତ୍ୟା ଉଦ୍ୟମ, ଅଭିଯୁକ୍ତ ଗଲେ ଜେଲ
ଦିଗପହଣ୍ଡି, ୫/୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ ଅନ୍ତର୍ଗତ ସିନ୍ଧୁଖାଳି ଗ୍ରାମ ନିକଟସ୍ଥ ପୋଖରୀରୁ ମାଛ ଚୋରି ଉଦ୍ୟମକୁ କେନ୍ଦ୍ର…
ହୃଦ୍ଘାତରେ ଅନିତା ଆରୁଖଙ୍କ ପରଲୋକ: ଖେଳିଗଲା ଶୋକର ଛାୟା
ଭଞ୍ଜନଗର, ୫।୧ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର୍ ଆସୋସିଏସନର ବରିଷ୍ଠ ସଦସ୍ୟ ତଥା ବରିଷ୍ଠ ବିଜେଡି ନେତା ଦିବାକର ନାୟକଙ୍କ ଧର୍ମପତ୍ନୀ ଅନିତା ଆରୁଖଙ୍କ…
ଗଞ୍ଜାମ ସହରରେ ଆଲୋକୀକରଣ ବ୍ୟବସ୍ଥା ପ୍ରହସନ! ଶୁଭାରମ୍ଭର ମାସେ ପରେ ବି ଜଳୁନି ଷ୍ଟ୍ରିଟ ଲାଇଟ
ଗଞ୍ଜାମ, ୫।୧୦ (ବିଦ୍ୟାଧର ସାହୁ): ଗଞ୍ଜାମ ସହରରେ ଆଲୋକୀକରଣ ବ୍ୟବସ୍ଥା ଏବେ ପ୍ରହସନରେ ପରିଣତ ହୋଇଛି। ଗତ ଅଗଷ୍ଟ ୩୧ ତାରିଖରେ ସହରରେ ଷ୍ଟ୍ରିଟ ଲାଇଟ ବ୍ୟବସ୍ଥାର…
ନୂତନ ନିର୍ବାହୀ ଅଧିକାରୀ ଭାବେ ଯୋଗଦେଲେ ଅଜିତ କୁମାର: ବ୍ୟବସ୍ଥାକୁ ସୁଦୃଢ଼ କରିବା ଲକ୍ଷ୍ୟ
ପୁରୁଷୋତ୍ତମପୁର,୫।୧୦(ସବିତା ମିଶ୍ର): ଦୀର୍ଘ ଏକ ବର୍ଷ ପରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସିକୁ ମିଳିଛି ନୂତନ ନିର୍ବାହୀ ଅଧିକାରୀ। ଅଜିତ କୁମାର ପଟ୍ଟନାୟକ ନୂତନ କାର୍ଯ୍ୟନିର୍ବାହୀ ଅଧିକାରୀ…

