ଦିନକରେ ୪, ୧୬୮ ମୃତ

ଓ୍ବାଶିଂଟନ/ରୋମ୍‌/ଲଣ୍ଡନ,୧୪।୪: ମହାମାରୀ କରୋନା ବିଶ୍ୱରେ ଅସମ୍ଭାଳ ପରିସ୍ଥିତି ସୃଷ୍ଟିକରିଛି। ସୋମବାର ରାତି ୧୧ଟା ସୁଦ୍ଧା ୧,୧୮,୩୬୨ ବ୍ୟକ୍ତି ପ୍ରାଣ ହରାଇଥିବା ବେଳେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ୧୯,୦୩,୦୯୨ରେ ପହଞ୍ଚିଛି। ସବୁଠାରୁ ଆମେରିକା ଅଧିକ କ୍ଷତିଗ୍ରସ୍ତ ହୋଇଥିବା ବେଳେ ବ୍ରିଟେନ ସ୍ଥିତି ମଧ୍ୟ ବିଗିଡ଼ିବାରେ ଲାଗିଛି। ଆମେରିକାରେ ମୃତ୍ୟୁସଂଖ୍ୟା ୨୨,୯୫୦ରେ ପହଞ୍ଚି ଥିବାବେଳେ ସଂକ୍ରମିତଙ୍କ ସଂଖ୍ୟା ବଢ଼ି ୫,୭୩,୮୨୭ ରହିଛି। ଏଠାରେ ଗୋଟିଏ ଦିନରେ ୧୩ ହଜାରରୁ ଊର୍ଦ୍ଧ୍ୱ ସଂକ୍ରମିତ ହୋଇଥିବା ବେଳେ ୮୪୫ ଜଣ ପ୍ରାଣ ହରାଇଥିବା ଜଣାପଡ଼ିଛି। ସ୍ପେନ୍‌ରେ ୧୭,୪୯୮ ଲୋକ ପ୍ରାଣ ହରାଇଥିବା ବେଳେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ୧,୬୯,୪୯୬ରେ ପହଞ୍ଚିଛି। ଇଟାଲୀରେ ୨୦, ୪୬୫ ମୁଣ୍ଡ ଯାଇଛି। ସଂକ୍ରମିତଙ୍କ ସଂଖ୍ୟା ଏଠାରେ ୧,୫୯,୫୧୬କୁ ବୃଦ୍ଧିପାଇଛି। ସେହିଭଳି ଫ୍ରାନ୍ସରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧିପାଇ ୧,୩୬,୭୭୯କୁ ବଢ଼ିଛି। ଏହି ଦେଶରେ ମୃତକଙ୍କ ସଂଖ୍ୟା ୧୪,୯୬୭କୁ ବୃଦ୍ଧିପାଇଛି। ବ୍ରିଟେନରେ କିଛିଦିନ ହେବ ଭୟଙ୍କର ସ୍ଥିତି ଦେଖିବାକୁ ମିଳିଛି। ଏଠାରେ ମୃତ୍ୟୁସଂଖ୍ୟା ବଢ଼ି ୧୧,୩୨୯ରେ ପହଞ୍ଚିଛି। ସଂକ୍ରମିତଙ୍କ ସଂଖ୍ୟା ଏଠାରେ ୮୮ ହଜାର ପାର୍‌ କରିଛି। ଗୋଟିଏ ଦିନରେ ଏଠାରେ ୭୧୭ ଜଣ ପ୍ରାଣ ହରାଇଥିବା ବେଳେ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୪,୩୪୨। ଏଠାରେ ଭୂତାଣୁର ଦ୍ରୁତ କାୟାବିସ୍ତାର ଦେଖିବାକୁ ମିଳିଛି। ଏତଦ୍‌ବ୍ୟତୀତ ଜର୍ମାନୀରେ ୩,୦୩୮, ଚାଇନାରେ ୩,୩୪୧, ଇରାନରେ ୪,୫୮୫, ତୁର୍କୀରେ ୧,୨୯୬, ବେଲଜିୟମରେ ୩,୯୦୩, ନେଦରଲାଣ୍ଡ୍ସରେ ୨,୮୨୩ ବ୍ୟକ୍ତିି ପ୍ରାଣ ହରାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର; ଜୁଲାଇରେ ଏତେ ପ୍ରତିଶତ ବଢ଼ିବ ମହଙ୍ଗା ଭତ୍ତା…

ନୂଆଦିଲ୍ଲୀ,୧।୭: ଶ୍ରମ ବ୍ୟୁରୋର ଏକ ପ୍ରେସ୍ ରିଲିଜ୍ ଅନୁଯାୟୀ, AICPI-IW ଏପ୍ରିଲ୍ ୨୦୨୬ରେ ୧୪୯.୯ରୁ ମେ ୨୦୨୬ରେ ୦.୯ ପଏଣ୍ଟ ବୃଦ୍ଧି ପାଇ ୧୫୦.୮ ହୋଇଛି। ଏହି…

ସ୍ୱାମୀଙ୍କଠାରୁ ଅଧିକ ରୋଜଗାର କରୁଥିଲେ ମିଳିବନି ଭରଣପୋଷଣ ଟଙ୍କା: କର୍ନାଟକ ହାଇକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୧।୭: ସ୍ୱାମୀ-ସ୍ତ୍ରୀଙ୍କ ମଧ୍ୟରେ ଭରଣପୋଷଣ ବିବାଦକୁ ନେଇ କର୍ଣ୍ଣାଟକ ହାଇକୋର୍ଟ ଏକ ବଡ଼ ଶୁଣାଣି କରିଛନ୍ତି। ଯଦି ସ୍ତ୍ରୀର ଆୟ ସ୍ୱାମୀଙ୍କଠାରୁ ଅଧିକ, ତେବେ ସେ ଭରଣପୋଷଣ…

ଭାରତକୁ ବଡ଼ ଅଫର୍‌ ଦେଲା ରୁଷିଆ: ଶୁଣିଲେ ପାକିସ୍ତାନର ଉଡ଼ିଯିବ ହୋଶ୍‌

ମସ୍କୋ/ନୂଆଦିଲ୍ଲୀ,୧।୭: ରୁଷିଆ ଭାରତକୁ Su-57E ଷ୍ଟିଲ୍ଥ ଲଢ଼ୁଆ ବିମାନର ଯୋଗାଣ ଏବଂ ମିଳିତ ଉତ୍ପାଦନ ସମ୍ପର୍କରେ ଏକ ପ୍ରମୁଖ ପ୍ରସ୍ତାବ ଦେଇଛି। ଏହି ଚୁକ୍ତି ଭାରତ-ପ୍ରଶାନ୍ତ ମହାସାଗରୀୟ…

ରାଇକିଆ ଥାନାରେ ନିଶାମୁକ୍ତ ଅଭିଯାନ, ଏହି ଶପଥ ନେଲେ ଛାତ୍ରୀଛାତ୍ର

ରାଇକିଆ,୧।୭(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଥାନାରେ ବୁଧବାର ନିଶା ମୁକ୍ତ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଥାନା ଅଧିକାରୀ ଏ.ସ୍ୱର୍ଣ୍ଣଲତା ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

ନୂତନ ବ୍ଲକ ଶିକ୍ଷା ଅଧିକାରିଣୀ ଭାବେ ଯୋଗଦେଲେ ମଧୁସ୍ମିତା:ଏକ ନମ୍ବର ଶିକ୍ଷା ବ୍ଲକ କରିବା ଲକ୍ଷ୍ୟ

କର୍ଲାମୁଣ୍ଡା:୧/୭(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଶିକ୍ଷା ବିଭାଗରେ ନୂତନ ଭାବେ ବୁଧବାର ବ୍ଲକ ଶିକ୍ଷା ଅଧିକାରିଣୀ ମଧୁସ୍ମିତା ନାଏକ ଯୋଗ ଦେଇଛନ୍ତି। କାର୍ଯ୍ୟାଳୟରେ ଯୋଗଦେବା…

ଗଜପତି ପୋଲିସକୁ ବଡ଼ ସଫଳତା: ଆନ୍ତଃରାଜ୍ୟ ମାନବ ଚାଲାଣର ପର୍ଦ୍ଦାଫାଶ, ୬ ନାବାଳିକା…

ଗଜପତି,୧।୭(ଗିରିଧାରୀ ପରିଛା): ଗଜପତି ପୋଲିସ ଏକ ଆନ୍ତଃରାଜ୍ୟ ମାନବ ଚାଲାଣର ପର୍ଦ୍ଦାଫାଶ କରି ୬ ଜଣ ନାବାଳିକାଙ୍କ ସମେତ ୭ ଜଣ ପୀଡ଼ିତାଙ୍କୁ ହାଇଦ୍ରାବାଦରୁ ଉଦ୍ଧାର କରିଛି।…

ଆଜିଠାରୁ ଅନିର୍ଦ୍ଦିଷ୍ଟକାଳ ଯାଏ ରୋଗୀସେବା ବନ୍ଦ, ହନ୍ତସନ୍ତ ହେଉଛନ୍ତି ରୋଗୀ

ବଞ୍ଚୋ,୧।୭(ପ୍ରଦୋଷ ବିଶ୍ୱାଳ ): ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନ (ଓମ୍‌ସା)ର ୮ ଦଫା ଦାବି ପୂରଣ ନ ହେବା ପ୍ରତିବାଦରେ ଜାତୀୟ ଡାକ୍ତର ଦିବସ ଅବସରରୁ ବୁଧବାର…

ଆଜି ଭାରତ-ଇଂଲଣ୍ଡ ମ୍ୟାଚ୍‌: ବୈଭବଙ୍କ ଉପରେ ଇଂଲଣ୍ଡ ଅଧିନାୟକ ବଡ଼ ବୟାନ, ଦେଲେ

ଚେଷ୍ଟର ଲେ ଷ୍ଟ୍ରିଟ,୧।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ T20 ସିରିଜର ପ୍ରଥମ ମ୍ୟାଚ୍‌ ଜୁଲାଇ ୧ ତାରିଖ ଅର୍ଥାତ୍‌ ଆଜି ଖେଳାଯିବ। ଖେଳ ପୂର୍ବରୁ, ଇଂଲଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri