ଦିନକୁ ୨ଟି ଆସ୍ପ୍ରିନ୍‌ କ୍ୟାନସରରୁ ରଖେ ଦୂରେଇ !

ଅହମଦାବାଦ, ୧୪।୬: ଦିନରେ ୨ଟି ଆସ୍ପ୍ରିନ୍‌ ଔଷଧ ସେବନ କରୁଥିବା ବ୍ୟକ୍ତିଙ୍କ କ୍ଷେତ୍ରରେ କ୍ୟାନସର ହେବାର ଆଶଙ୍କା ଯଥେଷ୍ଟ କମ୍‌ ହୋଇଥାଏ ବୋଲି ଏକ ଗବେଷଣା ରିପୋର୍ଟରେ ଉଲ୍ଲେଖ କରାଯାଇଛି। ଶରୀରରେ ଯନ୍ତ୍ରଣା, ଜଳାପୋଡ଼ା ଅବା ଜ୍ୱରରୁ ମୁକ୍ତି ପାଇଁ ପ୍ରାୟତଃ ଏହାର ବ୍ୟବହାର କରାଯାଇଥାଏ। ତେବେ ଏହା ଅନ୍ତଃନଳୀ କ୍ୟାନସର, ଗର୍ଭାଶୟ କ୍ୟାନସର, କ୍ଷୁଦ୍ରାନ୍ତ୍ର ଏବଂ ବୃହଦାନ୍ତ୍ର ଆଦି କ୍ୟାନସର ଆଶଙ୍କା କମ୍‌ କରିଥାଏ ବୋଲି ମେଡିକାଲ ପତ୍ରିକା ଲାନ୍ସେଣ୍ଟ୍‌ରେ ଏକ ରିପୋର୍ଟ ପ୍ରକାଶ ପାଇଛି। ଆସ୍ପ୍ରିନ୍‌ କ୍ୟାନସରକୁ କିପରି ଦୂରେଇ ରଖୁଛି ସେନେଇ ଅହମଦାବାଦର ଡାକ୍ତର ହର୍ଷ ସେଠ୍‌, ବ୍ରିଟେନ୍‌ର ଡାକ୍ତର ପ୍ରଫସେର ଟିମୋଥି ବିଶପ୍‌ ଏବଂ ପ୍ରଫେସର ସାର୍‌ ଜନ୍‌ ବୁର୍ନଙ୍କ ଦ୍ୱାରା ଅଧ୍ୟୟନ କରାଯାଇଥିଲା। ୨ରୁ ଅଢ଼େଇ ବର୍ଷ ଏଭଳି କରୁଥିବା ୫୦ରୁ ୭୦ ବର୍ଷ ବୟସ୍କଙ୍କ ଲୋକଙ୍କ କ୍ଷେତ୍ରରେ କ୍ୟାନସର ଆଶଙ୍କା କମିଯାଇଥାଏ ବୋଲି ରିପୋର୍ଟରେ ଦର୍ଶାଯାଇଛି। ଗବେଷକ ୪୨୭ଜଣ ଲୋକଙ୍କୁ ଆସ୍ପ୍ରିନ୍‌ ଏବଂ ୪୩୪ ଲୋକଙ୍କୁ ଅନ୍ୟ ଔଷଧ ସେବନ କରିବାକୁ ଦେଇଥିଲେ। ଆସ୍ପ୍ରିନ୍‌ ସେବନ କରୁଥିବା ଲୋକଙ୍କଠାରେ ଅନ୍ତଃନଳୀ କ୍ୟାନସର, ଗର୍ଭାଶୟ କ୍ୟାନସର, କ୍ଷୁଦ୍ରାନ୍ତ୍ର ଏବଂ ବୃହଦାନ୍ତ୍ର ଆଦି କ୍ୟାନସର ଆଶଙ୍କା କମି ଯାଇଥିବା ରିପୋର୍ଟରେ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

୫୦ରୁ ଅଧିକ ଫଳ ଦୋକାନ ଜଳି ପୋଡି ପାଉଁଶ: ପରିଦର୍ଶନରେ ଆସି ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର କହିଲେ, ଏଥିପାଇଁ…

ବଲାଙ୍ଗୀର,୮।୧୨( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି । ଦେଖୁ ଦେଖୁ ହୁ ହୁ ହୋଇ...

୪୦ କୋଟି ଟଙ୍କା ବିନିଯୋଗ କରି ନିଜ ବ୍ରାଣ୍ଡ୍ ପାଇଁ ନୂଆ ଅଧ୍ୟାୟ ଆରମ୍ଭ କଲେ ବିରାଟ କୋହଲି

ନୂଆଦିଲ୍ଲୀ,୮।୧୨: ଭାରତୀୟ କ୍ରିକେଟ୍ ତାରକା ବିରାଟ କୋହଲି ୮ ବର୍ଷର ପୁରୁଣା ସମ୍ପର୍କ ଭାଙ୍ଗି ଏକ ନୂଆ ବ୍ୟବସାୟିକ ଯାତ୍ରା ଆରମ୍ଭ କରିଛନ୍ତି। ସୋମବାର କୋହଲି...

ଜୁନିୟର ମହିଳା ହକି: ଓ୍ବେଲ୍ସକୁ ହରାଇଲା ଭାରତ

ସାଣ୍ଟିଆଗୋ, ୮ା୧୨: ଏଫ୍‌ଆଇଏଚ୍‌ ଜୁନିୟର ମହିଳା ହକି ବିଶ୍ୱକପ୍‌ର ୯ମ ସ୍ଥାନ ପାଇଁ ହୋଇଥିବା ଏକ କ୍ଲାସିଫିକେଶନ ମ୍ୟାଚ୍‌ରେ କ୍ୱାର୍ଟରଫାଇନାଲ ଦୌଡ଼ରୁ ବାଦ୍‌ ପଡ଼ିଥିବା ଭାରତ...

ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା ଏମିତି ଏକ ଜନ୍ତୁ, ତା’ପରେ…

ଭଞ୍ଜନଗର,୮।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଫୁଲବାଣୀ ମୁଖ୍ୟ ରାସ୍ତାର ସୋରାଦେବୀ ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଅଜଣା ଜନ୍ତୁକୁ ଧକ୍କା ଦେଇ ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri