ଦିନକ ପରେ ଅକ୍ଷୟ ତୃତୀୟା, ହେଲେ ୩ ତାରିଖ ପର୍ଯ୍ୟନ୍ତ ରଥ ନିର୍ମାଣ ସମ୍ଭବ ନୁହେଁ: ଗଜପତି

ଭୁବନେଶ୍ୱର,୨୪।୪(ବ୍ୟୁରୋ): ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ପରେ ଗଜପତି ମହାରାଜା ଦିବ୍ୟସିଂହ ଦେବ ଶୁକ୍ରବାର ଖବରଦାତା ସମ୍ମିଳନୀ ଜରିଆରେ ମନ୍ତବ୍ୟ ରଖିଛନ୍ତି।  ସେ କହିଛନ୍ତି, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ମିଳିଥିବା ଚିଠିକୁ ନେଇ ଆଜି ବୈଠକ ବସିଥିଲା। ଶ୍ରୀମନ୍ଦିର ପର୍ବପର୍ବାଣୀ ସମ୍ପର୍କରେ ଏହି ବୈଠକ ବସିଥିଲା। ଆଉ ଦିନକ ପରେ ଅକ୍ଷୟ ତୃତୀୟା, ମହାପ୍ରଭୁଙ୍କ ରଥ ନିର୍ମାଣ ହେବାର ବିଧି ରହିଛି। ଲକ୍‌ଡାଉନ୍‌ ନିୟମରେ ବାହାର ଯାତ୍ରା ହୋଇପାରିବ ନାହିଁ ବୋଲି ସ୍ପଷ୍ଟ ହୋଇଛି। କାରଣ ଏହି ସମୟରେ କୌଣସି ଧର୍ମପୀଠରେ ବାହାର ଯାତ୍ରାକୁ ସମ୍ପୂର୍ଣ୍ଣ ଭାବେ ବାରଣ କରାଯାଇଛି। କେନ୍ଦ୍ର, ରାଜ୍ୟ ସରକାରଙ୍କ ନିୟମ ପରିଚାଳନା କମିଟି ମାନିବାକୁ ବାଧ୍ୟ। ଏ ନେଇ ୩ ତାରିଖ ପର୍ଯ୍ୟନ୍ତ କୌଣସି ବାହାର ଯାତ୍ରା ସମ୍ଭବ ନୁହେଁ। କିଭଳି ଏହାକୁ ପାଳନ କରାଯାଇପାରିବ ସେ ନେଇ କମିଟି ସଦସ୍ୟ କହିଥିଲେ। ସନ୍ଧ୍ୟାରେ ଶଙ୍କରାଚାର୍ଯ୍ୟଙ୍କୁ ଭେଟି ତାହା ଉପସ୍ଥାପନ କରିବାର ନିଷ୍ପତ୍ତି ନିଆଯାଇଛି। ଶ୍ରୀମନ୍ଦିର ପରମ୍ପରାକୁ ଦୃଷ୍ଟିରେ ରଖି ବିକଳ୍ପ ନେଇ ପରାମର୍ଶ ଲୋଡ଼ାଯିବ। ଗୁରୁଜୀଙ୍କ ପରାମର୍ଶ ଅନୁସାରେ ଅକ୍ଷୟ ତୃତୀୟା ନୀତି ପାଳନ ହେବ। ସ୍ନାନଯାତ୍ରା ଓ ରଥଯାତ୍ରା ପାଇଁ ସମୟ ଅଛି, ଆମେ ଅପେକ୍ଷା କରିବା। ୩ ତାରିଖ ପରେ ଯାହା ଗାଇଡ୍‌ଲାଇନ୍‌ ଦେବେ, ସେନେଇ ପୁଣି ମିଟିଂ ହେବ। ଏହି ମିଟିଂରେ ଗାଇଡ୍‌ଲାଇନ୍‌ ଅନୁସାରେ ଯାହା କରିହେବ କରାଯିବ। କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଗାଇଡ୍‌ଲାଇନ୍‌ ମାନିବାକୁ ଆମେ ବାଧ୍ୟ। ଜନସମାଜର ସୁରକ୍ଷା ପାଇଁ ଆମେ ଗାଇଡ୍‌ଲାଇନ୍‌ ପାଳନ କରିବୁ। କେନ୍ଦ୍ର, ରାଜ୍ୟ ସରକାରଙ୍କ ନିଷ୍ପତ୍ତି ପାଳନ କରିବା ଆମର ଦାୟିତ୍ୱ। ଅପରପକ୍ଷେ ରୋଗକୁ ଦୂରେଇବା ଓ ମହାପ୍ରଭୁଙ୍କ ନୀତି ପାଳନ କରିବା ଆମର ମୁଖ୍ୟ ଲକ୍ଷ୍ୟ। ଯାତ୍ରୀ କଟକଣା ଲଗାଇ ଯାତ୍ରା କରିହେବ କି ନାହିଁ ତାହା ସରକାରଙ୍କ ଦାୟିତ୍ୱ। ହେଲେ ୩ ତାରିଖ ପର୍ଯ୍ୟନ୍ତ ମହାପ୍ରଭୁଙ୍କ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇପାରିବ ନାହିଁ। ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ ନ ହେଲେ ହେଁ ବିଧି କ’ଣ ପାଳନ ହେବ ସେନେଇ ଗୁରୁଜୀ କହିବେ ବୋଲି ଗଜପତି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri