ଦିନକର ଦରମା ଦେବେ ସଚିିବାଳୟ କର୍ମଚାରୀ

ଭୁବନେଶ୍ୱର,୩୦ା୩(ବ୍ୟୁରୋ): ରାଜ୍ୟ ସରକାର କରୋନା ମୁକାବିଲା ପାଇଁ ସ୍ବତନ୍ତ୍ର ପାଣ୍ଠି ସଂଗ୍ରହ କରୁଛନ୍ତି। ବିଭିନ୍ନ ସଂସ୍ଥା ଓ ବ୍ୟକ୍ତିବିଶେଷ ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସିଧାସଳଖ ସହାୟତା ପ୍ରଦାନ କରୁଛନ୍ତି। ଏହି କ୍ରମରେ ଓଡ଼ିଶା ସଚିବାଳୟ ସେବା ସଂଘ(ଓସା)ର କର୍ମକର୍ତ୍ତାମାନେ ନିଜ ନିଜର ଗୋଟିଏ ଦିନର ଦରମା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଦେବା ପାଇଁ ସ୍ଥିର କରିଛନ୍ତି। ସମସ୍ତେ ଏହି ନିଷ୍ପତ୍ତିକୁ ପାଳନ କରିବା ପାଇଁ ଓସା ପକ୍ଷରୁ ଚିତ୍ତରଞ୍ଜନ ହୋତା, ହରପ୍ରସାଦ ବିଶ୍ୱାଳ, ବିନୋଦ କୁମାର ସାହୁ, ଜ୍ୟୋତି ରଞ୍ଜନ ମିଶ୍ର ଏବଂ ବିବେକ ସାହୁ ପ୍ରମୁଖ ଅନ୍ୟମାନଙ୍କୁ ଅନୁରୋଧ କରିଛନ୍ତି। କର୍ମଚାରୀମାନେ ଶନିବାରଠାରୁ ଅନ୍‌ଲାଇନ ମାଧ୍ୟମରେ ନିଜ ନିଜର ଅଂଶ ପ୍ରଦାନ କରିବା ଆରମ୍ଭ କରିଛନ୍ତି। କରୋନାର ଭୟାବହତାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଅଧିକାଂଶ କାର୍ଯ୍ୟାଳୟକୁ ବନ୍ଦ କରିଛନ୍ତି। ସମସ୍ତ ଅଧିକାରୀ ଅଫିସ ନ ଆସିଲେ ବି ନିଜ ଦରମା ପାଇବେ ବୋଲି ଜଣାପଡିଛି। ଅପରପକ୍ଷରେ କରୋନା ଯୋଗୁ ରାଜସ୍ବ ସଂଗ୍ରହ ମଧ୍ୟ ହ୍ରାସ ପାଇଛି। ଅନ୍ୟାନ୍ୟ ବିଭାଗ ଅପେକ୍ଷା ଗୃହ ବିଭାଗ ଅଧିକ ସକ୍ରିୟ ରହିଛି। ବିଭାଗ ପକ୍ଷରୁ ଏକ ୨୪ ଘଣ୍ଟିଆ ନିୟନ୍ତ୍ରଣ କକ୍ଷ ଖୋଲାଯାଇଛି। ଏଥିରେ ନିୟୋଜିତ ସମସ୍ତ କର୍ମଚାରୀଙ୍କୁ ସବୁଦିନ ଆସିବାକୁ କୁହାଯାଇଛି। କେତେକ ବିଭାଗ କର୍ମଚାରୀ ରୋଷ୍ଟର ମାଧ୍ୟମରେ ଡ୍ୟୁଟି କରୁଛନ୍ତି। ସେହିଭଳି ଏହି ସମୟରେ ସଚିବାଳୟରେ କର୍ତ୍ତବ୍ୟ ସମ୍ପାଦନ ପାଇଁ ଆସୁଥିବା କର୍ମଚାରୀଙ୍କୁ ମାସ୍କ, ସାନିଟାଇଜର ଯୋଗାଯାଉ ବୋଲି ଦାବି କରାଯାଇଛି। ସେହିପରି ସେମାନେ ବସୁଥିବା ସ୍ଥାନକୁ ନିୟମିତ ବିଶୋଧନ ପାଇଁ କର୍ମଚାରୀମାନେ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହସ୍ପିଟାଲରେ ଜନ୍ମ ନେଲା ଅଦ୍ଭୁତ ଶିଶୁ; ସବୁ ଚକିତ, ଦେଖିବାକୁ ହସ୍ପିଟାଲରେ ଭିଡ଼

ଭୋପାଳ,୨୪ା୮: ମଧ୍ୟପ୍ରଦେଶର ଛତରପୁର ଜିଲାରୁ ଏକ ଅତ୍ୟନ୍ତ ବିରଳ ଘଟଣା ସାମ୍ନାକୁ ଆସିଛି । ଲବକୁଶ ନଗର ସ୍ୱାସ୍ଥ୍ୟକେନ୍ଦ୍ରରେ ଜଣେ ମହିଳା ୪ଟି ହାତ ଓ ୪ଟି…

ନିୟମିତ ବ୍ରେକ୍‌ଫାଷ୍ଟ ନ କଲେ…

ବ୍ରେକ୍‌ଫାଷ୍ଟ ହେଉଛି ଦିନର ପ୍ରଥମ ଖାଦ୍ୟ। ବିଶେଷଭାବରେ ଆମେ ବିଛଣା ତ୍ୟାଗ କରିବାର ଦୁଇ ଘଣ୍ଟା ଭିତରେ କିଛି ଖାଇବା ଦରକାର। ନ ହେଲେ ଏହା ଏସିଡିଟି…

ଶୋଇଥିବାବେଳେ ମହିଳାଙ୍କ ଉପରେ ଭୁଶୁଡ଼ି ପଡ଼ିଲା କାନ୍ଥ, ତହସିଲଦାର ପହଞ୍ଚି…

ଗୁଣପୁର,୨୪ା୮(ସୁଜାତା ପାଢ଼ୀ): ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ରାୟଗଡ଼ା ଜିଲା ରାମନାଗୁଡ଼ା ବ୍ଲକ କଣ୍ଡାଜାମ ଗ୍ରାମରେ ଜଣେ ମହିଳାଙ୍କ ଉପରେ କାନ୍ଥ ଭୁଶୁଡ଼ି ପଡ଼ିଥିଲା। ତେବେ…

ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀଙ୍କ ବଡ଼ ସୂଚନା, ଏହି ନଦୀ କରିଛି ଅଧିକ କ୍ଷତି

ଭୁବନେଶ୍ୱର,୨୪।୮: ଲଘୁଚାପ ବର୍ଷା ନେଇ ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀ ଦିଲୀପ ରାଉତ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ରାଜ୍ୟର ୯ଟି ସ୍ଥାନରେ ୧୦୦ ମିଲିମିଟରରୁ ଅଧିକ…

ପ୍ରତିଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କାକୁଡ଼ି, ବଢ଼ିବ…

କାକୁଡ଼ିରେ ଅନେକ ପ୍ରକାର ଉପକାରୀ ଗୁଣ ଭରି ରହିଛି। ଏହାକୁ ନିୟମିତ ଖାଇଲେ ତାହା ଶରୀର ପାଇଁ ବେଶ୍‌ ଲାଭପ୍ରଦ ସାବ୍ୟସ୍ତ ହୋଇଥାଏ। ଏକ ସଦ୍ୟତମ ସର୍ଭେରୁ…

ଭିକ୍ଷା ମାଗି ଜମା କରିଥିଲେ ଲକ୍ଷ ଲକ୍ଷ ଟଙ୍କା; ଘରୁ ମିଳିଲା ୩୦ରୁ ଅଧିକ ବସ୍ତା ନୋଟ୍, ଗଣିଗଣି ସବୁ ହାଲିଆ

ବେଙ୍ଗାଲୁରୁ,୨୪ା୮: କର୍ନାଟକରୁ ସାମ୍ନାକୁ ଆସିଛି ଏକ ଆଶ୍ଚର୍ଯ୍ୟଜନକ ଘଟଣା। ସାରା ଜୀବନ ଭିକ୍ଷା ମାଗି ଜୀବନ ବିତାଇଥିବା ଜଣେ ବୃଦ୍ଧାଙ୍କ ମୃତ୍ୟୁ ପରେ ତାଙ୍କ ଘରୁ ମିଳିଛି…

ବର୍ଷା ଋତୁରେ ଖାଦ୍ୟ ସୁରକ୍ଷା

ବର୍ଷା ଋତୁ ଗରମରୁ ମୁକ୍ତି ଆଣିଥାଏ, କିନ୍ତୁ ବର୍ଦ୍ଧିତ ଆର୍ଦ୍ରତା ଯୋଗୁ ଖାଦ୍ୟ ନଷ୍ଟ ହେବାର ଆଶଙ୍କା ବୃଦ୍ଧି କରିଥାଏ। ତା’ସହ ଖାଦ୍ୟଜନିତ ରୋଗ ସୃଷ୍ଟି କରିବାରେ…

ଟ୍ରେନ୍‌ରେ ପିଟିହୋଇ ମହିଳା ଗୁରୁତର

ବଲାଙ୍ଗୀର, ୨୪।୮: ବଲାଙ୍ଗୀର ସହର ନିକଟସ୍ଥ ଝୁଜେନପାଲି ରେଳ ଫାଟକଠାରେ ଟ୍ରେନ୍‌ରେ ପିଟି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ମହିଳା ଜଣକ ପାଟଣାଗଡ଼ ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri