ଦିନକରେ ସର୍ବାଧିକ: କରୋନା ଆକ୍ରାନ୍ତ, ସୁସ୍ଥ

ଭୁବନେଶ୍ୱର,୧।୬(ବ୍ୟୁରୋ)-ରାଜ୍ୟରେ ସୋମବାର ୧୫୬ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୧୧୯ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୨୧୦୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୨୪୫ ସୁସ୍ଥ ହୋଇଥିବାବେଳେ ୮୫୦ ଜଣ ଚିକିତ୍ସାଧୀନ ଅଛନ୍ତି। ୭ ଜଣଙ୍କ ମୃତ୍ୟୁ ଘଟିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।