Posted inକଟକ

ଦିନକ ପରେ ମଧୁସୂଦନ ଆଇନ ମହାବିଦ୍ୟାଳୟ ହେବ ବିଶ୍ୱବିଦ୍ୟାଳୟ: କୁଳପତି ଖୋଜା ଆରମ୍ଭ

କଟକ ଅଫିସ,୩୦ା୫-ମଧୁସୂଦନ ଆଇନ ମହାବିଦ୍ୟାଳୟକୁ ବିଶ୍ୱବିଦ୍ୟାଳୟରେ ପରିଣତ କରିବା ଦିଗରେ ଆଉ ଗୋଟିଏ ପାଦ ଆଗକୁ ବଢ଼ିଛି ଉଚ୍ଚଶିକ୍ଷା ବିଭାଗ। ଏହାର ପ୍ରଥମ କୁଳପତି ନିଯୁକ୍ତି ପାଇଁ ଶନିବାର ପ୍ରକ୍ରିୟା ଆରମ୍ଭ ହୋଇଛି। ଏହି ପଦବୀ ପାଇଁ ଯୋଗ୍ୟ ପ୍ରାର୍ଥୀଙ୍କୁ ବାଛିବାକୁ ବ୍ରହ୍ମପୁର, ସମ୍ବଲପୁର ଓ ଉତ୍କଳ ବିଶ୍ୱବିଦ୍ୟାଳୟର କୁଳସଚିବଙ୍କୁ ଚିଠି କରିଛି ବିଭାଗ। ଜୁନ୍‌ ପହିଲାରୁ ମହାବିଦ୍ୟାଳୟ ବଦଳରେ ବିଶ୍ୱବିଦ୍ୟାଳୟ ଲେଖାଯିବ। ଆସନ୍ତା ଶିକ୍ଷାବର୍ଷରୁ ପାଠପଢ଼ା ଆରମ୍ଭ କରିବା ପାଇଁ ବିଭାଗ ଲକ୍ଷ୍ୟ ରଖିଛି। ତେଣୁ ତା’ ପୂର୍ବରୁ କୁଳପତି ଚୟନ ପ୍ରକ୍ରିୟା ସାରିବା ପାଇଁ ନିଷ୍ପତ୍ତି ହୋଇଛି।
୧୮୬୯ରେ ପ୍ରଥମେ ରେଭେନ୍‌ଶା କଲେଜିଏଟ୍‌ ବିଦ୍ୟାଳୟରେ ଆଇନ୍‌ ଡିପ୍ଲୋମା ପାଠ୍ୟକ୍ରମରୁ ଏହି ମହାବିଦ୍ୟାଳୟର ନିଅଁ ପଡ଼ିଥିଲା। ୧୯୪୩ରେ କଲେଜ ଛକ-ଷ୍ଟେଶନ ରୋଡ୍‌ରେ ଏହାର କ୍ୟାମ୍ପସ ପ୍ରତିଷ୍ଠା ହେଲା। ସେବେଠାରୁ ଉତ୍କଳ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ଏହି ଅନୁଷ୍ଠାନ ଜୁନ୍‌ ପହିଲାରୁ ସ୍ବତନ୍ତ୍ର ବିଶ୍ୱବିଦ୍ୟାଳୟ ପାଲଟିବ। ତେବେ ଅନେକ ନାମୀ ଆଇନଜୀବୀ ତିଆରି କରିଥିବା ଏହି ଅନୁଷ୍ଠାନ ବହୁ ବର୍ଷ ହେଲା ସରକାରୀ ଉଦାସୀନତାର ଶିକାର ହୋଇଆସୁଛି। ନା ଅଧ୍ୟାପକ ଅଛନ୍ତି ନା କର୍ମଚାରୀ। ତେଣୁ ଏହାକୁ ବିଶ୍ୱବିଦ୍ୟାଳୟ ମାନ୍ୟତା ଦେବା ପାଇଁ ଦୀର୍ଘଦିନରୁ ଦାବି ହେଉଥିଲା। ମାର୍ଚ୍ଚ ୪ରେ ଉଚ୍ଚଶିକ୍ଷା ବିଭାଗ ବିଜ୍ଞପ୍ତି ଜରିଆରେ ଆଇନ ମହାବିଦ୍ୟାଳୟକୁ ଉନ୍ନୀତ କରି ବିଶ୍ୱବିଦ୍ୟାଳୟରେ ପରିଣତ କରାଯିବ ବୋଲି ଘୋଷଣା କରିଥିଲେ। ଏହା ଅଧୀନରେ ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ଆଇନ ମହାବିଦ୍ୟାଳୟ ରହିବ। ତେବେ ଲକ୍‌ଡାଉନ୍‌ ଯୋଗୁ ନିଯୁକ୍ତି ଓ ଅନ୍ୟ ପଦକ୍ଷେପ ବନ୍ଦ ରହିଥିଲା। ଶନିବାର ଉଚ୍ଚଶିକ୍ଷା ବିଭାଗ ପୁଣିଥରେ ବିଜ୍ଞପ୍ତିରେ ଦର୍ଶାଇଛି ଯେ, ପ୍ରଶାସନିକ ଦକ୍ଷତା ରଖୁଥିବା ଓ ଜଣେ ଦକ୍ଷ ଶିକ୍ଷାବିତ୍‌ଙ୍କୁ କୁଳପତି ଭାବେ ନିଯୁକ୍ତି ଦିଆଯିବ। ତାଙ୍କର କାର୍ଯ୍ୟକାଳ ଗୋଟିଏ ବର୍ଷ ରହିବ। ତେଣୁ ଅଧ୍ୟାପକ ର଼୍ୟାଙ୍କର ଯୋଗ୍ୟ ପ୍ରାର୍ଥୀଙ୍କ ତାଲିକା ଦେବା ପାଇଁ ବ୍ରହ୍ମପୁର, ସମ୍ବଲପୁର ଓ ଉତ୍କଳ ବିଶ୍ୱବିଦ୍ୟାଳୟକୁ ଚିଠି ଲେଖାଯାଇଛି। ୭ ଦିନ ଭିତରେ ସେମାନେ ତାଲିକା ଦେବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inକଟକ View All

ଆଜିଠୁ କଟିବ ଚାଲାଣ: ହୋଇଯାନ୍ତୁ ସାବଧାନ

କଟକ,୨।୪(କାର୍ତ୍ତିକ ସାହୁ):ମୋଟର ଯାନ ଆଇନ ଅନୁଯାୟୀ ଯାନର ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର (ପିୟୁସିସି) ନ ଥିଲେ ଏପ୍ରିଲ ୨ରୁ ଚାଲାଣ କଟିବ। ଏ ବାବଦରେ ମୋଟରଯାନ ବ୍ୟବହାରକାରୀମାନେ…

ହାଇକୋର୍ଟ ଗେଟ୍ ଆଗରେ ଗାଡ଼ିରେ ଲାଗିଲା ନିଆଁ, ହୁତୁହୁତୁ ହୋଇ ଜଳିଗଲା….

କଟକ,୩୧।୩(ପ୍ରଭୁକଲ୍ୟାଣ ପାଲ୍/କାର୍ତ୍ତିକ ସାହୁ): ହାଇକୋର୍ଟ ଲାଲବାଗ ଗେଟ ପାର୍ଶ୍ଵରେ ଅଗ୍ନିକାଣ୍ଡ । ଲାଲବାଗ ଗେଟ କାଳିଗଳି ସମୁଖରେ ଏହି ଅଗ୍ନିକାଣ୍ଡ ଘଟିଛି । ଅଗ୍ନିକାଣ୍ଡରେ ଅନେକ ଗାଡ଼ି…

ନବୀନ ନିବାସରେ କଟକ-ଚୌଦ୍ୱାରର ୮ କର୍ପୋରେଟର: ଡକରା ପରେ…

ଭୁବନେଶ୍ୱର,୩୦।୩: ନବୀନ ନିବାସରେ ପହଞ୍ଚିଛନ୍ତି କଟକ-ଚୌଦ୍ୱାରର ୮ କର୍ପୋରେଟର। ପ୍ରତାପ ଜେନାଙ୍କ ନେତୃତ୍ୱରେ ନବୀନ ନିବାସରେ ପହଞ୍ଚିଥିବା ସୂଚନା ମିଳିଛି। କଟକ ରାଜନୀତି ସରଗରମକୁ ନେଇ ନବୀନ…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

ରଥଯାତ୍ରା ପାଇଁ କାଠ ଚିରା ଆରମ୍ଭ

କଟକ,୨୭।୩: ଶୁକ୍ରବାର ପବିତ୍ର ଶ୍ରୀରାମ ନବମୀ। ଗାଁଠୁ ସହର ସବୁଠି ଚଳଚଞ୍ଚଳ। ଏହି ପରିପ୍ରେକ୍ଷୀରେ ମହାପ୍ରଭୁଙ୍କ ରଥ ନିର୍ମାଣ ପାଇଁ ରଥ କାଠ ଚିରଟ ଆରମ୍ଭ ହୋଇଛି।…

ଦୂଷିତ ପାଣି ବ୍ୟବହାର କରି ସେବାଶ୍ରମ ବିଦ୍ୟାଳୟର ଛାତ୍ରୀଛାତ୍ର ଅସୁସ୍ଥ, ମେଡିକାଲ ଟିମ୍‌ ପହଞ୍ଚି…

ବାଙ୍କୀ,୨୬ା୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବ୍ଲକ ଅନ୍ତର୍ଗତ କଦଳୀବାଡ଼ି ପଞ୍ଚାୟତସ୍ଥିତ ସେବାଶ୍ରମ ସରକାରୀ ବିଦ୍ୟାଳୟର ଛାତ୍ରୀଛାତ୍ର ଜଣ୍ଡିସ୍‌ ରୋଗରେ ଆକ୍ରାନ୍ତ ଥିବା ଅଭିଭାବକ ଓ ଗ୍ରାମବାସୀ ଅଭିଯୋଗ କରିଛନ୍ତି।…

ଏପ୍ରିଲ ୬ରୁ ସକାଳୁଆ କୋର୍ଟ

କଟକ,୨୫।୩(କୁମାରଶ୍ରୀ): ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆସନ୍ତା ଏପ୍ରିଲ ୬ରୁ ରାଜ୍ୟର ସମସ୍ତ ଜିଲା ଓ ଅଧୀନସ୍ଥ ଅଦାଲତ ସକାଳୁଆ ହେବ। ମଙ୍ଗଳବାର ଏ ନେଇ ହାଇକୋର୍ଟ…

ଲିଙ୍କ୍ ରୋଡ୍ LIC ଅଫିସରେ ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଲା….

କଟକ,୨୪।୩: କଟକ ଲିଙ୍କ୍‌ରୋଡରେ ଥିବା LIC ଅଫିସ୍‌ରେ ଅଗ୍ନିକାଣ୍ଡ । ହୁତୁ ହୁତୁ ହୋଇ ଜଳୁଛି ବିଲ୍ଡିଂ । କେଉଁ ପରିସ୍ଥିତିରେ ନିଆଁ ଲାଗିଲା ତାହା ବର୍ତ୍ତମାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri