ଦିଗପହଣ୍ଡିରେ ଧର୍ମଘଟ ଶାନ୍ତିପୂର୍ଣ୍ଣ

ଦିଗପହଣ୍ଡି,୮।୧(ଡି.ଏନ.ଏ.): କେନ୍ଦ୍ରୀୟ ଟ୍ରେଡ୍‌ ୟୁନିୟନ୍‌ ପକ୍ଷରୁ ୧୨ ଦଫା ନେଇ ଦେଶବ୍ୟାପୀ ୧୨ ଘଣ୍ଟିଆ ବନ୍ଦ ପାଳନ ଡାକରା ଦିଆଯାଇଛି। ବୁଧବାର ସର୍ବଭାରତୀୟ ଧର୍ମଘଟ ଦିଗପହଣ୍ଡିରେ ଶାନ୍ତିପୂର୍ଣ୍ଣ ଥିଲା। ଦିଗପହଣ୍ଡି ବସଷ୍ଟାଣ୍ଡ, ବଜାର ଓ ପୁଞ୍ଜି କଁୟା ଛକଠାରେ ସିପିଆଇ, ସିପିଆଇ(ଏମ) ଓ କଂଗ୍ରେସ ପକ୍ଷରୁ ରାସ୍ତା ଅବରୋଧ କରାଯାଇଥିଲା। ବ୍ରହ୍ମପୁର-ଦିଗପହଣ୍ଡି ୨୧୭ ରାଜ୍ୟ ରାଜପଥ ଏବଂ ରାୟଗଡା ୩୨୬ ନମ୍ବର ଜାତୀୟ ରାଜପଥକୁ ଦଳୀୟ କର୍ମୀମାନେ ଅବରୋଧ କରିବାରୁ ରାସ୍ତାରେ ଗାଡି ଚଳାଚଳ ବନ୍ଦ ଥିଲା। ସିପିଆଇ(ଏମ) ଗଞ୍ଜାମ ଜିଲା କମିଟି ସମ୍ପାଦକ କୈଳାସ ଷଡ଼ଙ୍ଗୀ, ସିପିଆଇର ରାଜ୍ୟ ପରିଷଦ ସଦସ୍ୟ ଅଳକ ନାଥ ମିଶ୍ର, ସମିରଚନ୍ଦ୍ର ମିଶ୍ର, ତପନ କୁମାର ମିଶ୍ର, ଗଞ୍ଜାମ ଜିଲା କଂଗ୍ରେସ କମିଟି ଉପସଭାପତି ପ୍ରଫୁଲ୍ଲ ପଣ୍ଡା, ବ୍ଳକ ଯୁବ କଂଗ୍ରେସ ସଭାପତି ଦୀପକ କୁମାର ମିଶ୍ର, କାର୍ଯ୍ୟକର୍ତ୍ତା ରସାନନ୍ଦ ରାଉତ, କେ.କୁନା, ଗୋପାଳକୃଷ୍ଣ ମେକାପ, ନୀଳକଣ୍ଠ ପଟ୍ଟନାୟକ, ଭଗବାନ ସ୍ବାଇଁ, ଡମ୍ବୁରୁଧର ବେହେରା, ନିର୍ମାଣ ଶ୍ରମିକ ସଙ୍ଘ ରାଜ୍ୟ କାର୍ଯ୍ୟକର୍ତ୍ତା ଅଶିନୀ କୁମାର ଦାସ, କୁରେଶୁ ପଣ୍ଡା, ସୁଦର୍ଶନ ରାଜୁ, ଉପେନ୍ଦ୍ର ବେହେରା ପ୍ରମୁଖଙ୍କ ନେତୃତ୍ୱରେ ଦଳୀୟ କର୍ମୀମାନେ ଶୋଭାଯାତ୍ରା ସହର ପରିକ୍ରମା କରି ଦୋକାନ ବଜାର ବନ୍ଦ କରିବା ସହ ପ୍ରତିବାଦ ସଭାରେ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗର ବାର୍‌ ଆସୋସିଏଶନ ନିର୍ବାଚନ: ସଭାପତି ଭାବେ ନିର୍ବାଚିତ ହେଲେ ସନ୍ତୋଷ ନାୟକ, ଧୀରେନ ସ୍ବାଇଁ…

ଭଞ୍ଜନଗର,୨୮।୩(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏସନ ନିର୍ବାଚନ ଶନିବାର ସରିଛି। ଏଥିରେ ସଭାପତି ଭାବେ ସନ୍ତୋଷ ନାୟକ ନିର୍ବାଚିତ ହୋଇଛନ୍ତି । ଏଥିସହ ସାଧାରଣ ସମ୍ପାଦକ…

୧୦ ମାସ ତଳେ ବିବାହ କରିଥିଲେ ଅନୁପମା, ବେକରେ ଦାଗ ଦେଖି ବାପଘର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ମହିପୁର ଗାଁରେ ଜଣେ ନବବଧୂକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୦ ମାସ ତଳେ ବାହା ହୋଇଥିବା…

ବରଗଡ଼ ଜିଲା ଓକିଲ ସଂଘ ନିର୍ବାଚନ: ଭୀଷ୍ମଦେବ ପୁଣି ସଭାପତି, ସମ୍ପାଦକ ଭାବେ ନିର୍ବାଚିତ ହେଲେ…

ବରଗଡ଼,୨୮।୩(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲା ଓକିଲ ସଂଘ ନିର୍ବାଚନ ଫଳାଫଳ ପ୍ରକାଶ ପାଇଛି । ଏଥିରେ ଭୀଷ୍ମଦେବ ସରାଫ ପୁଣିଥରେ ସଭାପତି ନିର୍ବାଚିତ ହୋଇଛନ୍ତି। ସେହିପରି…

ଉପଖଣ୍ଡ ମାନ୍ୟତା ପ୍ରଦାନ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ରିଷିଡ଼ା,୨୮ା୩ (ସୁଶାନ୍ତ ମଲ୍ଲିକ)କଳାହାଣ୍ଡି ଜିଲାର ମଦନପୁର ରାମପୁରକୁ ଉପଖଣ୍ଡ ମାନ୍ୟତା ଦେବା ପାଇଁ ଯୁବ ନେତା ତଥା ରାଜ ପରିବାର ସଦସ୍ୟ ନୀଳମାଧବ ସିଂଦେଓ ମୁଖ୍ୟମନ୍ତ୍ରୀ ମୋହନ…

ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ହିମାଂଶୁ-ଦେବେନ୍ଦ୍ର, କାର୍ଯ୍ୟଭାର ନେବା ପରେ…

ବରପାଲି,୨୮ା୩(ଚିତ୍ତରଞ୍ଜନ ସାହୁ): ଶନିବାର ବରପାଲି ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଚଳିତ ବର୍ଷ ପାଇଁ ସଭାପତି ହିମାଂଶୁ ଶେଖର ସାହୁ ଓ ସମ୍ପାଦକ…

ବାଣଫୁଟାଇ ମିଠାଖୁଆଇ ବିଜୟ ଉତ୍ସବ ପାଳିଲେ ପ୍ରକାଶ-ରବୀନ୍ଦ୍ର

ପୁରୁଷୋତ୍ତମପୁର,୨୮ା୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘ ନିର୍ବାଚନ ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ଏଥିରେ ସଭାପତି ଭାବେ ପ୍ରକାଶ ଚନ୍ଦ୍ର ତ୍ରିପାଠୀ ତାଙ୍କ ପ୍ରତିଦ୍ୱନ୍ଦ୍ୱୀ…

ସରିଲା ଓକିଲ ସଂଘ ନିର୍ବାଚନ: ବାଜି ମାରିଲେ ହୃଦୟରଞ୍ଜନ-ସନ୍ତୋଷ

ଦିଗପହଣ୍ଡି,୨୮ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦଗିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ଶନିବାର ଶାନ୍ତିପୂର୍ଣ୍ଣ ଭାବେ ସରିଛି। ଓକିଲ ସଂଘର ସଭାପତି ଭାବେ ହୃଦୟରଞ୍ଜନ ମେକାପ…

ଥୁଆମୂଳ ରାମପୁର ଜେଏମ୍‌ଏଫ୍‌ସି କୋର୍ଟ ବାର୍‌ ଆସୋସିଏଶନ୍‌ର ନୂତନ କର୍ମକର୍ତ୍ତା ଚୟନ

ଥୁଆମୂଳ ରାମପୁର,୨୮ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକସ୍ଥିତ ଜେଏମ୍‌ଏଫ୍‌ସି କୋର୍ଟ ପରିସରରେ ଶନିବାର ବାର୍‌ ଆସୋସିଏଶନର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri