ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାରେ ଦମ୍ପତିଙ୍କଠାରୁ ଲୁଟ୍‌: ଚଳନ୍ତା ବାଇକ୍‌ରୁ ଟଙ୍କା ଛଡ଼ାଇବା ବେଳେ ଖସିପଡ଼ି ମହିଳା ଗୁରୁତର

ଦିଗପହଣ୍ଡି,୯।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ମୁଖ୍ୟରାସ୍ତା ଅନଙ୍ଗପୁର ଗ୍ରାମ ନିକଟରେ ଗୁରୁବାର ପୂର୍ବାହ୍ନରେ ଜଣେ ଦମ୍ପତିଙ୍କଠାରୁ ୩୫ହଜାର ଟଙ୍କା ଲୁଟ୍‌ ହୋଇଥିବା ଅଭିଯୋଗ ହୋଇଛି।୨ଜଣ ଅଜଣା ଦୁର୍ବୃତ୍ତ ଚଳନ୍ତା ବାଇକ୍‌ରୁ ମହିଳାଙ୍କ ବ୍ୟାଗ୍‌ ଟାଣି ଦେବାରୁ ସେ ଗୁରୁତର ଆହତ ହୋଇଛନ୍ତି। ମହିଳାଜଣକ ହେଲେ ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଅଧୀନ ଖମାରିଗାଁ ପଞ୍ଚାୟତ ସେବକ ଟିକରପଡ଼ା ଗ୍ରାମର ସୁମିତ୍ରା ଗୌଡ଼(୪୫)। ସେ ଏବେ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସିତ ହେଉଛନ୍ତି।

ସୂଚନାନୁଯାୟୀ, ପୂର୍ବାହ୍ନ ୧୦ଟାରେ ସ୍ବାମୀ ସନ୍ତୋଷ ଗୌଡ଼ଙ୍କ ସହ ସୁମିତ୍ରା ବାଇକ୍‌ରେ ଦିଗପହଣ୍ଡି ବସ୍‌ଷ୍ଟାଣ୍ଡସ୍ଥିତ ଆନ୍ଧ୍ର ବ୍ୟାଙ୍କକୁ ଟଙ୍କା ଉଠାଇବା ପାଇଁ ଯାଇଥିଲେ। ଏଟିଏମ୍‌ରୁ ଟଙ୍କା ଉଠାଇବା ପରେ ସନ୍ତୋଷ ଟଙ୍କା ବ୍ୟାଗ୍‌କୁ ସ୍ତ୍ରୀ ସୁମିତ୍ରାଙ୍କୁ ଦେଇଥିଲେ। ସେଠାରୁ ସୁମିତ୍ରାଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରିବାକୁ ଯାଉଥିବା ବେଳେ ଦୁର୍ବୃତ୍ତମାନେ ଏକ ବାଇକ୍‌ରେ ସେମାନଙ୍କୁ ପିଛା କରିଥିଲେ। ସେମାନେ ଅନଙ୍ଗପୁର-ଦିଗପହଣ୍ଡି ମୁଖ୍ୟରାସ୍ତାରେ ଅଟକାଇ ସୁମିତ୍ରାଙ୍କ ହାତରୁ ବ୍ୟାଗ୍‌ ଛଡ଼ାଇ ନେବାକୁ ଚେଷ୍ଟା କରିବା ଯୋଗୁ ସେ ତଳେ ପଡ଼ିଯାଇଥିଲେ। ପରେ ଦୁର୍ବୃତ୍ତମାନେ ଟଙ୍କା ବ୍ୟାଗ୍‌ ନେଇ ସେଠାରୁ ଫେରାର ହୋଇଯାଇଥିବା ଜଣାପଡ଼ିଛି। ଉକ୍ତ ରାସ୍ତା ଦେଇ ଆସୁଥିବା ଦିଗପହଣ୍ଡି ବିଡିଓ ହଳଧର ଶବର ଗୁରୁତର ଆହତ ମହିଳାଙ୍କୁ ଉଦ୍ଧାର କରି ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ଦିଗପହଣ୍ଡି ଥାନା ଆଇଆଇସି ବସନ୍ତ କୁମାର ସେଠୀ ସଦଳବଳ ଆନ୍ଧ୍ରବ୍ୟାଙ୍କରେ ପହଞ୍ଚି ସିସିଟିଭି ଫୁଟେଜ ଯାଞ୍ଚ କରିବା ସହ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ଦମ୍ପତିଙ୍କ ବୟାନ ରେକର୍ଡ କରିଛନ୍ତି। ପୋଲିସ ଅଧିକ ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri