ଦିଗପହଣ୍ଡି ବ୍ଲକ ସମ୍ମୁଖରେ ସିପିଆଇର ଗଣବିକ୍ଷୋଭ

ଦିଗପହଣ୍ଡି,୩ା୬(ଡି.ଏନ.ଏ.)- ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ମଙ୍ଗଳବାର ସିପିଆଇ ରାଜ୍ୟ କମିଟିର ଡାକରା କ୍ରମେ ବଡ଼ଖେମୁଣ୍ଡି ଜୋନାଲ କମିଟି ପକ୍ଷରୁ ଗଣ ବିକ୍ଷୋଭ ଅନୁଷ୍ଠିତ ହୋଇଯାଇଛି। ସିପିଆଇ ଗଞ୍ଜାମ ଜିଲା କମିଟି ସହ ସମ୍ପାଦକ ଅଳକ ନାଥ ମିଶ୍ରଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ଅନୁଷ୍ଠିତ ଏହି ବିକ୍ଷୋଭରେ ସିପିଆଇ ଗଞ୍ଜାମ ଜିଲା କମିଟି ସମ୍ପାଦକ ପ୍ରକାଶ ପାତ୍ର, ଅଖିଳ ଭାରତ ଯୁବସଂଘ ରାଜ୍ୟ ସଭାପତି ପ୍ରଦୀପ କୁମାର ସେଠୀ, କିଶୋର ଶତପଥୀ, ତପନ କୁମାର ମିଶ୍ରଙ୍କ ସମେତ ବହୁ କାର୍ଯ୍ୟକର୍ତ୍ତା ଉପସ୍ଥିତ ଥିଲେ। ରାଜ୍ୟରେ ଗତ ଅମ୍ପନ ବାତ୍ୟା କ୍ଷତିଗ୍ରସ୍ତଙ୍କୁ ସରକାରୀ କ୍ଷତିପୂରଣ, ଏମଜିଏନଆରଇଜିଏ ଯୋଜନାରେ ଶ୍ରମିକ ମାନଙ୍କୁ ପର୍ଯ୍ୟାପ୍ତ ପରିମାଣରେ କାମ, ସମସ୍ତ ପ୍ରବାସୀ ଶ୍ରମିକ ପରିବାରଙ୍କୁ ୧୦ ହଜାର ଟଙ୍କା ସହାୟତା, କୃଷି ଋଣ ଛାଡ଼ ଆଦି ବିଭିନ୍ନ ଦାବିନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବିଡ଼ିଓଙ୍କ ଅନୁପସ୍ଥିତିରେ ବ୍ଲକ କାର୍ଯ୍ୟାଳୟ ମୁଖ୍ୟ କିରାଣୀ ତ୍ରିନାଥ ଶବରଙ୍କୁ ସ୍ମାରକପତ୍ର ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ତାଣ୍ଡବ ରଚିଲା କାଳବୈଶାଖୀ: ଉଡିଲା ଘର ଛପର, ଭାଙ୍ଗିଲା ବଡ଼ ବଡ଼ ଗଛ

ତୁମୁଡିବନ୍ଧ,୭।୪ (ଦୀପକ କୁମାର ପରାସେଠା): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କୁର୍ତମଗଡ ପଞ୍ଚାୟତ ଅଞ୍ଚଳରେ କାଳବୈଶାଖୀ ତାଣ୍ଡବ ରଚାଇଥିବାର ଗତକାଲି ଦେଖିବାକୁ ମିଳିଛି l ସୂଚନା ଅନୁସାରେ…

ନୂତନ ପ୍ରାଥମିକ କୃଷି ସମବାୟ ସମିତିର ଭିତ୍ତିପ୍ରସ୍ତର ସ୍ଥାପନ: ଅଞ୍ଚଳର ଚାଷୀମାନଙ୍କୁ ମିଳିବ ଏସବୁ ସୁବିଧା

ଲୋଇସିଂହା,୭।୪(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବୁଢୀପଦରଠାରେ ନୂତନ ପ୍ରାଥମିକ କୃଷି ସମବାୟ ସମିତି ଲିମିଟେଡର ଭିତ୍ତି ପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ଉତ୍ସାହ ଓ ଆନନ୍ଦର…

ପୋଖରୀରେ ବୁଡ଼ି ଚାଲିଗଲା ୨ ସାଙ୍ଗଙ୍କ ଜୀବନ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ ପତାଣ୍ଡ ଗ୍ରାମରେ ଅଘଟଣ । ପୋଖରୀରେ ବୁଡ଼ିଯାଇ ୨ ନାବାଳିକା ଛାତ୍ରୀଙ୍କର ମୃତ୍ୟୁ ହୋଇଛି…

ସ୍ବର୍ଗତ ତବଲା ବାଦକ ଲକ୍ଷ୍ମଣଙ୍କ ପରିବାରକୁ ଭେଟିଲେ ବିଧାୟକ

ଗଞ୍ଜାମ,୭।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମର ବିଶିଷ୍ଟ ତବଲା ବାଦକ ସ୍ବର୍ଗତ ଲକ୍ଷଣ କୁମାର ତରାଇଙ୍କ ପରିବାରଙ୍କୁ ଭେଟିଛନ୍ତି ଛତ୍ରପୁର ବିଧାୟକ କୃଷ୍ଣ…

ଯାଜପୁରରେ ଯୁବକଙ୍କୁ ଗୁଳିମାଡ଼, ଚିକିତ୍ସାଧୀନ ଅବସ୍ଥାରେ ଚାଲିଗଲା ଜୀବନ

ଯାଜପୁର ସଦର,୭।୪(ସମର ବିଜୟ ଶରଣ ): ଯାଜପୁର ଥାନା ଅନ୍ତର୍ଗତ କାଳୀମେଘା ନିକଟର ଫୁଟିଲା ଗୁଳି । ଏହି ଗୁଳିକାଣ୍ଡରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି ।…

ଗୋରୁ ବ୍ୟବସାୟୀଙ୍କ ଘରେ ଚଢାଉ: ଲକ୍ଷ ଲକ୍ଷ ଟଙ୍କା ସହ ଅଳଙ୍କାର ଜବତ

ଖଇରା,୭।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ବାହାନଗା ଅଞ୍ଚଳର ଜଣେ ଗୋରକ୍ଷକ କୃପାସିନ୍ଧୁ ବେହେରା ଗୋରୁ ବ୍ୟବସାୟୀଙ୍କ ଆକ୍ରମଣରେ ମୃତ୍ୟୁବରଣ କରିବା ପରେ ବାଲେଶ୍ବର ଏସପିଙ୍କ ଆକ୍ସନ ମୋଡ୍‌…

ଗୋ’ ମାଫିଆଙ୍କ ଘରେ ରେଡ୍‌: ମିଳିଲା ପୁଳାପୁଳା ଟଙ୍କା-ସୁନା, ମାରଣାସ୍ତ୍ର

ଭଦ୍ରକ, ୭।୪(ସନାତନ ରାଉତ): ପୂର୍ବାଞ୍ଚଳ ଡିଆଇଜିଙ୍କ ନିଦ୍ଦେର୍ର୍ଶକ୍ରମେ ବାଲେଶ୍ୱର, ଭଦ୍ରକ ଓ ମୟୁରଭଞ୍ଜ ଜିଲାରେ ପୋଲିସ ପକ୍ଷରୁ ଗୋ’ ମାଫିଆଙ୍କ ଘରେ ରେଡ କରାଯାଇଛି l ଭଦ୍ରକର…

ମୋରଡାରୁ ପଶ୍ଚିମବଙ୍ଗ ହେଉଥିଲା ଗୋ ଚାଲାଣ, ୧୩ ଗୋରୁ ଜବତ କଲା ପୋଲିସ

ମୋରଡା,୭/୪(ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବେଆଇନ ଭାବେ ଗୋ ଚାଲାଣ ବୃଦ୍ଧି ପାଉଥିବାର ଦେଖାଯାଇଛି । ଅନେକ ସ୍ଥାନରେ ପୋଲିସର ଚଢ଼ାଉ ଜାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri