ଭୁବନେଶ୍ୱର,୨୭ା୫(ବ୍ୟୁରୋ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନାରେ ବର୍ତ୍ତମାନ ଦିନକୁ ୧୦ ଲକ୍ଷ ଶ୍ର୍ରମଦିବସ ସୃଷ୍ଟି ହୋଇଥିବା ବେଳେ ଏହାକୁ ୨୦ ଲକ୍ଷକୁ ବୃଦ୍ଧି କରିବାକୁ ଲକ୍ଷ୍ୟ ରଖାଯାଇଛି। ମୁଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠୀ ସମୀକ୍ଷା ବୈଠକରେ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ବିଭିନ୍ନ ଜୋନ୍ ନିର୍ଣ୍ଣୟ କ୍ଷେତ୍ରରେ ପଞ୍ଚାୟତଗୁଡ଼ିକୁ ୟୁନିଟ୍ କରିବାରେ ଓଡ଼ିଶା ଦେଶର ଏକମାତ୍ର ରାଜ୍ୟ। ଏହା ଲକ୍ଡାଉନ, କ୍ୱାରାଣ୍ଟାଇନ ନିୟମ ପାଳନ କରିବାରେ ଯଥେଷ୍ଟ ସହାୟକ ହୋଇଛି। ଓଡ଼ିଶାରେ କ୍ୱାରାଣ୍ଟାଇନ ପାଇଁ ଯେତିକି ସୁବିଧା ଅଛି ତା’ର ମାତ୍ର ୩୦ ପ୍ରତିଶତ ବ୍ୟବହୃତ ହୋଇଛି। ତେଣୁ ଅଧିକ ପ୍ରବାସୀଙ୍କ ପାଇଁ କୌଣସି ସମସ୍ୟା ନାହିଁ ବୋଲି ସେ ସ୍ପଷ୍ଟ କରିଛନ୍ତି । ବର୍ତ୍ତମାନ ସୁଦ୍ଧା ୮୦ ହଜାର ପ୍ରବାସୀ ହୋମ କ୍ୱାରାଣ୍ଟାଇନକୁ ଯାଇସାରିଛନ୍ତି। ରାଜ୍ୟକୁ ଯେଉଁମାନେ ମାତ୍ର ୭୨ ଘଣ୍ଟା ପାଇଁ ଆସୁଛନ୍ତି ସେମାନଙ୍କୁ କୌଣସି କ୍ୱାରାଣ୍ଟାଇନ୍ରେ ରଖାଯିବ ନାହିଁ ବୋଲି ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି।
ବର୍ତ୍ତମାନ ୧୭ ଜିଲାରେ ୩.୮୫ ଲକ୍ଷ ମେଟ୍ରିକ ଟନ୍ ଧାନ ସଂଗ୍ରହ କରାଯାଇଛି। ଯାହା କି ଗତବର୍ଷ ଠାରୁ ୪୦ ପ୍ରତିଶତ ଅଧିକ। ଚାଷୀମାନଙ୍କ ଆକାଉଣ୍ଟକୁ ୫୨୧ କୋଟି ଟଙ୍କା ପ୍ରଦାନ କରାଯାଇଥିବା ମୁଖ୍ୟ ଶାସନ ସଚିବ ସୂଚନା ଦେଇଛନ୍ତି। କୋଭିଡ୍-୧୯ରେ ଓଡ଼ିଶାର ସୁସ୍ଥତା ହାର ୪୨.୭୮ ପ୍ରତିଶତ ରହିଛି। ଯାହା କି ଜାତୀୟ ହାରଠାରୁ ଭଲ ରହିଛି। ମୃତ୍ୟୁ ହାର ୦.୪୨ ପ୍ରତିଶତ। ରାଜ୍ୟର ବର୍ତ୍ତମାନ ୧୪ଟି ପରୀକ୍ଷାଗାରରେ ଟେଷ୍ଟିଂ କରାଯାଉଛି। ଟେଷ୍ଟିଂ କ୍ଷମତା ଦିନକୁ ୫୫୦୦କୁ ବୃଦ୍ଧି ପାଇଛି ବୋଲି ବୈଠକରେ ସୂଚନା ଦିଆଯାଇଛି। ସେହିପରି ୧୦୯ଟି ସ୍ବତନ୍ତ୍ର ଟ୍ରେନ୍ରେ ୧,୫୩,୭୩୮ ପ୍ରବାସୀ ରାଜ୍ୟରେ ପହଞ୍ଚିଛନ୍ତି।
ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…
କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…
ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …
ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…
ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…
ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…
ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….
ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…
ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ
ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…
ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?
ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍ପିଜି…
ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ
ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…
ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା
ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…
Archives

