ଦିନରେ ପୋଲିସକୁ ଦୁର୍ବୃତ୍ତଙ୍କ ଚ୍ୟାଲେଞ୍ଜ: ୬ ଲକ୍ଷ ଟଙ୍କାର ଗହଣା ଚୋରି

ଅନୁଗୋଳ ଅଫିସ, ୫।୧ – ସ୍ପଷ୍ଟ ଦିବାଲୋକରେ ଶନିବାର ଅନୁଗୋଳ ପୋଲିସକୁ ଖୋଲାଖୋଲି ଚ୍ୟାଲେଞ୍ଜ ଦେଇଛନ୍ତି ଦୁର୍ବୃତ୍ତ। ଅନୁଗୋଳ ଇଣ୍ଡଷ୍ଟ୍ରିଆଲଷ୍ଟ୍ରିଟରେ ରହୁଥିବା ଜଣେ ବ୍ୟବସାୟୀଙ୍କ ଘରେ ପଶି ଦୁର୍ବୃତ୍ତମାନେ ୬ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଗହଣା ଚୋରାଇ ନେଇଛନ୍ତି। ଏ ନେଇ ବ୍ୟବସାୟୀ ଭି.ଶିବାନନ୍ଦ ରାଓ ଅନୁଗୋଳ ଥାନାରେ ଲିଖିତ ଅଭିଯୋଗ କରିବା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ତନାଘନା ଆରମ୍ଭ କରିଛି।
ଅଭିଯୋଗ ମୁତାବକ, ସହରର ଇଣ୍ଡଷ୍ଟ୍ରିଆଲ ଛକରେ ଥିବା ଶିବାନନ୍ଦଙ୍କ ଘରେ କେହି ନ ଥିବାର ସୁଯୋଗ ନେଇ ଏହି ଚୋରି ହୋଇଛି। ଶିବାନନ୍ଦ କୌଣସି କାର୍ଯ୍ୟରେ ଘରୁ ବାହାରକୁ ଯାଇଥିବାବେଳେ ତାଙ୍କ ସ୍ତ୍ରୀ ବିଦ୍ୟାଳୟକୁ ଯାଇଥିଲେ। ବିଦେଶରୁ ଫେରିଥିବା ଝିଅ ବ୍ୟାଙ୍କ କାମରେ ପୂର୍ବାହ୍ନ ୧୧ଟା ୪୫ରେ ଘରୁ ବାହାରି ଯାଇଥିଲେ। ଏହାର ସୁଯୋଗ ନେଇ ଦୁର୍ବୃତ୍ତମାନେ ଘରେ ପଶି କଳାକନା ବୁଲାଇଥିବା ଥାନାରେ ଅଭିଯୋଗ ହୋଇଛି। ଶିବାନନ୍ଦ ମଧ୍ୟାହ୍ନରେ ପହଞ୍ଚିବା ବେଳକୁ ଆଲମାରି ଖୋଲାପଡ଼ିଥିଲା। ତୁରନ୍ତ ସେ ଏ ନେଇ ଅନୁଗୋଳ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ତାଙ୍କ ଘରୁ ୪ଟି ସୁନା ହାର ସହ ୪ଟି ମୁଦି, ଏଟିଏମ୍‌ କାର୍ଡ, ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଓ ନଗଦ ଟଙ୍କା ଚୋରି ହୋଇଥିବା ଅଭିଯୋଗରେ ଦର୍ଶାଯାଇଛି। ଏସ୍‌ଆଇ ପ୍ରକାଶଚନ୍ଦ୍ର ମାଝିଙ୍କ ସହ ଏକ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ଛାନଭିନ୍‌ ଆରମ୍ଭ କରିଛି। କେହି ପରିଚିତ ଲୋକ ପଛ କବାଟ ଭାଙ୍ଗି ଏହି ଚୋରି କରିଥିବା ପୋଲିସ ପ୍ରାଥମିକ ତଦନ୍ତରୁ ଅନୁମାନ କରୁଥିବା ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୋଟ ଭିକ୍ଷା କଲେ ପ୍ରଣବ ଦାସ: ମୁଖ୍ୟମନ୍ତ୍ରୀଙ୍କୁ ସଶକ୍ତ କରିବାବୁ ଆଶୀର୍ବାଦ ଦିଅ

ଅନୁଗୋଳ,୧୯।୪ (ଅମିତ କୁମାର ସାମଲ):ସମ୍ବଲପୁର ଲୋକ ସଭା କ୍ଷେତ୍ରର ବିଜେଡି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ (ବବି) ଏହି...

ଅନୁଗୋଳରେ ପ୍ରଥମ କରି ମହିଳା କାର୍ଡ

ଅନୁଗୋଳ ୧୮।୪ (ଅମିତ କୁମାର ସାମଲ)ଅନୁଗୋଳ ବିଧାନସଭା କ୍ଷେତ୍ରରେ ବିଜେଡି ଖୋଲିଛି ମହିଳା କାର୍ଡ। ବିଜେଡିର ଦୀର୍ଘ ୨୪ ବର୍ଷ ଇତିହାସରେ ଦଳ କେବେ ବି...

ହାଇଓ୍ବାକୁ ଧକ୍କା ଦେଲା ବସ୍‌: ଚାଲିଗଲା ଜଣଙ୍କ ଜୀବନ,୧୫ରୁ ଅଧିକ ଆହତ

ଛେଣ୍ଡିପଦା,୧୬।୪(ଅଜିତ ଧଳ): ଅନୁଗୋଳ ଜିଲା ଜରପଡା ଥାନା ଦେଇ ଯାଇଥିବା ଅନୁଗୋଳ ସମ୍ବଲପୁର ୫୫ନଂ ଜାତୀୟ ରାଜପଥର ଜରପଡା ଠାରେ ମଙ୍ଗଳବାର ସକାଳେ ଡଲଫିନ ବସ...

ଅନୁଗୋଳ ଜିଲାର ୪ ସ୍ଥାନରେ ପ୍ରାର୍ଥୀ ଦେଲା କଂଗ୍ରେସ

ଅନୁଗୋଳ,୧୫।୪ (ଅମିତ କୁମାର ସାମଲ): ଅନୁଗୋଳ ଜିଲା ପାଇଁ କଂଗ୍ରେସ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଜିଲାର ୫ ବିଧାନସଭା ନିର୍ବାଚନମଣ୍ଡଳୀ ମଧ୍ୟରୁ ଅନୁଗୋଳ, ତାଳଚେର,...

ବିଳମ୍ବ ହେଉଛି ଅନୁଗୋଳ ବିଜେଡିର ପ୍ରାର୍ଥୀ ଘୋଷଣା

ଅନୁଗୋଳ,୧୫।୪(ଅମିତ କୁମାର ସାମଲ): ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡିର ପ୍ରାର୍ଥୀ ଘୋଷଣା ବିଳମ୍ବିତ ହେଉଛି। ଫଳରେ ଏହାକୁ ନେଇ ଅନୁଗୋଳ ବିଧାୟକ ରଜନୀକାନ୍ତ ସିଂହ, ତାଙ୍କ...

ଶଙ୍ଖ ଚିହ୍ନ ପାଇଁ ଭୋଟ କର

ଅନୁଗୋଳ,୧୪।୪ (ଅମିତ କୁମାର ସାମଲ)ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜେଡି ଏଯାଏ ପ୍ରାର୍ଥୀ ଘୋଷଣା କରିନାହିଁ। ଇତିମଧ୍ୟରେ ଦଳ ୪ର୍ଥ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ପ୍ରକାଶ...

ଅଷ୍ଟମ ଶ୍ରେଣୀ ପିଲାଙ୍କୁ ଶିକ୍ଷାଦାନ ହେଉନି

ବଇଣ୍ଡା,୧୩।୪(ପରିକ୍ଷିତ ସାହୁ): କେତେକ ଉ.ପ୍ରା. ବିଦ୍ୟାଳୟରେ ଶିକ୍ଷାବିଭାଗ ପକ୍ଷରୁ ଅଷ୍ଟମ ଶ୍ରେଣୀ ଖୋଲାଯାଇଛି। ହେଲେ ଉକ୍ତ ଶ୍ରେଣୀର ଛାତ୍ରୀଛାତ୍ରଙ୍କୁ ଶିକ୍ଷାଦାନ ପାଇଁ ଆବଶ୍ୟକ ଶିକ୍ଷକ ନିଯୁକ୍ତ...

ଆଚରଣବିଧି ପରେ ନୂତନ ରାସ୍ତା ନିର୍ମାଣ, ଅସନ୍ତୋଷ

ବଇଣ୍ଡା,୧୨ା୪(ପରିକ୍ଷିତ ସାହୁ): ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ଥାନା ସାନହୁଲାଠାରୁ ଭାୟା ମିଣ୍ଡୋଳ ଦେଇ ପାଇକସାହି ପର୍ଯ୍ୟନ୍ତ ଯାଇଥିବା ସାଢେ ୧୧ କି.ମି ପୂର୍ତ୍ତବିଭାଗ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri