ଦିନରେ ଆର୍‌ଟିଓ, ରାତିରେ ପୋଲିସ

ଅନୁଗୋଳ ଅଫିସ୍‌, ୨।୩: ୬ ମାସର କୋହଳ ପରେ ମାର୍ଚ୍ଚ ୧ରୁ ରାଜ୍ୟରେ କଡାକଡ଼ି ଲାଗୁ ହୋଇଛି ସଂଶୋଧିତ ମୋଟରଯାନ ଆଇନ। ଏ ନେଇ ରବିବାର ପୋଲିସ ଓ ଆରଟିଓ ପକ୍ଷରୁ ଗାଡ଼ି ଯାଞ୍ଚ କଡ଼ାକଡ଼ି କରାଯାଇଛି। ତେବେ ଅନୁଗୋଳରେ ଦିନତମାମ ଆର୍‌ଟିଓ ପକ୍ଷରୁ ଯାଞ୍ଚ କରାଯାଇ ଥିବାବେଳେ ପୋଲିସ ରାତିରେ ଧରପଗଡ଼ କରିଛି। ପୋଲିସ ଓ ଆର୍‌ଟିଓ ଅଫିସ ପକ୍ଷରୁ ଭିନ୍ନ ଭିନ୍ନ ସ୍ଥାନରେ ଚେକିଂ କରାଯାଇ ଲକ୍ଷାଧିକ ଟଙ୍କାର ଜରିମାନା ଆଦାୟ ସହ ବହୁ ଗାଡ଼ିର ଭିସିଆର୍‌ (ଭେଇକିଲ ଚେକ୍‌ ରିପୋର୍ଟ) କଟାଯାଇଥିବା ସୂଚନା ମିଳିଛି।
କଡ଼ାକଡ଼ି ହୋଇଥିବା ନିୟମକୁ ନେଇ ରବିବାର ସକାଳୁ ହିଁ ସହର ଓ ସହର ମଧ୍ୟରେ ଯାଇଥିବା ରାଜପଥରେ ଚଳାଚଳ କରୁଥିବା ଗାଡ଼ି ଚାଳକମାନେ ସତର୍କ ହୋଇଯାଇଥିଲେ। କିନ୍ତୁ ଦିନବେଳା ରାସ୍ତାରେ ପୋଲିସର ଦେଖା ନ ଥିଲା। ପରିବହନ କାର୍ଯ୍ୟାଳୟର କର୍ମଚାରୀମାନେ ବିଭିନ୍ନ ସ୍ଥାନରେ ଚେକିଂ କରିଥିଲେ। ତେବେ ରାତିରେ ଅନୁଗୋଳ ପୋଲିସ ପକ୍ଷରୁ ଯାଞ୍ଚ କରାଯାଇଥିଲା। ଜିଲାରେ ଥିବା ୨୨ଟି ଥାନା ପକ୍ଷରୁ ୨୫ଟି ସ୍ଥାନରେ ଗୋଟିଏ ଲେଖାଏଁ ଟିମ୍‌ ରହି ଗାଡ଼ି ମୋଟର ଯାଞ୍ଚ କରିଥିଲେ। ବିଶେଷକରି ମଦ୍ୟପାନ କରି ଗାଡ଼ି ଚାଳନା, ବାଇକ୍‌ରେ ତିନି ଜଣ ବସିବା, ବିନା ହେଲମେଟ୍‌ରେ ଗାଡ଼ି ଚଳାଉଥିବା ଚାଳକଙ୍କୁ ଅଟକାଯାଇ ଜରିମାନା ଆଦାୟ ହୋଇଛି। ବିଳମ୍ବିତ ରାତି ପର୍ଯ୍ୟନ୍ତ ଏହି ଯାଞ୍ଚ ଚାଲିଥିବା ଅନୁଗୋଳ ଏସ୍‌ପି ଜଗମୋହନ ମୀନା ସୂଚନା ଦେଇଛନ୍ତି। ରାତି ୯ଟା ସୁଦ୍ଧା ରିପୋର୍ଟ ଅନୁଯାୟୀ ପୋଲିସ ଲକ୍ଷାଧିକ ଟଙ୍କାର ଜରିମାନା ଆଦାୟ କରିଛି। ସେହିପରି ଆରଟିଓ ପକ୍ଷରୁ ୬୭ ହଜାର ଟଙ୍କାର ଜରିମାନା ଆଦାୟ କରାଯାଇଛି। ଲକ୍ଷାଧିକ ଟଙ୍କାର ଭିସିଆର୍‌ ମଧ୍ୟ କଟାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜମିବାଡ଼ି ବିବାଦକୁ ନେଇ ଗୋଟିଏ ପରିବାର ଉପରେ ସଂଘବଦ୍ଧ ଆକ୍ରମଣ, ମେଡିକାଲରେ ଦମ୍ପତି

ହାଟଡିହୀ/ଛେନାପଦୀ,୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ଅଧୀନ ମିଠିଗାଁ ଗ୍ରାମରେ ଜମିବାଡ଼ି ବିବାଦକୁ କେନ୍ଦ୍ର କରି ଗୋଟିଏ ପରିବାର ଉପରେ ସଂଘବଦ୍ଧ…

ଭଦ୍ରକରୁ ଆସି କେନ୍ଦୁଝରରେ ଚୋରି, ଆଗରପଡ଼ାରୁ ଧରାପଡ଼ିଲେ…

ହାଟଡିହୀ/ଛେନାପଦୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ପୋଲିସ ଆଗରପଡ଼ା ଥାନା ଅଞ୍ଚଳରୁ ମୋଟରସାଇକେଲ୍ ଚୋରି ଅଭିଯୋଗରେ ଜଣକୁ ଗିରଫ କରିଛି। ଆଗରପଡ଼ା…

ଗଡ଼ଚଣ୍ଡୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହରେ ଆଣ୍ଠୁଏ ପାଣି, ଶିକ୍ଷାଦାନ ବନ୍ଦ

ହାଟଡିହୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡା): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି ହୋଇଛି। କେଉଁଠି ପୋଲ…

ନମ୍ବରହୀନ କାର୍‌ରେ ଚାଲାଣ ହେଉଥିଲା ୪୦ କେଜି ଗଞ୍ଜେଇ: ପାଟପୁର ପୋଲିସ ହାତରେ ଧରାପଡ଼ିଲେ ୨…

ଦିଗପହଣ୍ଡି,୨୨।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ବୁଧବାର ଅପରାହ୍ନରେ ଏକ ଗଞ୍ଜେଇ ବୋଝେଇ ନମ୍ବରହୀନ ହୁଣ୍ଡାଇ କାର୍ ଜବତ କରିବା ସହ ଦୁଇ ଜଣ…

ଦିଗପହଣ୍ଡିରେ ଗୋପାଳ ସମାଜର ତୃତୀୟ ବାର୍ଷିକ ସମ୍ମିଳନୀ: କଲ୍ୟାଣ ମଣ୍ଡପ ନିମନ୍ତେ ଏମ୍.ପି. କଲେ ଶିଳାନ୍ୟାସ

ଦିଗପହଣ୍ଡି,୨୨|୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି-ପୋଡ଼ାମାରି ରାସ୍ତାରେ ଥିବା ତିନି ତାଲୁକା ଷୋହଳ ଖଣ୍ଡ ଗୋପାଳ ସମାଜ ପରିଚାଳନା ପରିଷଦ କାର୍ଯ୍ୟାଳୟ ପରିସରରେ ଗୋପାଳ…

ଲଗାଣ ବର୍ଷାରେ ଭୁଶୁଡ଼ିଲା ବାଞ୍ଛା ପୋଲ, ଯୋଗାଯୋଗ ବିଚ୍ଛିନ୍ନ

ହାଟଡିହୀ/ଛେନାପଦୀ,୨୨ା୭(ଶୁଭକାନ୍ତ ନାୟକ/ନିରାକାର ପରିଡା): ଲଗାଣ ବର୍ଷାରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ପରିସ୍ଥିତି ସଙ୍ଗୀନ ହୋଇ ପଡିଛି । ଲୋକେ ଘରୁ ବାହାରିବା ମୁସ୍କିଲ ହୋଇପଡିଛି…

ଚାଇନା ବିରୋଧରେ ଚନ୍ଦ୍ରଗିରିରେ ତିବତୀୟ ୟୁଥ୍ କଂଗ୍ରେସ ପକ୍ଷରୁ ଶାନ୍ତିପୂର୍ଣ୍ଣ ପ୍ରତିବାଦ, ଦାବି ରଖି…

ମୋହନା,୨୨ା୭( ମନ୍ମଥ ମିଶ୍ର ): ଗଜପତି ଜିଲା ଚନ୍ଦ୍ରଗିରିରେ ବସବାସ କରୁଥିବା ତିବତୀୟ ଶରଣାର୍ଥୀମାନେ ଚାଇନାର କଥିତ ଦମନ ନୀତିକୁ ବିରୋଧ କରି ଶାନ୍ତିପୂର୍ଣ୍ଣ ଭାବେ ଶୋଭାଯାତ୍ରା…

୪ ମାସର ବକେୟା ଭତ୍ତା ଅପେକ୍ଷାରେ ହିତାଧିକାରୀ, ଅଭିଯୋଗ କରିବାରୁ….

ଗୁଡାରି,୨୨ା୭(ପ୍ରମୋଦ କୁମାର ପତି): ସାମାଜିକ ସୁରକ୍ଷା ଯୋଜନାରେ ଗୁଡାରି ବ୍ଲକର ବହୁ ହିତାଧିକାରୀ ଗତ ୪ ମାସ ହେବ ଭତ୍ତା ପାଇନଥିବା ଅଭିଯୋଗ କରିଛନ୍ତି । ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri