ଦିଗପହଣ୍ଡିରେ ସ୍ଥିତି ସମୀକ୍ଷା କଲେ ଜିଲାପାଳ: ବିଭିନ୍ନ ପ୍ରକଳ୍ପ ବୁଲିଦେଖିଲେ, ସରକାରୀ ସହାୟତା ନେଇ ପଚାରି ବୁଝିଲେ

ଦିଗପହଣ୍ଡି,୧୮।୪(ଡି.ଏନ୍‌.ଏ.): ଲକ୍‌ଡାଉନ୍‌ ନିୟମ ନ ମାନିଲେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଚେତାବନୀ ଦେଇଛନ୍ତି ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ। ଶନିବାର ପୂର୍ବାହ୍ନ ପ୍ରାୟ ସାଢ଼େ ୧୧ଟାରେ ଜିଲାପାଳ ଦିଗପହଣ୍ଡି ବ୍ଳକ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚି ଉପସ୍ଥିତ ଦିଗପହଣ୍ଡି ତହସିଲଦାର ଅଦୈତ କୁମାର ସ୍ବାଇଁ, ବିଡିଓ ହଳଧର ଶବର, ବ୍ଳକ ସହକାରୀ ଯନ୍ତ୍ରୀ ଇଂ. ଗଙ୍ଗାଧର ଲେଙ୍କା, ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରଫୁଲ୍ଲ ଚନ୍ଦ୍ର ଡାକୁଆ, ରାଜସ୍ବ ନିରୀକ୍ଷକ ଫକୀର ମୋହନ ରାଉତଙ୍କ ସହ ଦିଗପହଣ୍ଡି ଅଞ୍ଚଳର ସ୍ଥିତି ନେଇ ସବିଶେଷ ଆଲୋଚନା କରିଥିଲେ। ଅନେକ ଲୋକ ଅଯଥାରେ ଘରୁ ବାହାରି ରାସ୍ତାରେ ଚଳପ୍ରଚଳ କରୁଛନ୍ତି। ଅତ୍ୟାବଶ୍ୟକ ସାମଗ୍ରୀ ଛଡା ଅନ୍ୟ ଯେଉଁ ଦୋକାନ ମଧ୍ୟାହ୍ନ ୧୨ଟା ପରେ ଖୋଲା ରହିବ ସେହି ଦୋକାନ ମାଲିକ ଓ ଅତ୍ୟାବଶ୍ୟକ ସାମଗ୍ରୀ ବିକ୍ରୀ କରୁଥିବା ବେଳେ ସାମାଜିକ ଦୂରତା ଅବଲମ୍ବନ କରୁ ନ ଥିବା ଦୋକାନୀ ମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସେ ଉପସ୍ଥିତ ପଦସ୍ଥ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ତହସିଲ କାର୍ଯ୍ୟାଳୟ କୁ ଯାଇ ସେ ଦିଗପହଣ୍ଡି ଅଞ୍ଚଳ ର କରୋନା ନିୟନ୍ତ୍ରଣ ସ୍ଥିତି ନେଇ ସମୀକ୍ଷା କରିଥିଲେ।ପରେ ଗୋକର୍ଣ୍ଣ ପୁର ଗାଁ ରେ ପହଞ୍ଚି ସେଠାରେ ଚାଲିଥିବା ରୁରାଲ ପାର୍କ ଓ ଏମ୍‌ଜିଏନ୍‌ଆରଇଜିଏସ୍‌ ଯୋଜନାରେ ଚାଲିଥିବା ନିର୍ମାଣ କାର୍ଯ୍ୟ ଗୁଡ଼ିକୁ ବୁଲି ଦେଖିଥିଲେ। ସେହିଭଳି ସିଦ୍ଧେଶ୍ୱର ଗାଁ ରେ ପହଞ୍ଚି ସେ ବିଭିନ୍ନ ଲୋକଙ୍କୁ ସରକାରୀ ସହାୟତା ଚାଉଳ ଓ ଅର୍ଥରାଶି ମିଳିଛି କି ନାହିଁ ପଚାରି ବୁଝିଥିଲେ। କୋଟି ନଡ଼ା ଗାଁରେ ନିର୍ମାଣ ଚାଲିଥିବା ରୁରାଲ ପାର୍କ ଓ ରାସ୍ତା ନିର୍ମାଣ କାର୍ଯ୍ୟ ବୁଲି ଦେଖିଥିଲେ। କାମ କରୁଥିବା ଲୋକଙ୍କୁ ଲେବର୍‌ କାର୍ଡରେ ସହାୟତା ରାଶି କେତେ ଟଙ୍କା ମିଳିଛି। ରାଶନ କାର୍ଡରେ କେତେ ଚାଉଳ ଓ ସହାୟତା ଟଙ୍କା ମିଳିଛି ପଚାରି ବୁଝିଥିଲେ। ଗୋକର୍ଣ୍ଣପୁର ପଞ୍ଚାୟତ ସରପଞ୍ଚ ପ୍ରତିନି ପ୍ରତିନିଧି ଅସିତ କୁମାର ସାହୁ, କୋଟି ନଡ଼ା ସରପଞ୍ଚ ପ୍ରତିନିଧି ଉମାକାନ୍ତ ବିଷୋୟୀ, ସିଦ୍ଧେଶ୍ୱର ସରପଞ୍ଚ ଅନୀତା ରାଣୀ ସ୍ବାଇଁ, ପ୍ରତିନିଧି ସରୋଜ କୁମାର ଜେନା, ବ୍ଳକ କନିଷ୍ଠ ଯନ୍ତ୍ରୀ ଇଂ.ମୋହନ ରାଓ ସୁବୁଦ୍ଧିଙ୍କ ସମେତ ବିଭିନ୍ନ ପଞ୍ଚାୟତର ନିର୍ବାହୀ ଅଧିକାରୀ ଓ ଗ୍ରାମ ପଞ୍ଚାୟତ ବୈଷୟିକ ସହାୟିକା ବୃନ୍ଦ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri