ଦିଗପହଣ୍ଡି କ୍ୱାରାଣ୍ଟାଇନ ସେଣ୍ଟରରେ ଅବ୍ୟବସ୍ଥା ଅଭିଯୋଗ: ସୁରଟ ଫେରନ୍ତାଙ୍କ ହୋହଲ୍ଲା

ଦିଗପହଣ୍ଡି,୪।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଆଦିବାସୀ ହଷ୍ଟେଲ କ୍ୱାରାଣ୍ଟାଇନ ସେଣ୍ଟରରେ ଅବ୍ୟବସ୍ଥା ପ୍ରତିବାଦରେ ସୋମବାର ସକାଳେ ବହୁସଂଖ୍ୟକ ସୁରଟ ଫେରନ୍ତା ହୋହଲ୍ଲା କରିଥିଲେ। ତଦାରଖ ଦାୟିତ୍ୱରେ ଥିବା ପୂର୍ବତନ ସରପଞ୍ଚ ଅସିତ କୁମାର ସାହୁ ଓ ସ୍ବେଚ୍ଛାସେବୀବୃନ୍ଦ ସେଠାରେ ପହଞ୍ଚି ବୁଝାଇବାକୁ ଚେଷ୍ଟା କରିଥିଲେ। ମାତ୍ର ସେମାନଙ୍କୁ ଅସଦ୍‌ ବ୍ୟବହାର ପ୍ରଦର୍ଶନ କରିବାସହ ଧମକ ଦେଇଥିଲେ। ଖବର ପାଇ ବିଡିଓ ହଳଧର ଶବର ପୋଲିସ ଟିମ୍‌ ସହ ଘଟଣାସ୍ଥଳରେ ପହଞ୍ଚି ପରିସ୍ଥିତି ନିୟନ୍ତ୍ରଣ କରିଥିବା ଜଣାପଡିଛି। ଶୋଇବା ପାଇଁ ଖଟିଆ, ପାଇଖାନା ଆଦିର ବ୍ୟବସ୍ଥା ନାହିଁ। ପାନୀୟଜଳ ବ୍ୟବସ୍ଥା ନ ଥିବା ବେଳେ ଗାଧୋଇବାକୁ ମଧ୍ୟ ପାଣି ନ ଥିବା ସେମାନେ ଅଭିଯୋଗ କରିଥିଲେ। ପ୍ରତିବାଦରେ ସେମାନେ ଜଳଖିଆ ଖାଇବୁ ନାହିଁ ବୋଲି ଜିଦ୍‌ ଧରିଥିଲେ। ବିଡିଓ ବୁଝାଶୁଝା କରିବାପରେ ସେମାନେ ଜଳଖିଆ ଖାଇଥିଲେ।
ଏ ନେଇ ବିଡିଓଙ୍କୁ ପଚାରିବାରୁ, ସେଠାରେ ଜିଲାର ବିଭିନ୍ନ ବ୍ଲକ ଅଧୀନ ଗ୍ରାମର ୨୧୦ ଜଣ ସୁରଟ ଫେରନ୍ତା ରବିବାର ରାତିରେ ପହଞ୍ଚିଥିଲେ। ସେମାନଙ୍କ ପାଇଁ ସବୁ ପ୍ରକାରର ବ୍ୟବସ୍ଥା କରାଯାଇଛି। ଏଭଳି ଅଭିଯୋଗର କୌଣସି ସତ୍ୟତା ନ ଥିବା ବିଡିଓ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆହ୍ବାନକାରୀ ଜେନ୍‌ ଜି ପ୍ରାର୍ଥୀ

ଚଳିତ ମାସ ୯ ତାରିଖରେ ଆସାମ ବିଧାନସଭାର ୧୨୬ ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ। ସେଠାକାର ଯେଉଁ କେତୋଟି ହାଇପ୍ରୋଫାଇଲ ଆସନ ରହିଛି ତନ୍ମଧ୍ୟରୁ ଚର୍ଚ୍ଚିତ…

ସଭ୍ୟତାର ସୁରକ୍ଷା, ଜଳର ଗୁଣବତ୍ତା

କୌଣସି ସଭ୍ୟତାର ଅଭ୍ୟୁଦୟ ଓ ବିନାଶର କାହାଣୀ ସେହି ସମୟର ଜଳସମ୍ପଦ ସହିତ ଜଡ଼ିତ। ମାନବ ଜାତିର ଅସ୍ତିତ୍ୱ ତଥା ସରଂକ୍ଷଣ ପାଇଁ ଜଳର ଗୁଣବତ୍ତା (ଶୁଦ୍ଧ…

ଜାଲ୍‌ ଶିକ୍ଷକ ନିଯୁକ୍ତି ଘଟଣା: ଉଚ୍ଚସ୍ତରୀୟ ତଦନ୍ତ ଦାବି

ନୂଆପଡ଼ା,୮ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ମହାବିଦ୍ୟାଳୟରେ ଜାଲ୍‌ ଖେଳ ଶିକ୍ଷକ ନିଯୁକ୍ତି ଘଟଣାରେ ଜିଲା ଶିକ୍ଷା ବିଭାଗ କାର୍ଯ୍ୟାନୁଷ୍ଠାନ ପାଇଁ ଚିଠି କରି କାମ ସାରିଦେଇଛି।…

ଯୁଦ୍ଧବିରତି ମଧ୍ୟରେ ଉତ୍ସବ ମନାଇଲା ଇରାନ: ପତାକା ଧରି ରାସ୍ତାକୁ ଓହ୍ଲାଇଲେ ଲୋକେ

ତେହରାନ୍‌,୮।୪: ୪୦ ଦିନ ପରେ ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହର ଅସ୍ତ୍ରବିରତି ଘୋଷଣା କରାଯାଇଛି। ଏହା ପରେ ଇରାନ ଉତ୍ସବମୁଖର ହୋଇ ଉଠିଛି। ତେହରାନ୍‌ର…

ନିଜ ରାସ୍ତା କାମ ନିଜେ କଲେ ପଡ଼ାବାସୀ: ଚାନ୍ଦା ଆଦାୟକରି…

ନୂଆପଡ଼ା,୮ା୪ (ମକାରୁ ବେମାଲ): ନୂଆପଡ଼ା ଏନ୍‌ଏସି ସତ୍‌ସଙ୍ଗ ବିହାର ପଛପଟ ପଡ଼ା ରାସ୍ତାର ଡ୍ରେନ୍‌ ଉପରେ ପଡ଼ିଥିବା ଘୋଡ଼ଣି ଭାଙ୍ଗିଯାଇଥିବାରୁ ଲୋକେ ଯାତାୟାତରେ ଅସୁବିଧାର ସମ୍ମୁଖୀନ ହେଉଥିଲେ।…

ଏହି କାର୍ଯ୍ୟ ପାଇଁ ଦେଶରେ ପ୍ରଥମ ହେଲା ଓଡ଼ିଶା: ମିଳିଲା ଉଲ୍ଲେଖନୀୟ ସଫଳତା

ଭୁବନେଶ୍ୱର, ୮ା୪(ବନ୍ଦନା ସେଠୀ):ସହରାଞ୍ଚଳ ବିକାଶ କ୍ଷେତ୍ରରେ ଓଡ଼ିଶା ଆଉ ଏକ ସଫଳତା ହାସଲ କରିଛି। ‘ଅଟଳ ମିଶନ ଫର୍‌ ରିଜୁଭେନେଶନ ଆଣ୍ଡ୍‌ ଅର୍ବାନ ଟ୍ରାନ୍ସଫର୍ମେଶନ’(ଅମୃତ) ୨.୦ର ସଫଳ…

କରାମାଡ଼ରେ ଦୋହଲିଲା ଚାଷୀଙ୍କ ମେରୁଦଣ୍ଡ: ୨୮୦୦ ହେକ୍ଟର ଫସଲ ପ୍ରଭାବିତ

ବରଗଡ଼,୮।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡ଼ବର୍ଷା ଓ କରାମାଡ଼ ଜିଲାର ଚାଷୀଙ୍କ ମାନସିକ ସ୍ଥିତିକୁ ଦୋହଲାଇ ଦେଇଛି। ଜିଲାର ଅନେକ ଚାଷୀଙ୍କ…

‘ଏହା ଯୁଦ୍ଧର ଶେଷ ନୁହେଁ, କିନ୍ତୁ…’ ଯୁଦ୍ଧବିରତି ଉପରେ ଇରାନର ବିସ୍ଫୋରକ ବୟାନ, ଟ୍ରମ୍ପ କାବା

ଓ୍ବାଶିଂଟନ୍‌,୮।୪: ଇରାନର ସର୍ବୋଚ୍ଚ ନେତା ମୋଜତାବା ଖାମେନେଇ ସମସ୍ତ ସାମରିକ ୟୁନିଟକୁ ଗୁଳି ବିରତି ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି। “ଏହା ଯୁଦ୍ଧର ଶେଷ ନୁହେଁ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri