ଦିନକରେ ୯୦୯ ପଜିଟିଭ

ନୂଆଦିଲ୍ଲୀ,୧୩।୪: ପରିସ୍ଥିତି ବିଗିଡ଼ିବାରେ ଲାଗିଛି। କରୋନା ଭୂତାଣୁ ମହାମାରୀର ରୂପ ନେଇ ଭାରତକୁ ଗ୍ରାସ କରିବାରେ ଲାଗିଛି। ରବିବାର ୯୦୯ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ ଦେଶରେ ଭୂତାଣୁ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧିପାଇ ୯,୧୬୬ରେ ପହଞ୍ଚିଛି। ମୋଟ ୩୨୫ ଜୀବନ ଗଲାଣି। ସବୁଠାରୁ ଅଧିକ କ୍ଷତିଗ୍ରସ୍ତ ତାଲିକାରେ ରହିଛନ୍ତି ମହାରାଷ୍ଟ୍ର, ତାମିଲନାଡ଼ୁ, ରାଜଧାନୀ ଦିଲ୍ଲୀ, ରାଜସ୍ଥାନ ଓ ମଧ୍ୟପ୍ରଦେଶ। ମହାରାଷ୍ଟ୍ରରେ ସଂକ୍ରମିତଙ୍କ ସଂଖ୍ୟା ବଢ଼ି ୧,୯୮୨ରେ ପହଞ୍ଚି ଥିବାବେଳେ ମୃତ୍ୟୁସଂଖ୍ୟା ୧୪୯ ରହିଛି। ଗୋଟିଏ ଦିନରେ ଏଠି ୨୨୧ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ତାମିଲନାଡ଼ୁରେ ଆକ୍ରାନ୍ତଙ୍କ ସଂଖ୍ୟା ଏବେ ୧,୦୭୫ରେ ପହଞ୍ଚିଛି। ଏହି ରାଜ୍ୟରେ ୧୧ ବ୍ୟକ୍ତି କରୋନା ଭୂତାଣୁରେ ପ୍ରାଣ ହରାଇଛନ୍ତି। ଗତ ୨୪ ଘଣ୍ଟାରେ ଏଠାରେ ପୁଣି ୧୦୬ ରୋଗୀ ଚିହ୍ନଟ ହୋଇଛନ୍ତି। ରାଜଧାନୀ ଦିଲ୍ଲୀରେ ଏହି ମହାମାରୀ ଭୂତାଣୁ ୧,୧୫୪ ଲୋକଙ୍କୁ କବଳିତ କରିଥିବା ବେଳେ ମୃତ୍ୟୁସଂଖ୍ୟା ବଢ଼ି ୨୪ ଛୁଇଁଛି। ପୁଣି ୮୫ ଭୂତାଣୁ ଆକ୍ରାନ୍ତଙ୍କୁ ଏଠାରେ ଚିହ୍ନଟ କରାଯାଇଛି। ରାଜସ୍ଥାନରେ ଅଦ୍ୟାବଧି ୭୯୬ ସଂକ୍ରମିତ ଥିବାବେଳେ ରବିବାର ୯୬ ରୋଗୀ ଚିହ୍ନଟ ହୋଇଛନ୍ତି। ଏପର୍ଯ୍ୟନ୍ତ ଏଠାରେ ୯ ଜଣ ପ୍ରାଣ ହରାଇଥିବା ଜଣାପଡ଼ିଛି। ମଧ୍ୟପ୍ରଦେଶରେ ୪୩ ମୁଣ୍ଡ ଗଡ଼ିଲାଣି। ନୂଆ ୩୩୩ ସଂକ୍ରମିତଙ୍କୁ ମିଶାଇ ଏଠାରେ ମୋଟ ୫୬୨ ରୋଗୀ ରହିଥିବା ଜଣାପଡ଼ିଛି। ଗୁଜରାଟରେ ୫୧୬ ଆକ୍ରାନ୍ତ ଥିବାବେଳେ ମୃତ୍ୟୁସଂଖ୍ୟା ୨୪କୁ ବୃଦ୍ଧିପାଇଛି। ଅନ୍ୟ ରାଜ୍ୟଗୁଡ଼ିକ ମଧ୍ୟରେ ତେଲଙ୍ଗାନାରେ ୫୦୩ ସଂକ୍ରମିତ ଥିବାବେଳେ ମୃତ୍ୟୁସଂଖ୍ୟା ୧୪ ରହିଛି। ସେହିଭଳି କେରଳରେ ୨ ଜୀବନ ଯାଇଥିବା ବେଳେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ୩୭୫ରେ ପହଞ୍ଚିଛି। ଉତ୍ତରପ୍ରଦେଶରେ ୪୮୦ କରୋନା ଆକ୍ରାନ୍ତ ରହିଥିବା ବେଳେ ମୃତ୍ୟୁସଂଖ୍ୟା ୫ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ପୁଟିନଙ୍କ ଘର ଉପରେ ଏମିତି ‘ଡ୍ରୋନ୍ ଆକ୍ରମଣ’ର କରିଥିଲା ୟୁକ୍ରେନ, ଭୟଙ୍କର ଭିଡିଓ ଜାରି କଲା ରୁଷ

ନୂଆଦିଲ୍ଲୀ,୩୧।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନକୁ ଲକ୍ଷ୍ୟ କରି ଡ୍ରୋନ୍ ମାଡ଼ କରିଛି ୟୁକ୍ରେନ। ଏହି ଖବର ପରେ ଦୁଇ ଦେଶ ମଧ୍ୟରେ ଯୁଦ୍ଧ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri