ଦିନକୁ ୮ଘଣ୍ଟା ଡ୍ୟୁଟି କରିବେ ପୋଲିସ କର୍ମଚାରୀ: ସପ୍ତାହରେ ଦିନେ ଛୁଟି

କଟକ ଅଫିସ,୩୦ା୩: କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ପାଇଁ ସାରା ଦେଶରେ ଲକ୍‌ଡାଉନ୍‌ ଜାରି ହୋଇଛି। ଓଡ଼ିଶାରେ ବି ଏହାର ପ୍ରଭାବ ଦେଖିବାକୁ ମିଳୁଛି। ଲକ୍‌ଡାଉନ୍‌କୁ କାର୍ଯ୍ୟକାରୀ କରିବାର ଗୁରୁଦାୟିତ୍ୱ ପୋଲିସ କର୍ମଚାରୀଙ୍କ ଉପରେ ରହିଛି। ଦିନତମାମ୍‌ ସେମାନଙ୍କୁ ବିଭିନ୍ନ ଛକ ଏବଂ ପ୍ରମୁଖ ସ୍ଥାନଗୁଡ଼ିକରେ ମୁତୟନ କରାଯାଉଛି। ଅନେକେ ବିଶ୍ରାମ ପାଉନାହାନ୍ତି। ଏହାକୁ ଗମ୍ଭୀରତାର ସହ ନେଇଛନ୍ତି ପୋଲିସ ମହାନିର୍ଦ୍ଦେଶକ ଅଭୟ। ସେ ପୋଲିସ କର୍ମଚାରୀଙ୍କ ପାଇଁ କାର୍ଯ୍ୟ ନିର୍ଘଣ୍ଟ କରିଛନ୍ତି। ଏକ ପ୍ରେସ୍‌ ବିବୃତିରେ କୁହାଯାଇଛି ଯେ, ବର୍ତ୍ତମାନ ସରକାର ୩ ସପ୍ତାହ ପାଇଁ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। କିନ୍ତୁ କୋଭିଡ୍‌-୧୯ ସମ୍ପର୍କିତ ନିୟମର ପ୍ରବର୍ତ୍ତନ ଆଉ କିଛି ମାସ ଧରି ଜାରି ରହିପାରେ। ବର୍ତ୍ତମାନ ନିୟମକୁ ଠିକ୍‌ ଭାବେ ପାଳନ କରାଯାଉଥିବାରୁ ଅନେକ ସୁଧାର ଆସିଛି। ଏ ବାବଦରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଅଭୟ ଜିଲା ଆରକ୍ଷୀ ଅଧୀକ୍ଷକ ଏବଂ ଡିସିପିମାନଙ୍କ ସହ ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ଆଲୋଚନା କରି ଏକ ମାର୍ଗଦର୍ଶିକା ପ୍ରକାଶ କରିଛନ୍ତି। ସମସ୍ତ ଜିଲା ଆରକ୍ଷୀ ଅଧୀକ୍ଷକ ଏବଂ ଡିସିପିଙ୍କୁ ପରାମର୍ଶ ଦିଆଯାଇଛି କି, ସେମାନେ ବିଭିନ୍ନ ସହର ଓ ସଡ଼କରେ ମୁତୟନ ପୋଲିସ କର୍ମଚାରୀଙ୍କ କାର୍ଯ୍ୟ ନିର୍ଘଣ୍ଟକୁ ପୁନଃ ସମୀକ୍ଷା କରିବେ। ଯଥାସମ୍ଭବ ନିଶ୍ଚିତ କରିବେ ଯେ, ନିୟୋଜିତ ପୋଲିସ କର୍ମଚାରୀମାନେ ସପ୍ତାହରେ ଦିନଟିଏ ବିଶ୍ରାମ ପାଇବେ। ଏଥିସହ ସେମାନଙ୍କ ଦୈନିକ କାର୍ଯ୍ୟ ଅବଧି ୮ଘଣ୍ଟାରୁ ଅଧିକ ହେବ ନାହିଁ ବୋଲି ସେ ନିର୍ଦ୍ଦେଶ ଦେଇଛନ୍ତି। ତେବେ ଅଧିକାଂଶ ଜିଲା ଏହାକୁ କାର୍ଯ୍ୟକାରୀ କରିବା ଆରମ୍ଭ କରିଦେଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଏସ୍‌କେଓ୍ବାଇକୁ ବିରୋଧ କରୁଛନ୍ତି କେନ୍ଦ୍ରମନ୍ତ୍ରୀ: ପାଣ୍ଡିଆନ୍‌

ଭୁବନେଶ୍ୱର/ ଉମରକୋଟ/ଝରିଗାଁ/ ପାପଡ଼ାହାଣ୍ଡି/ନବରଙ୍ଗପୁର/ ତେନ୍ତୁଳିଖୁଣ୍ଟି, ୨୭ା୪ (ଅନିଲ ଦାସ/ସନ୍ତୋଷ ଶତପଥୀ/କିଶୋର ଚନ୍ଦ୍ର ମଣ୍ଡଳ/ସ୍ବପ୍ନଜିତ ପଟ୍ଟନାୟକ/ସଦାଶିବ ପ୍ରହରାଜ/ଚିଦାନନ୍ଦ ସାହୁ): ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଶୁକ୍ରବାର...

ଗୋଟିଏ ଆସନ ପାଣ୍ଡିଆନ୍‌ଙ୍କ ପାଇଁ ଛାଡ଼ିବେ ମୁଖ୍ୟମନ୍ତ୍ରୀ: ଭାଜପା

ଭୁବନେଶ୍ୱର, ୨୭।୪(ସୁନିତ୍‌ ମିଶ୍ର): କାର୍ତ୍ତିକ ପାଣ୍ଡିଆନ୍‌ଙ୍କ ନାଁ ବିଜେଡିର ଷ୍ଟାର ପ୍ରଚାରକ ତାଲିକାରେ ଅଛି। ଏଥିରୁ ପ୍ରମାଣିତ ହେଲା ଯେ, ସେ ହେଉଛନ୍ତି ବିଜେଡିର ୨...

ଛିଡୁନି ଭାଜପା ପ୍ରାର୍ଥୀଙ୍କ ନାମ, ମହିଳା କାର୍ଡ ଖେଳିବା ଚର୍ଚ୍ଚା

କଟକ,୨୭ା୪(ଶିଳ୍ପା ପ୍ରିୟଦର୍ଶିନୀ): ନିର୍ବାଚନକୁ ମାତ୍ର କମ୍‌ ସମୟ ଥିବାବେଳେ ଆସନ୍ତା ସୋମବାରଠାରୁ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ। ହେଲେ ଏପର୍ଯନ୍ତ ବାରବାଟୀ-କଟକ ଭାଜପାର...

ଟୁକୁନୀଙ୍କ ପାଇଁ ପଦ୍ମପୁର ଜିଲା ଘୋଷଣା ଅଟକିଥିବା ଚର୍ଚ୍ଚା

ବଲାଙ୍ଗୀର, ୨୭ା୪(ବୀରେନ୍ଦ୍ର କୁମାର ଝାଙ୍କର): ଟିଟିଲାଗଡ଼ ସହରରେ ବରିଷ୍ଠ ନାଗରିକ ସମୂହଙ୍କ ପକ୍ଷରୁ ଆୟୋଜିତ ଏକ ନିର୍ବାଚନୀ ସଭାରେ ମନ୍ତ୍ରୀ ତଥା ଟିଟିଲାଗଡ଼ ବିଧାୟିକା ପ୍ରାର୍ଥୀ...

ସମ୍ବଲପୁରୀ ଲୁଙ୍ଗି ଉପାଖ୍ୟାନ

ସମ୍ବଲପୁର,୨୭।୪ (ଭବାନୀ ଶଙ୍କର ଭୋଇ): ସମ୍ବଲପୁରରେ ମୁଖ୍ୟମନ୍ତ୍ରୀଙ୍କ ଲୁଙ୍ଗିପିନ୍ଧାକୁ ନେଇ ବିଜେଡି ଏବଂ ଭାଜପା ମଧ୍ୟରେ ଜୋରଦାର ବାକ୍‌ଯୁଦ୍ଧ ଆରମ୍ଭ ହୋଇଯାଇଛି। ଶୁକ୍ରବାର ଏନେଇ ଉଭୟ...

ରବି-ତାରା ମୁହାଁମୁହିଁ

ଜୟପୁର, ୨୭ା୪(ପବନ ପାଣିଗ୍ରାହୀ): ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେଡି ନେତା ରବିନାରାୟଣ ନନ୍ଦ ଶୁକ୍ରବାର ଜୟପୁର ସାଜୁସାହିସ୍ଥିତ ବିଜେଡି କାର୍ଯ୍ୟାଳୟରେ ଖବରଦାତା ସମ୍ମିଳନୀ କରି...

ମୁକାବିଲା ମୁଡ୍‌ରେ ସୂର୍ଯ୍ୟବଂଶୀ-ସଞ୍ଜୟ

ଧାମନଗର,୨୭୪(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଲୋକ ସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଧାମନଗର ବିଧାନସଭା କ୍ଷେତ୍ରରେ ଭାଜପା, ବିଜେଡି ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି। ଭାଜପା...

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଚାଲିଗଲା ୩ ଜୀବନ

ଅନୁଗୋଳ,୨୭ା୪ (ଅମିତ କୁମାର ସାମଲ): ଅନୁଗୋଳ ସଦର ଥାନା ଅଧୀନ ପଞ୍ଚମହଳା ନିକଟରେ ଶନିବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri