ଦିନକରେ ରାଜ୍ୟରେ ୫୨ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୮।୫(ବ୍ୟୁରୋ)-ରାଜ୍ୟରେ ଦିନକୁ ଦିନ ବଢିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଗତକାଲି ଆକ୍ରାନ୍ତଙ୍କ ସଂଖ୍ୟା ୨୧୯ ଥିବାବେଳେ ଶୁକ୍ରବାର ଗୋଟିଏ ଦିନରେ ୫୨ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨୭୧ରେ ପହଞ୍ଚିଛି। ସକାଳେ ୨୬ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ। ସେମାନଙ୍କ ମଧ୍ୟରେ ୧୯ ଜଣ ଗଞ୍ଜାମ ଜିଲାର ହୋଇଥିବାବେଳେ ୫ ଜଣ କେନ୍ଦ୍ରାପଡ଼ାର ଏବଂ ଭଦ୍ରକର ୨ ଜଣ। ପରେ ଅପରାହ୍ନରେ ଭଦ୍ରକ ଜିଲାରେ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ସାରେ ଆଉ ୨୫ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୪ ଗଞ୍ଜାମର ହୋଇଥିବାବେଳେ ଜଣେ ଖୋର୍ଦ୍ଧା ଜିଲାର ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।