ଦିନକରେ ୧.୧ ଲକ୍ଷ ଜରିମାନା ଆଦାୟ

ଅନୁଗୋଳ ଅଫିସ୍‌, ୩।୩

ରାଜ୍ୟରେ ସଂଶୋଧିତ ମୋଟରଯାନ ନିୟମ କଡାକଡି ଲାଗୁ ହେବା ପରେ ପୋଲିସ ଓ ଆର୍‌ଟିଓ ପକ୍ଷରୁ ଜୋରଦାର ଧରପଗଡ ଚାଲିଛି। ଅନୁଗୋଳରେ ମଧ୍ୟ ଗାଡ଼ିମୋଟର ଯାଞ୍ଚ କଡାକଡି କରାଯାଇଛି। କେବଳ ରବିବାର ସକାଳୁ ବିଳମ୍ବିତ ରାତି ପର୍ଯ୍ୟନ୍ତ ଜିଲାରୁ ପୋଲିସ ୧ ଲକ୍ଷ ୧୦ ହଜାର ନଗଦ ଟଙ୍କା ଜରିମାନା ଆଦାୟ କରିଥିବା ଜଣାପଡିଛି। ସେହିପରି ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପକ୍ଷରୁ ଜିଲାରେ ଲକ୍ଷାଧିକ ଟଙ୍କା ଚାଲାଣ କଟାଯାଇଥିବା ସୂଚନା ମିଳିଛି।
ନୂତନ ମୋଟରଯାନ ଆଇନ-୨୦୧୯ ଲାଗୁ ହେବା ପରେ ଅନୁଗୋଳ ଜିଲାରୁ ଗତ ସେପ୍ଟେମ୍ବରରୁ ଚଳିତବର୍ଷ ଫେବୃୟାରୀ ମାସ ଶେଷ ସୁଦ୍ଧା ୧ କୋଟି ୫୦ ଲକ୍ଷ ୪୯ ହଜାର ୩୯୫ ଟଙ୍କା ଆଦାୟ ହୋଇଛି। ସେଥିରୁ ୮୬ ଜଣ ମଦ୍ୟପ ଗାଡ଼ିଚାଳକ, ୧୯୦ ଜଣ ଦ୍ରୁତଗତିରେ ଗାଡ଼ି ଚଲାଇ ଧରାପଡିଛନ୍ତି। ଏଥିସହ ୧୨୯ ଜଣ ଗାଡ଼ିଚାଳନା ସମୟରେ ମୋବାଇଲ ଫୋନ ବ୍ୟବହାର କରିଥିବାରୁ ସେମାନଙ୍କୁ ଧରା ଯାଇଛି। ହେଲମେଟ ପିନ୍ଧି ନ ଥିବା ୮୨୦ ଚାଳକ ଏବଂ ୧୧୫୩ ଜଣ ସିଟ୍‌ବେଲ୍ଟ ନ ଲଗାଇ ଧରାପଡ଼ିଛନ୍ତି। ସେହିପରି ଆର୍‌ଟିଓ ପକ୍ଷରୁ ରବିବାର ବିଭିନ୍ନ ସ୍ଥାନରେ ଚଢ଼ାଉ କରି ୬୭ ହଜାର ଟଙ୍କା ଏବଂ ସୋମବାର ୧୪ ହଜାର ୩୫୦ ଟଙ୍କା ଜରିମାନା ସହ ବହୁ ଲୋକଙ୍କ ଭିସିଆର୍‌ କଟାଯାଇଥିବା ଆର୍‌ଟିଓ ଜିତେନ୍ଦ୍ର ଭୋଇ ସୂଚନା ଦେଇଛନ୍ତି। ଅନ୍ୟପକ୍ଷରେ ଅନୁଗୋଳ ପୋଲିସ ରବିବାର ରାତି ୧ଟା ସୁଦ୍ଧା ୨୦୪ ଜଣ ହେଲମେଟ ପିନ୍ଧି ନ ଥିବା ଚାଳକଙ୍କୁ ଧରି ୧ ଲକ୍ଷ ୧୦ ହଜାର ଟଙ୍କା ଜରିମାନା ଆଦାୟ କରିଛି। ମଦ୍ୟପାନ କରି ଗାଡ଼ି ଚଳାଉଥିବା ୮ ଜଣ ଚାଳକଙ୍କର ଗାଡ଼ି ଜବତ ହୋଇଥିବା ଏସ୍‌ପି ଜଗମୋହନ ମୀନା ସୂଚନା ଦେଇଛନ୍ତି। ସୋମବାର ଜିଲାର ୨୨ ଥାନା ଅଞ୍ଚଳରେ ଗାଡ଼ି ମୋଟର ଯାଞ୍ଚ ହେଉଥିଲେ ମଧ୍ୟ ମୋଟ କେତେ ଟଙ୍କା ଜାରିମାନା ଆଦାୟ ହୋଇଛି ତାହା ଖବର ଲେଖା ହେବା ପର୍ଯ୍ୟନ୍ତ ସ୍ପଷ୍ଟ ଜଣାପଡିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଅଟୋ ରାଲି ଶୁଭାରମ୍ଭରେ ତ୍ରିରଙ୍ଗା ଉଡାଇଲେ ବିଧାୟକ, ଭିଡିଓ ଭାଇରାଲ ପରେ…

ବରଗଡ଼,୨୨।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅଟୋରିକ୍ସା ମାଲିକ ସଂଘ ରବିବାର ସଂଘର ୨୭ତମ ବାର୍ଷିକ ଉତ୍ସବ ପାଳନ କରିଥିଲା। ଏହି ଅବସରରେ ସକାଳ ପ୍ରାୟ ୮ଟାରେ ବରଗଡ଼…

୪୮ ଘଣ୍ଟା ମଧ୍ୟରେ ସାରା ଓଡ଼ିଶା ଛୁଇଁବ ମୌସୁମୀ: ଆଜି ଏହି ସବୁ ଜିଲାରେ ପ୍ରବଳ ବର୍ଷା ସହ ପବନ

ଭୁବନେଶ୍ୱର, ୨୩।୬ (ବନ୍ଦନା ସେଠୀ): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସୋମବାର ଓଡ଼ିଶାର ଆହୁରି କିଛି ଅଞ୍ଚଳକୁ ପ୍ରବେଶ କରିଛି। ମୌସୁମୀ ବାୟୁର ଉତ୍ତର ସୀମା ଏବେ ବଲାଙ୍ଗୀର…

ଓଡ଼ିଶାର ୧୦ ବିଦ୍ୟାଳୟକୁ ଜାତୀୟ ସ୍ବୀକୃତି: ଜାଣନ୍ତୁ ଲିଷ୍ଟରେ କେଉଁ ସ୍କୁଲ…

ଭୁବନେଶ୍ୱର,୨୩ା୬(ସୁଚିସ୍ମିତା ସାହୁ): କେନ୍ଦ୍ର ସରକାରଙ୍କ ସ୍ବଚ୍ଛ ଓ ହରିତ୍‌ ବିଦ୍ୟାଳୟ ମୂଲ୍ୟାଙ୍କନ (ଏସ୍‌ଏଚ୍‌ଭିଆର୍‌) ୨୦୨୫-୨୬ ପୁରସ୍କାର ନିମନ୍ତେ ଓଡ଼ିଶାର ୧୦ଟି ବିଦ୍ୟାଳୟ ଜାତୀୟସ୍ତରୀୟ ସ୍ବୀକୃତି ପାଇବାକୁ ମନୋନୀତ…

ପାଠ୍ୟପୁସ୍ତକରେ ରହିବ ବାର୍‌କୋଡ୍‌

ଭୁବନେଶ୍ୱର,୨୩ା୬(ସୁଚିସ୍ମିତା ସାହୁ): ପ୍ରଥମରୁ ଅଷ୍ଟମଶ୍ରେଣୀ ପର୍ଯ୍ୟନ୍ତ ତ୍ରୁଟିପୂର୍ଣ୍ଣ ପୁସ୍ତକଗୁଡ଼ିକୁ କିପରି ତ୍ରୁଟିଶୂନ୍ୟ କରାଯାଇ ପିଲାଙ୍କ ପାଖରେ ପହଞ୍ଚାଯିବ ସେନେଇ ବିକଳ୍ପ ସମ୍ପର୍କରେ ସୋମବାର ଲୋକସେବା ଭବନରେ ଗଣଶିକ୍ଷା…

ସଂଶୋଧନ ହେଲା ୬୪ ସ୍ଥାନର ଇଂଲିଶ ବନାନ, ତାଲିକାରେ…

ଭୁବନେଶ୍ୱର,୨୩ା୬(ସୁନିତ୍‌ ମିଶ୍ର): ରାଜ୍ୟ ସରକାରଙ୍କ ପକ୍ଷରୁ ନିକଟରେ ଅନୁଷ୍ଠିତ ହୋଇଥିବା କ୍ୟାବିନେଟ୍‌ ବୈଠକରେ ଓଡ଼ିଶାର ଯେଉଁ କେତେଗୁଡ଼ିଏ ସ୍ଥାନର ଇଂଲିଶ ବନାନ୍‌ ଭୁଲ୍‌ ଅଛି ତାକୁ ବଦଳାଇବା…

ରାଜନୀତିରେ ହଇଚଇ: ୧୧ ବିଧାୟକଙ୍କ ସଭ୍ୟପଦ ରଦ୍ଦ ଆବେଦନକୁ ଖାରଜ କଲେ ବାଚସ୍ପତି

ଭୁବନେଶ୍ୱର,୨୩ା୬(ସୁନିତ୍‌ ମିଶ୍ର): ବିଜେଡି ପକ୍ଷରୁ ୮ ଜଣ ବିଧାୟକଙ୍କ ସଭ୍ୟପଦ ରଦ୍ଦ କରିବା ଲାଗି କରାଯାଇଥିବା ଆବେଦନକୁ ବାଚସ୍ପତି ସୁରମା ପାଢ଼ୀ ଅଗ୍ରାହ୍ୟ କରିଦେଇଛନ୍ତି। ସେହିପରି କଂଗ୍ରେସର…

ଲଭ,ସେକ୍ସ, ଧୋକ୍କା: ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ, ଜେଲଗଲେ ଅଭିଯୁକ୍ତ ଡାକ୍ତର

ଦିଗପହଣ୍ଡି,୨୨।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡ଼ପଡ଼ା ଗ୍ରାମ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନ ଡେଙ୍ଗାଓସ୍ତା ଗ୍ରାମ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ଡାକ୍ତର ଅବିନାଶ ମହାନ୍ତିଙ୍କୁ ପୋଲିସ…

ମୁଖ୍ୟମନ୍ତ୍ରୀଙ୍କ ସହାୟତା ଘୋଷଣା: ଦୁର୍ଘଟଣାରେ ମୃତ ଅନିଲଙ୍କ ପରିବାରକୁ ମିଳିବ…

ଗଞ୍ଜାମ ,୨୨।୬(ବିଦ୍ୟାଧର ସାହୁ ) : ଅଜଣା ଗାଡି ଧକ୍କାରେ ଶନିବାର ଗଞ୍ଜାମ ଅଞ୍ଚଳର ଅନିଲ ମହାପାତ୍ର ନାମକ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିଲା । କୌଣସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri