ଦିନକ ପରେ ଧରାବତରଣ କରିବେ ମା’ ଲକ୍ଷ୍ମୀ: ଆଇନଶୃଙ୍ଖଳା ଜଗିବେ ୧୫ ପ୍ଲାଟୁନ ଫୋର୍ସ

ଅନୁଗୋଳ ଅଫିସ, ୧୨।୧୦ – ଦିନକ ପରେ ଅନୁଗୋଳରେ ଆରମ୍ଭ ହେବ ମା’ ଲକ୍ଷ୍ମୀଙ୍କ ପୂଜା। ଏ ନେଇ ସହର ଚଳଚଞ୍ଚଳ ହୋଇଉଠିଥିବା ବେଳେ ଆଇନଶୃଙ୍ଖଳା ରକ୍ଷା ପାଇଁ ଏଥର ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ସହରରେ ଟ୍ରାଫିକ ନିୟନ୍ତ୍ରଣ ପାଇଁ ସମୟ ନିର୍ଦ୍ଧାରଣ କରାଯାଇଥିବା ବେଳେ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ୧୫ ପ୍ଲାଟୁନ ଫୋର୍ସ ମୁତୟନ କରାଯିବ ବୋଲି ସୂଚନା ମିଳିଛି।
ଅନୁଗୋଳ ଲକ୍ଷ୍ମୀପୂଜା ପାଇଁ କେତେକ ସ୍ଥାନରେ ତୋରଣ ପ୍ରସ୍ତୁତ ସରିଥିବାବେଳେ ମଣ୍ଡପ ସଜ୍ଜା ଜାରି ରହିଛି। କେତୋଟି ମଣ୍ଡପରେ ସିସିଟିଭି କ୍ୟାମେରାର ବ୍ୟବସ୍ଥା କରାଯାଇଛି। ପ୍ଲାଷ୍ଟିକ ଫ୍ରି ବ୍ୟାନର ମଧ୍ୟ ଲଗାଯିବ ବୋଲି ସେଣ୍ଟ୍ରାଲ ପୂଜା କମିଟି ପକ୍ଷରୁ କୁହାଯାଇଛି। ଚଳିତ ଥର ଆଧ୍ୟାତ୍ମିକ ବିଷୟ ବସ୍ତୁକୁ ନେଇ ମଣ୍ଡପଗୁଡ଼ିକ ସାଜସଜ୍ଜା କରାଯିବାକୁ ଥିବାବେଳେ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମର ବ୍ୟବସ୍ଥା ମଧ୍ୟ କରାଯାଇଛି। ଅନ୍ୟପକ୍ଷରେ ପୂଜାକୁ ଶାନ୍ତି ଶୃଙ୍ଖଳାରେ ଶେଷ କରିବାକୁ ଅନୁଗୋଳ ପୋଲିସ ପକ୍ଷରୁ ମଧ୍ୟ ବ୍ୟାପକ ପଦକ୍ଷେପ ନିଆଯାଇଛି। ମୋଟ୍‌ ୬ ଜଣ ଡିଏସ୍‌ପିଙ୍କୁ ନିୟୋଜିତ କରାଯାଇଥିବାବେଳେ ୧୦ ଜଣ ଇନ୍ସପେକ୍ଟର, ୮୫ ଏସ୍‌ଆଇ ଓ ଏଏସ୍‌ଆଇ, ୨୦ ହାବିଲଦାର, ୯୦ କନଷ୍ଟେବଳ, ୧୫ ଟ୍ରାଫିକ କନଷ୍ଟେବଳ, ୧୮୦ ହୋମଗାର୍ଡ, ୪୫ ସେକ୍ସନ ଫୋର୍ସ ଓ ୪୩ ଏପିଆରଙ୍କୁ ନିୟୋଜିତ କରାଯିବ ବୋଲି ଏସ୍‌ପି ଜଗମୋହନ ମୀନା ସୂଚନା ଦେଇଛନ୍ତି। ବାହାରୁ ୧୨ ପ୍ଲାଟୁନ ଫୋର୍ସ ଆସୁଥିବାବେଳେ ଜିଲା ପୋଲିସକୁ ମିଶାଇ ମୋଟ୍‌ ୧୫ ପ୍ଲାଟୁନ୍‌ ମୁତୟନ କରାଯିବ। ଟ୍ରାଫିକ କଟକଣା ଅପରାହ୍ନ ୨ଟାରୁ ଆରମ୍ଭ ହୋଇ ରାତି ୧୨ଟା ପର୍ଯ୍ୟନ୍ତ ରହିବ ବୋଲି ସେ ସୂଚନା ଦେଇଛନ୍ତି। ଗାଡ଼ିଗୁଡ଼ିକ ଅଗ୍ନିଶମ ବିଭାଗ ଛକ ଦେଇ ଡିଆଇସି ଛକ ଓ ଗାନ୍ଧୀମାର୍ଗ ଦେଇ ହୁଲୁରିସିଂହାରେ ବାହାରିବ। ଏଥିସହ ସାଦା ପୋଷକଧାରୀ ପୋଲିସ ମଧ୍ୟ ପୂଜା ସମୟରେ ବିଭିନ୍ନ ସ୍ଥାନରେ ମୁତୟନ ରହିବେ। ସେହିପରି ସହରରେ ଲାଗିଥିବା ସିସିଟିଭିରେ ଲୋକଙ୍କ ଗତିବିଧି ଉପରେ କଣ୍ଟ୍ରୋଲ ରୁମ୍‌ରେ ନଜର ରଖାଯିବ ବୋଲି ଏସ୍‌ପି ମୀନା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାତରେ ପଡ଼ିଗଲା ହାତୀଛୁଆ, ଜଗି ରହି ଚିତ୍କାର କରୁଥିଲା ମା’, ଆଉ ତା’ ପରେ…

ସୁନ୍ଦରଗଡ଼,୧୩ା୮(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ସଦର ରେଞ୍ଜ ଅନ୍ତର୍ଗତ ହମିରପୁର ପଞ୍ଚାୟତର ଗୋପପୁର ଜଙ୍ଗଲରେ ଗାତରେ ପଡ଼ିଥିବା ଏକ ହାତୀଛୁଆକୁ ଗୁରୁବାର ସକାଳେ ଜଙ୍ଗଲ ବିଭାଗ ଦ୍ବାରା ଉଦ୍ଧାର…

ବୈଶିଙ୍ଗା-ରୁପ୍‌ସା ମୁଖ୍ୟ ରାସ୍ତାରେ ଚଳାଚଳ ବନ୍ଦ

ବୈଶିଙ୍ଗା,୧୩ା୮(ରତନ ଦାଶ): ମୟୂରଭଞ୍ଜ ଜିଲାର ବେତନଟୀ ବ୍ଲକ ଅନ୍ତର୍ଗତ ବିଭିନ୍ନ ଅଞ୍ଚଳରେ ବୁଧବାରଠାରୁ ମୂଷଳ ଧାରାରେ ଲଘୁଚାପ ବର୍ଷା ଲାଗି ରହିଥିବାରୁ ବିଭିନ୍ନ ସ୍ଥାନରେ ଜଳବନ୍ଦୀ ଜୀବନ…

ଜନସାଧାରଣଙ୍କ ପାଇଁ ବଡ଼ ଘୋଷଣା କଲେ ପ୍ରଶାନ୍ତ କିଶୋର, ନିଜ ବାସଭବନରେ ନ ରହି….

ପାଟନା,୧୩।୮: ବାଙ୍କୀପୁର ବିଧାନସଭା ଉପନିର୍ବାଚନ ଜିତିବା ପରେ ଜନ ସୁରାଜର ସଂସ୍ଥାପକ ତଥା ନବନିର୍ବାଚିତ ବିଧାୟକ ପ୍ରଶାନ୍ତ କିଶୋର ଜନସାଧାରଣଙ୍କ ସ୍ୱାର୍ଥରେ ଏକ ବଡ଼ ଘୋଷଣା କରିଛନ୍ତି…

ଶନିଙ୍କ ନକ୍ଷତ୍ର ପରିବର୍ତ୍ତନ ଆଣିବ ବଡ଼ ଖୁସି: ଅକ୍ଟୋବର ପର୍ଯ୍ୟନ୍ତ ଏହି ୩ ରାଶିଙ୍କୁ ମିଳିବ ଭାଗ୍ୟର ସାଥ୍‌

ଅଗଷ୍ଟ ମାସରେ ଶନିଦେବଙ୍କ ଏକ ଗୁରୁତ୍ୱପୂର୍ଣ୍ଣ ଗୋଚର ହେବାକୁ ଯାଉଛି। ଜ୍ୟୋତିଷ ଅନୁସାରେ ଏହି ଗୋଚରର ପ୍ରଭାବ ବେଶ ଗୁରୁତ୍ୱପୂର୍ଣ୍ଣ ରହିପାରେ। ବର୍ତ୍ତମାନ ଶନି ମୀନ ରାଶିରେ…

ମନର କଥା କହିଦେଲେ ପ୍ରୀତି ଜିଣ୍ଟା: ଅମିରଙ୍କ ସହ…

ଫରହାନ ଅଖତରଙ୍କ ନିର୍ଦ୍ଦେଶିତ ପ୍ରଥମ ଚଳଚ୍ଚିତ୍ର ‘ଦିଲ ଚାହତା ହୈ’ ୨୫ ବର୍ଷ ପୂରଣ କରିଛି। ଏହି ଚଳଚ୍ଚିତ୍ରଟି ରୌପ୍ୟ ଜୟନ୍ତୀ ପାଳନ କରିବା ସହିତ ପୁଣି…

ପୌରପରିଷଦର ଅଧ୍ୟକ୍ଷା ଭାବେ ପୁନଃ ଅବସ୍ଥାପିତ ହେବେ ଶାନ୍ତି ମଞ୍ଜରୀ ଦେଇ, ଗୃହ ଓ ନଗର ଉନ୍ନୟନ ବିଭାଗ ନିର୍ଦ୍ଦେଶକ ଚିଠି ଲେଖି…

ଦେବଗଡ଼,୧୩ା୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୌରପରିଷଦର ଅଧ୍ୟକ୍ଷା ଭାବେ ପୁନଃ ଅବସ୍ଥାପିତ ହେବେ ଶାନ୍ତି ମଞ୍ଜରୀ ଦେଇ। ହାଇକୋର୍ଟଙ୍କ ନିର୍ଦ୍ଦେଶ ଆଧାରରେ ପୁନଃ ଅବସ୍ଥାପିତ ପାଇଁ ଚିଠି…

ଆରଜି କର ମାମଲାରେ ବଡ଼ ଆକ୍ସନ, TMCର ପୂର୍ବତନ ବିଧାୟକ ନିର୍ମଳ ଘୋଷ ଗିରଫ

କୋଲକାତା,୧୩।୮: ଆରଜି କର ବଳାତ୍କାର ଏବଂ ହତ୍ୟା ମାମଲାରେ ତୃଣମୂଳ କଂଗ୍ରେସ (ଟିଏମସି)ର ପୂର୍ବତନ ବିଧାୟକ ନିର୍ମଳ ଘୋଷଙ୍କୁ ଗିରଫ କରାଯାଇଛି । ଅଗଷ୍ଟ ୯ ତାରିଖରେ…

ହସ୍ପିଟାଲ୍‌ର ଶୌଚାଳୟରୁ ମିଳିଲା ନର୍ସଙ୍କ ମୃତଦେହ; କବାଟ ଭାଙ୍ଗି ଶବ ଉଦ୍ଧାର, ନାଇଟ୍ ସିଫ୍ଟ…

କୋଲକାତା,୧୩।୮: ପଶ୍ଚିମବଙ୍ଗର କୋଲକାତାସ୍ଥିତ ନୀଲରତନ ସରକାର (NRS) ମେଡିକାଲ କଲେଜ ଏବଂ ହସ୍ପିଟାଲରୁ ଏକ ରହସ୍ୟଜନକ ମୃତ୍ୟୁ ମାମଲା ସାମ୍ନାକୁ ଆସିଛି। ବୁଧବାର ରାତିରେ ଡ୍ୟୁଟିରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri